Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ରଜତ ଜୟନ୍ତୀ ଉଦଯାପନୀ ଦିବସରେ ଯୋଗ ଦେଲେ କେନ୍ଦ୍ର ମନ୍ତ୍ରୀ
ଆଞ୍ଚଳିକ

ବାଣପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ରଜତ ଜୟନ୍ତୀ ଉଦଯାପନୀ ଦିବସରେ ଯୋଗ ଦେଲେ କେନ୍ଦ୍ର ମନ୍ତ୍ରୀ

December 28, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ତିନି ଦିବସ ବ୍ୟାପି ଅନୁଷ୍ଠିତ ରଜତ ଜୟନ୍ତୀ ସମାରୋହ ଆଜି ଉଦଯାପିତ ହୋଇଯାଇଛି। ଉକ୍ତ ଉଦଯାପନୀ ଦିବସରେ ମୁଖ୍ୟ ଅତିଥିଭାବେ କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାର ମନ୍ତ୍ରୀ ଇଂ ବିଶ୍ୱେଶ୍ୱର ଟୁଡୁ ଯୋଗଦେଇଥିଲେ।

ଏହି ଅବସରରେ ବିଦ୍ୟାଳୟ ପରିଚାଳନା ସମିତି ସଭପତି ରାଜକିଶୋର ଭୋପାଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ମୁଖ୍ୟ ବକ୍ତା ଭାବେ ଶିକ୍ଷା ବିକାଶ ସମିତି ଓଡିଶା ସଭାପତି ଡଃ କିଶୋର ଚନ୍ଦ୍ର ମହାନ୍ତି ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଭାରତୀୟ ପର୍ଯ୍ୟଟନ ବିକାଶ ନିଗମ ଅଧ୍ୟକ୍ଷ ଡା ସମ୍ବିତ ପାତ୍ର ଏବଂ ବାଣପୁର ତହସିଲଦାର ଟି. ପଦ୍ମନାଭ ଦୋରା ଯୋଗଦେଇଥିଲେ। ମୁଖ୍ୟ ଅତିଥି ନିଜ ଅଭିଭାଷଣରେ ପାଶ୍ଚାତ୍ୟ ସଭ୍ୟତା ଓ ସଂସ୍କୃତିକୁ ପଛରେ ପକାଇ ନିଜ ସଭ୍ୟତାକୁ ଆପଣାଇବାକୁ କହିଥିଲେ।

ବିଦ୍ୟାଳୟରେ ଗୁରୁଜୀ ଗୁରୁମା ମାନେ ବିଦ୍ୟାର ଶିକ୍ଷାଦିଅନ୍ତି କିନ୍ତୁ ଭଲ ମଣିଷ ହେବାକୁ ହେଲେ ନିଜ ପରିବାରର ସବୁଠାରୁ ଅଧିକ ଦାଇତ୍ୱ। ତେଣୁ ପିଲା ମାନଙ୍କୁ ଭଲ ମଣିଷ ହେବାକୁ ଶିକ୍ଷା ଦେବାପାଇଁ ଅତିଥି ମାନେ ଉପସ୍ଥିତ ଅଭିଭାବକମାନଙ୍କୁ ଉପଦେଶ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ପିଲା ମାନଙ୍କୁ ଈଶ୍ୱର ବିଶ୍ୱାସୀ ହେବା ପାଇଁ ମୁଖ୍ୟ ଅତିଥି ପ୍ରେରଣା ଦେଇଥିଲେ।

ସମସ୍ତ ଅତିଥି ମାନେ ନିଜର ଅଭିଭାଷଣ ରଖିବା ସହ ରାଷ୍ଟ୍ର ଗଠନ ଦିଗରେ ସରସ୍ବତୀ ଶିଶୁ ମନ୍ଦିରର ଭୂମିକା ବିଷୟରେ ଛାତ୍ରଛାତ୍ରୀଙ୍କୁ ଅବଗତ କରାଇଥିଲେ।

ଏହି ଅବସରରେ ବହୁ ସଂଖ୍ୟକ ଛାତ୍ରଛାତ୍ରୀ, ପୂର୍ବତନ ଛାତ୍ରଛାତ୍ରୀ, ଅଭିଭାବକ, ବୁଦ୍ଧିଜୀବୀ ଏବଂ ସ୍ଥାନୀୟ ଜନସାଧାରଣ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ପରିଚାଳନା ସମିତି ସମ୍ପାଦକ ଆଇନଜୀବୀ ଶ୍ୟାମସୁନ୍ଦର ମିଶ୍ର ଧନ୍ୟବାଦ ଅର୍ପଣ କରିଥିବାବେଳେ ପ୍ରଧାନ ଆଚାର୍ଯ୍ୟ ଅବିନାଶ ପଟ୍ଟନାୟକ ମଞ୍ଚ ପରିଚାଳନା କରିଥିଲେ।

ଉଦଯାପନୀ ଦିବସ ବାଣପୁର ରଜତ ଜୟନ୍ତୀ ସମାରୋହ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026
Latest News

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026

ପ୍ରବାସୀ ଓଡ଼ିଆଙ୍କ ଗୁଜୁରାଟର ଅଙ୍କଲେଶ୍ୱରରେ ଓଡ଼ିଆ ନୂତନ ବର୍ଷ ପାଳିତ

April 23, 2026

ଭିଡିଓ ଭାଇରାଲ କରି ୫ ଗିରଫ

April 23, 2026

୪, ୬୨୩ ଜଣଙ୍କୁ ମିଳିଲା ନିଯୁକ୍ତି

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.