Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ସେଣ୍ଟ୍ ଜାଭିୟର୍ସ ହାଇସ୍କୁଲରେ ଅନୁଷ୍ଠିତ ହେଲା ‘ମାଗଣା ହାଟ’
ଆଞ୍ଚଳିକ

ବାଣପୁର ସେଣ୍ଟ୍ ଜାଭିୟର୍ସ ହାଇସ୍କୁଲରେ ଅନୁଷ୍ଠିତ ହେଲା ‘ମାଗଣା ହାଟ’

December 24, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର ସେଣ୍ଟ୍ ଜାଭିୟର୍ସ ହାଇସ୍କୁଲ
ବାଣପୁର ସେଣ୍ଟ୍ ଜାଭିୟର୍ସ ହାଇସ୍କୁଲରେ ଅନୁଷ୍ଠିତ ହେଲା ‘ମାଗଣା ହାଟ’

ବାଣପୁର( ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଏନଏସି ସ୍ଥିତ ସେଣ୍ଟ୍ ଜାଭିୟର୍ସ ହାଇସ୍କୁଲ ପରିସରରେ ଆଜି ‘ମାଗଣା ହାଟ’ ନାମକ ଏକ ନିଆରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମ ଅନ୍ତର୍ଗତ ବହୁ ହିତାଧିକାରୀମାନେ ନିଃଶୁଳ୍କ ଭାବେ ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଉକ୍ତ ହାଟରୁ ଗ୍ରହଣ କରିଥିଲେ। ସ୍କୁଲର ଅଧ୍ୟକ୍ଷ ଡ. ଶକ୍ତି ପ୍ରସାଦ ମହାନ୍ତି ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ।

ସ୍କୁଲ ପକ୍ଷରୁ ପୂର୍ବରୁ ବାଣପୁରବାସୀଙ୍କ ଠାରୁ ସଂଗ୍ରହ କରାଯାଇଥିବା କମ୍ବଳ, ଚାଉଳ, ପୋଷାକ, ପାଠ୍ୟ ଉପକରଣ, ଶିଶୁ ମାନଙ୍କ ପୋଷାକ ଆଦିକୁ ନିଃଶୁଳ୍କ ଭାବେ ହାଟ ମାଧ୍ୟମରେ ହିତାଧିକାରୀଙ୍କୁ ବିତରଣ କରାଯାଇଥିଲା। ତେବେ ଆଶ୍ଚର୍ଯ୍ୟର ବିଷୟ ଉକ୍ତ କାର୍ଯ୍ୟକ୍ରମକୁ ଅଦ୍ଭୁତପୂର୍ବ ସଫଳତା ମିଳିଥିବାର ଦେଖାଯାଇଛି। ପାଖାପାଖି ଚାରି ଶହରୁ ଉର୍ଦ୍ଧ୍ଵ ହିତାଧିକାରୀ ମାନେ ଉକ୍ତ ହାଟକୁ ଆସି ସମସ୍ତ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଆଗ୍ରହର ସହକାରେ ଗ୍ରହଣ କରିଥିଲେ।

ମାତ୍ର କେଇ ଘଣ୍ଟା ମଧ୍ୟରେ ହାଟ ଖାଲି ହୋଇଯାଇଥିବାର ଦେଖିବାକୁ ମିଳିଥିଲା। ଏପରିକି ବହୁ ବଞ୍ଚିତ ହିତାଧିକାରୀ ମାନେ ଅଗ୍ରିମ ହାଟ ପାଇଁ ଉତ୍କଣ୍ଠାର ସହକାରେ ଚାହିଁ ବସିବା ସହ ସେମାନଙ୍କ ନାମ ମଧ୍ୟ ପଞ୍ଜିକରଣ କରିଛନ୍ତି।

ତେବେ ଏହାକୁ ମିଶାଇ ଚତୁର୍ଥ ଥର ବାଣପୁରରେ ଏପରି କାର୍ଯ୍ୟକ୍ରମ ହୋଇଥିବାବେଳେ ସମଗ୍ର ବାଣପୁରବାସି ସେଣ୍ଟ୍ ଜାଭିୟର୍ସ ହାଇସ୍କୁଲର ଉକ୍ତ ମହତ କାର୍ଯ୍ୟକ୍ରମକୁ ଭୁୟସୀ ପ୍ରଶଂସା କରିଛନ୍ତି। ସ୍କୁଲର ଭାରପ୍ରାପ୍ତ ଅଧ୍ୟକ୍ଷ ଦେବରାଜ ପାଲଟାସିଂହ,ସତ୍ୟନାରାୟଣ ପ୍ରଧାନ, ରବିନାରାୟଣ ହୋତାଙ୍କ ସମେତ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ଉକ୍ତ କାର୍ଯ୍ୟକ୍ରମର ସୁପରିଚାଳନା କରିଥିଲେ।

banpur ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026

ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ ଶୋଭାଯାତ୍ରା

April 14, 2026
Latest News

‘ବିଜେପି ପ୍ରାର୍ଥୀଙ୍କ ପାଇଁ ପୋଷ୍ଟର ବାଣ୍ଟୁଛନ୍ତି ସିଆରପିଏଫ’: ଗମ୍ଭୀର ଅଭିଯୋଗ ଆଣିଲା ଟିଏମସି

April 18, 2026

ମହିଳା ସଂରକ୍ଷଣ ବିଲ୍ ଉପରେ ଅପର୍ଣ୍ଣା ଯାଦବଙ୍କ ଆକ୍ରୋଶ: ଜାଲିଲେ ଏସପି ଏବଂ କଂଗ୍ରେସର ପତାକା

April 18, 2026

ହରମୁଜ୍ ସଙ୍କଟ ମଧ୍ୟରେ ଡୋନାଲ୍ଡ ଟ୍ରମ୍ପ୍ ଙ୍କ ବଡ଼ ନିଷ୍ପତ୍ତି: ରୁଷରୁ ତେଲ କିଣିବା ଜାରି ରଖିବ ଭାରତ

April 18, 2026

ପାଖେଇଲା ଅକ୍ଷୟ ତୃତୀୟା ଜାଣନ୍ତୁ ଏହି ଦିନ କିପରି ଓ କେମିତି କରାଯାଏ ପୂଜା

April 18, 2026

ବାର ଘଣ୍ଟିଆ ମୟୂରଭଞ୍ଜ ବନ୍ଦ

April 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.