Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକାରେ ଦୁଇ ଗୋଷ୍ଠୀ ପାଳନ କଲେ ବିଜୁ ଜନତା ଦଳର ପ୍ରତିଷ୍ଠା ଦିବସ: ଦ୍ଵନ୍ଦ୍ଵରେ କର୍ମୀ
ଆଞ୍ଚଳିକ

ଚିଲିକାରେ ଦୁଇ ଗୋଷ୍ଠୀ ପାଳନ କଲେ ବିଜୁ ଜନତା ଦଳର ପ୍ରତିଷ୍ଠା ଦିବସ: ଦ୍ଵନ୍ଦ୍ଵରେ କର୍ମୀ

December 26, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଚିଲିକା (ସୀତାରାମ ଅଗ୍ରୱାଲ): ସାରା ରାଜ୍ୟରେ ପ୍ରତିଟି ନିର୍ବାଚନ ମଣ୍ଡଳୀରେ ବହୁ ଆଡମ୍ବରରେ ବିଜେଡିର ୨୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଚିଲିକା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଲୁଗାଁ କ୍ରିଷ୍ଣା ମଣ୍ଡପରେ ନଗରମଣ୍ଡଳ ସଭାପତି ଜୟନ୍ତ କୁମାର ସ୍ବାଇଁଙ୍କ ସଭାପତିତ୍ୱରେ ବହୁ ଆଡମ୍ବରରେ ବିଜେଡି ପ୍ରତିଷ୍ଠା ଦିବସ ପାଳିତ ହୋଇଛି। ପ୍ରାତଃ ସମୟରେ ବାଣପୁର ମା’ ଭଗବତୀ ମନ୍ଦିର ନିକଟରୁ ମା’ ଟିକିରାଇ ମନ୍ଦିର ପର୍ଯ୍ୟନ୍ତ ଏକ ଗଣଦୌଡ଼ ଅନୁଷ୍ଠିତ ହୋଇଥିଲା। ଉଭୟ ବାଲୁଗାଁ ଓ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଶୁଖିଲା ଖାଦ୍ୟ ଓ ଫଳ ବଣ୍ଟନ କରି ମଧ୍ୟାହ୍ନରେ କ୍ରିଷ୍ଣା ମଣ୍ଡପ ଠାରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା।

ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜ୍ୟସଭା ସାଂସଦ ମାନସ କୁମାର ମଙ୍ଗରାଜ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ରାଜା ଚକ୍ର ଯୋଗ ଦେଇ ରାଜ୍ୟର ବିକାଶ ଧାରାକୁ ଦ୍ରୁତ ଗତିରେ ଆଗକୁ ନେବାପାଇଁ ଜନସାଧାରଣଙ୍କ ନିକଟତର ହେବାସହ ସୁଖଦୁଃଖରେ କାନ୍ଧରେ କାନ୍ଧ ମିଶାଇ ସହଯୋଗ କରିବାକୁ କର୍ମୀମାନଙ୍କୁ ପରାମର୍ଶ ଦେଇଥିଲେ।

ଆଗକୁ ଆସୁଛି ସାଧାରଣ ନିର୍ବାଚନ। କର୍ମୀ ଓ ନେତାମାନେ କଠିନ ପରିଶ୍ରମ କରିବା ସହ ଘରେ ଘରେ ନବୀନ ସରକାରଙ୍କ ବିକାଶ ବାର୍ତ୍ତା ପହଞ୍ଚାଇ ଷଷ୍ଠ ଥର ସରକାର ଗଢିବା ନେଇ ସଂକଳ୍ପ କରିଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗୋପୀନାଥ ମହାରଣା, ଚାରିଟି ଜୋନର ଜିଲ୍ଲା ପରିଷଦ, ବାଣପୁର ବ୍ଲକ ସଭାପତି ଭବାନୀ ଶଙ୍କର ବଳିଆର ସିଂ, ଚିଲିକା ବ୍ଲକ ସଭାପତି ଦେବେନ୍ଦ୍ରନାଥ ସାମନ୍ତରସିଂହାର, ବାଣପୁର ବ୍ଲକ ନାରୀନେତ୍ରୀ କବିତା ମହାପାତ୍ର, ଚିଲିକା ବ୍ଲକ ନାରୀନେତ୍ରୀ ସନ୍ତୋଷି ବିଶ୍ୱାଳ, ବାଣପୁର ଏନଏସି ଅଧ୍ୟକ୍ଷ ମିଟୁ ନାୟକ, ବାଲୁଗାଁ ଏନଏସି ଅଧ୍ୟକ୍ଷା ସୁକାନ୍ତି ପାଇକରାୟ, ଉପାଧ୍ୟକ୍ଷ ଭଗବାନ ପ୍ରଧାନ, କାଉନସିଲର ଏବଂ ହଜାର ହଜାର ମହିଳା ଓ ପୁରୁଷ ଯୋଗଦେଇଥିଲେ।

ଅନୁରୂପ ଭାବେ ପୂର୍ବତନ ବିଧାୟକ ରଘୁନାଥ ସାହୁଙ୍କ ନେତୃତ୍ୱରେ ୨୭ ତମ ପ୍ରତିଷ୍ଠା ଦିବସ ବାଲୁଗାଁ ରାମପୁର ରୋଡ଼ ସ୍ଥିତ ବିଜୁ ଜନତା ଦଳ କାର୍ଯ୍ୟାଳୟଠାରେ ମହାସମାରୋହରେ ପାଳିତ ହୋଇଯାଇଛି। ପୂର୍ବତନ ବିଧାୟକ ରଘୁନାଥ ସାହୁ ନିର୍ବାଚନ ମଣ୍ଡଳୀରେ ବେଶ ଲୋକପ୍ରିୟତା ସାଙ୍ଗକୁ ସାଧାରଣ ଜନତାଙ୍କ ଦୁଃଖ ସୁଖରେ ଜଡ଼ିତ ଥିବାରୁ ହଜାର ହଜାର ସଂଖ୍ୟାରେ ମହିଳା ଓ ପୁରୁଷଙ୍କ ସମାଗମ ଦେଖିବାକୁ ମିଳିଥିଲା। ଜୟ ଓଡ଼ିଶା ନବୀନ ଓଡିଶା ନାରାରେ ସଭାସ୍ଥଳ କମ୍ପି ଉଠୁଥିଲା।

ନବୀନ ସରକାରଙ୍କ ବିଭିନ୍ନ ବିକାଶ ଧାରା ଏବଂ ଶ୍ରୀ ସାହୁଙ୍କ ନେତୃତ୍ୱରେ ଅନୁପ୍ରାଣିତ ହୋଇ ପୂର୍ବତନ କାଉନସିଲର ତଥା କାଳିଜାଈ ମୋଟର ବୋଟ ଆସୋସିଏସନର ସଂପାଦକ କୃଷ୍ଣଚନ୍ଦ୍ର ବେହେରା ଶତାଧିକ କର୍ମୀମାନଙ୍କ ସହ ଶ୍ରୀ ସାହୁଙ୍କ ସଭାରେ ବିଜେଡିରେ ଯୋଗଦେଇଥିଲେ। ନବୀନ ପଟ୍ଟନାୟକଙ୍କ ହାତ ମୁଠାକୁ ଟାଣ କରି ଷଷ୍ଠ ଥର ଲାଗି ସରକାର ଗଠନ କରିବାପାଇଁ ଶପଥ ନେଇଥିଲେ।

ଗୋଟିଏ ପାର୍ଶ୍ଵରେ ମାନସ କୁମାର ମଙ୍ଗରାଜଙ୍କ ନେତୃତ୍ୱରେ ପ୍ରତିଷ୍ଠା ଦିବସ ପାଳନ କରାଯାଉଥିବା ବେଳେ ଅପର ପାର୍ଶ୍ଵରେ ପୂର୍ବତନ ବିଧାୟକ ରଘୁନାଥ ସାହୁ ପ୍ରତିଷ୍ଠା ଦିବସ ପାଳନ କରିବା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଉଭୟ ବିଜେଡି ଜନହିତକର ନାରା ଦେଉଥିବା ବେଳେ ଦଳ ମଧ୍ୟରେ ଗୋଷ୍ଠି କନ୍ଦଳ ସ୍ପଷ୍ଟ ବାରି ହୋଇପଡୁଛି। ଯାହାକି ଶ୍ରୀ ମଙ୍ଗରାଜଙ୍କ ସଭାରେ ବହୁ ତୁଙ୍ଗ ନେତା, କର୍ମୀ ସାଙ୍ଗକୁ ଜନସାଧାରଣ ଉପସ୍ଥିତ ଥିଲେ ମଧ୍ୟ ଶ୍ରୀ ସାହୁଙ୍କ ସଭାରେ ଅଳ୍ପ ସଂଖ୍ୟକ ନେତା, କର୍ମୀ ଥିବାବେଳେ ଜନସମୁଦ୍ର ଦେଖାଦେଇଥିଲା।

https://thesamikhsya.com/odia/wp-content/uploads/2023/12/WhatsApp-Video-2023-12-26-at-20.34.48.mp4

ତେବେ ଏହି ଅବସରରେ କଲେଜ ଛାତ୍ରୀଙ୍କୁ ନେଇ ଦଳୀୟ କାର୍ଯ୍ୟକ୍ରମ କରାଯାଉଥିବା ବିଜେପି ଅଭିଯୋଗ କରିଛି। ବାଣପୁରରେ ଅନୁଷ୍ଠିତ ଶୋଭାଯାତ୍ରାରେ କଲେଜ ଛାତ୍ରୀମାନେ ଦଳୀୟ ଚିହ୍ନ ଥିବା ଜର୍ସି ପିନ୍ଧିଥିବାର ଭାଇରାଲ ଭିଡିଓରେ ଦେଖାଯାଉଛି। ଏହାକୁ ନେଇ ବିଜେପି ପକ୍ଷରୁ ଆକ୍ରମଣ କରାଯାଇଛି ଏବଂ କର୍ମୀ ଅଭାବରୁ ଛାତ୍ରୀମାନଙ୍କୁ ଦଳୀୟ କାର୍ଯ୍ୟକ୍ରମରେ ବ୍ୟବହାର କରାଯାଉଛି ବୋଲି ସ୍ଥାନୀୟ ବିଜେପି ନେତା କହିଛନ୍ତି।

ଚିଲିକା ନିର୍ବାଚନ ମଣ୍ଡଳୀ ନବୀନ ସରକାର ପ୍ରତିଷ୍ଠା ଦିବସ ବାଲୁଗାଁ ବିଜେଡି
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କ ହେଲିକାପ୍ଟର ଅଭୟାରଣ୍ୟ ଉପରେ ଉଡିବା ନେଇ ଅଭିଯୋଗ କଲା ବିଜେଡି

November 9, 2025

ନୂଆପଡା ଉପନିର୍ବାଚନ: ବିଜେଡି ପକ୍ଷରୁ ଜୋରଦାର୍ ପ୍ରଚାର

November 8, 2025

ଓଡ଼ିଶା ସାଇବର ସୁରକ୍ଷା ଅଭିଯାନ: ବାଣପୁରରେ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

November 7, 2025

ବାଣପୁର: ଜାତୀୟ ଗୀତର ୧୫୦ ତମ ପୂର୍ତ୍ତି ଦିବସ ପାଳିତ

November 7, 2025
Latest News

ଦେଶରେ ଆକ୍ରମଣ ଯୋଜନା କରୁଥିବା ତିନି ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କଲା ଗୁଜୁରାଟ ATS

November 9, 2025

ଏବେ ରୁଡ଼କି ରେଳ ଷ୍ଟେସନରେ ଅଟକିବ ବନ୍ଦେ ଭାରତ ଏକ୍ସପ୍ରେସ: ଖୁସି ବ୍ୟକ୍ତ କଲେ ସ୍ଥାନୀୟ ଲୋକ

November 9, 2025

ମୁଖ୍ୟମନ୍ତ୍ରୀଙ୍କ ହେଲିକାପ୍ଟର ଅଭୟାରଣ୍ୟ ଉପରେ ଉଡିବା ନେଇ ଅଭିଯୋଗ କଲା ବିଜେଡି

November 9, 2025

ଡିସେମ୍ବର ୧ ରୁ ୩ ପର୍ଯ୍ୟନ୍ତ ଉଜ୍ଜୈନରେ ଅନ୍ତର୍ଜାତୀୟ ଗୀତା ମହୋତ୍ସବ

November 9, 2025

ମାନବିକ ସ୍ପର୍ଶ ବଳରେ ମଣିଷର କଷ୍ଟ ଯନ୍ତ୍ରଣା ଲାଘବ କରିବାର ସୁଯୋଗ ନର୍ସମାନଙ୍କୁ ମିଳିଥାଏ: ସୋଆ କୁଳପତି

November 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.