ଗମ୍ଭାରୀମୁଣ୍ଡା ସ୍ଥିତ ପର୍ଶୁରାମ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ- ଓ କାର୍ଯ୍ୟକ୍ରମ ଉଦଯାପନ

Published: Dec 27, 2023, 7:13 pm IST

ବାଣପୁର (ସୀତାରାମ ଅଗ୍ରୱାଲ): ଗମ୍ଭାରୀମୁଣ୍ଡା ସ୍ଥିତ ପର୍ଶୁରାମ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ – ଓ କାର୍ଯ୍ୟକ୍ରମ ର ଉଦଯାପନ ସମାରୋହ ଅଧ୍ୟକ୍ଷ ପ୍ରେମରାଜ ପ୍ରଧାନ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଅତିଥି ଭାବେ ଚ଼ିଲିକାର ପ୍ରାକ୍ତନ ବିଧାୟକ ଡ଼ାଃ ବିଭୂତିଭୂଷଣ ହରିଚ଼ନ୍ଦନ, ମୁଖ୍ୟବକ୍ତା ଭାବେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗୋପୀନାଥ ମହାରଣା, ସମ୍ମାନିତ ଅତିଥି ଭାବେ ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ଦୁଷ୍ମନ୍ତ ହରିଚ଼ନ୍ଦନ, ଗୋଦାବରୀଶ ମହାବିଦ୍ୟାଳୟର‌ ପ୍ରାକ୍ତନ ଅଧ୍ୟକ୍ଷ ଡ଼ାଃ ନୃସିଂହ ଚ଼ରଣ ପ୍ରଧାନ, ବିଶିଷ୍ଟ ଶିକ୍ଷାବିତ୍ ଗୋଲକ ବିହାରୀ ପଟ୍ଟନାୟକ ଯୋଗ ଦେଇଥିଲେ।

ଏହି ଉତ୍ସବରେ ଅତିଥି ମାନେ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରିଥିଲେ। ଛାତ୍ର ଛାତ୍ରୀ ମାନେ ଭଲ ପାଠ ପଢା ସହିତ, ଉତ୍ତମ ଚରିତ୍ର ଗଠନ କରିପାରିଲେ, ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ସ୍ବପ୍ନର ନୂଆ ଓଡିଶା ଗଠନ ହୋଇ ପାରିବ ବୋଲି ଅତିଥି ମାନେ ମତ ପ୍ରକାଶ କରିଥିଲେ। ଏହାପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା‌। ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଗଣ ସଂପୂର୍ଣ୍ଣ ରୂପେ କାର୍ଯ୍ୟକ୍ରମ କୁ ସହଯୋଗ କରିଥିଲେ।

Related posts