Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଗୋଦାବରୀଶ ମହାବିଦ୍ୟାଳୟରେ ନୂତନ ଓଡ଼ିଶା ଉନ୍ନତ ଓଡ଼ିଶା କାର୍ଯ୍ୟକ୍ରମର ଉଦଯାପନ
ଆଞ୍ଚଳିକ

ବାଣପୁର ଗୋଦାବରୀଶ ମହାବିଦ୍ୟାଳୟରେ ନୂତନ ଓଡ଼ିଶା ଉନ୍ନତ ଓଡ଼ିଶା କାର୍ଯ୍ୟକ୍ରମର ଉଦଯାପନ

December 23, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
banpurcollage
ବାଣପୁର ଗୋଦାବରୀଶ ମହାବିଦ୍ୟାଳୟରେ ନୂତନ ଓଡ଼ିଶା ଉନ୍ନତ ଓଡ଼ିଶା କାର୍ଯ୍ୟକ୍ରମର ଉଦଯାପନ

ବାଣପୁର( ସୀତାରାମ ଅଗ୍ରୱାଲ): ଓଡିଶା ସରକାରଙ୍କ ନୂତନ ଓଡିଶା ଓ ଉନ୍ନତ ଓଡିଶା କାର୍ଯ୍ୟକ୍ରମ ଓଡିଶାର ସମସ୍ତ ମହାବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗୁଡିକରେ ପାଳିତ ହେଉଛି । ଆଜି ଏହି କ୍ରମରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ସ୍ଥିତ ଗୋଦାବରୀଶ ମହାବିଦ୍ୟାଳୟ ଓ ଏଥିସହ ସଲଗ୍ନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏହାର ପୁରସ୍କାର ବିତରଣ ଉତ୍ସବ ପାଳିତ ହୋଇଯାଇଛି।

ମହାବିଦ୍ୟାଳୟର ଅଧ୍ୟକ୍ଷ ବିନାୟକ ହୋତାଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଉତ୍ସବରେ ମହାବିଦ୍ୟାଳୟର ପୁର୍ବତନ ଓଡ଼ିଆ ଅଧ୍ୟାପକ ,ଓଡ଼ିଶାର ଲବ୍ଧପ୍ରତିଷ୍ଠ ନାଟ୍ୟକାର ପ୍ରଫେସର ବିଜୟ କୁମାର ଶତପଥୀ ମୂଖ୍ୟ ଅତିଥି ଭାବରେ ଯୋଗଦେଇ କାର୍ଯ୍ୟକ୍ରମର ଗୁରୁତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ ।

ଅନ୍ୟତମ ଅତିଥି ଓଡ଼ିଶା ସଚିବାଳୟର ଅବସରପ୍ରାପ୍ତ ଅଧିକାରୀ ସୁବାଷ ଚନ୍ଦ୍ର ମହାପାତ୍ର ଛାତ୍ରଛାତ୍ରୀ ମାନଙ୍କୁ ବାଣପୁରର କଳା ସାହିତ୍ୟ ଇତ୍ୟାଦି ସମ୍ପର୍କରେ ବୁଝାଇ ସେଗୁଡ଼ିକର ସୁରକ୍ଷା ପାଇଁ ପ୍ରଚେଷ୍ଟା ଜାରି ରଖିବା ନିମନ୍ତେ ଉପଦେଶ ଦେଇଥିଲେ।ମହାବିଦ୍ୟାଳୟର ପ୍ରଶାସନିକ ଅଧିକାରୀ ଡ଼ ଶୂରପ୍ରତାପ ନରେନ୍ଦ୍ର ସିଂ ବର୍ମା ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଯୁକ୍ତ ଦୁଇ ଭାରପ୍ରାପ୍ତ ଅଧିକାରୀ ଲକ୍ଷ୍ମୀ ପ୍ରସାଦ ମିଶ୍ର ଏହି କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ଛାତ୍ରଛାତ୍ରୀ ମାନକୁ ବୁଝାଇ କହିଥିଲେ।

ରସାୟନ ବିଜ୍ଞାନ ବିଭାଗର ଅଧ୍ୟାପିକା ଉତ୍କଳୀକା ପାଢୀ ମଞ୍ଚ ପରିଚାଳନା କରିଥିବା ବେଳେ ଯୁକ୍ତ ଦୁଇ ନୋଡାଲ ଅଫିସର ଜୟନ୍ତ କୁମାର ବିହାରୀ ପ୍ରତିଯୋଗିତାରେ ବିଜୟୀ ଛାତ୍ରଛାତ୍ରୀ ମାନଙ୍କ ନାମ ଘୋଷଣା କରିଥିଲେ।ଏଷ୍ଟାବ୍ଳିସମେଣ୍ଟ ଅଧିକାରୀ ଆଦିତ୍ୟସାରଥୀ ବେଦମତ୍ତା, ଅନୀତା ଦଳେଇ, ବାଦଲ ବେହେରା ,ସତ୍ୟାନନ୍ଦ ମହାରଣା, ସ୍ଵାଗତୀକା ସାହୁ ,ଡ଼ ଗୁରୁ କିଶୋର ନାୟକ,ରଶ୍ମିତା ମହାରଣା,ହିଟଲର ବେହେରାଙ୍କ ସମେତ ଏହି କାର୍ଯ୍ୟକ୍ରମକୁ ଏକ ମାସଧରି ପରିଚାଳନା କରିଥିବା ସମସ୍ତ ଅଧ୍ୟାପକ ଅଧ୍ୟାପିକା କର୍ମଚାରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।

ଏହି ଅବସରରେ ସ୍ଥାନୀୟ ଅଞ୍ଚଳର ସମସ୍ତ ସାମ୍ବାଦିକଙ୍କୁ ଏଥିରେ ସମ୍ବର୍ଦ୍ଧିତ କରାଯାଇଥିବା ବେଳେ ବିଭିନ୍ନ ପ୍ରତିଯୋଗିତାରେ ବିଜୟୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା।ଶେଷରେ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ମନୋରଞ୍ଜନ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

banpur Banpur Collage
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026

ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ ସାୟନାରା କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କୁ ସମ୍ବର୍ଦ୍ଧନା

May 5, 2026

ଗୋଦାବରୀଶ ମହାବିଦ୍ୟାଳୟରେ ୬ ଦିନିଆ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

May 5, 2026
Latest News

ଆଜି ମଇ ୧୩ ତାରିଖରେ ଏହି ସାତୋଟି ରାଶି ପାଇଁ ରହିଛି ଅନୁକୂଳ ପରିବେଶ

May 13, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.