Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନୂଆ-ଓ କାର୍ଯ୍ୟକ୍ରମ ଜରିଆରେ ନାଚୁଣୀ ଗୋଦାବରୀଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ କ୍ରୀଡା ପ୍ରତିଯୋଗିତା
ଆଞ୍ଚଳିକ

ନୂଆ-ଓ କାର୍ଯ୍ୟକ୍ରମ ଜରିଆରେ ନାଚୁଣୀ ଗୋଦାବରୀଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ କ୍ରୀଡା ପ୍ରତିଯୋଗିତା

January 2, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ନୂଆ-ଓ କାର୍ଯ୍ୟକ୍ରମ ଜରିଆରେ ଯୁବକ ଯୁବତୀ ମାନଙ୍କର ଅନ୍ତର୍ନିହିତ ଗୁଣକୁ ବିକଶିତ କରିବା ଲକ୍ଷରେ ବ୍ଲକ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ସରକାର ଆୟୋଜନ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ଆଜି ବାଣପୁର ବ୍ଲକ ଓ ଏନଏସିର ମିଳିତ ଆନୁକୂଲ୍ୟରେ ନାଚୁଣୀ ଗୋଦାବରୀଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଏକ ୫ ଦିନିଆ କ୍ରୀଡା ପ୍ରତିଯୋଗିତାର ଉଦଘାଟନ ହୋଇଯାଇଛି।

ବିଡ଼ିଓ ଶୀତଲ ଅଗ୍ରୱାଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଘାଟନ ଉତ୍ସବରେ ବାଣପୁର ତହସିଲଦାର ଟି.ପଦ୍ମନାଭ ଡୋରା, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗୋପୀନାଥ ମହାରଣା ଏନଏସି ଅଧ୍ୟକ୍ଷ ମିଟୁ ନାୟକ, ନାଚୁଣୀ ସରପଞ୍ଚ ପୁଷ୍ପାଞ୍ଜଳି ପଲେଇ, ତୋରସିଂ ସରପଞ୍ଚ ଆକାଶ ପ୍ରଧାନ ଅତିଥି ଭାବେ ଯୋଗ ଦେଇଥିଲେ। ଆଜିର ଉଦଘାଟନ ଦିବସରେ ନନ୍ଦପୁର ଓ ତୋରସିଂ ଗ୍ରାମପଂଚାୟତର ବିଭିନ୍ନ ସ୍କୁଲ ଓ କଲେଜ ଛାତ୍ରଛାତ୍ରୀଙ୍କୁ ନେଇ କ୍ରିକେଟ ଓ ହକି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

ଉକ୍ତ କ୍ରୀଡା ପ୍ରତିଯୋଗିତା ଆଜି ଠାରୁ ୫ଦିନ ଧରି ଚାଲିବାକୁ ଥିବାବେଳେ କୃତକାର୍ଯ୍ୟ ହାସଲ କରିଥିବା ପ୍ରତିଯୋଗି ମାନଙ୍କୁ ଆସନ୍ତା ୬ ତାରିଖରେ ହେବାକୁ ଥିବା ଉଦଯାପନ ଉତ୍ସବରେ ସମ୍ମାନିତ କରାଯିବ ବୋଲି ବିଡ଼ିଓ ଶ୍ରୀମତୀ ଅଗ୍ରୱାଲ କହିଛନ୍ତି। ଏହି କ୍ରୀଡା ପ୍ରତିଯୋଗିତାକୁ ବାଣପୁର ବ୍ଲକ ବିପିଏମ ଶିବ ପ୍ରସାଦ ଜାଲି,ନାଚୁଣୀ ପଞ୍ଚାୟତ ନିର୍ବାହୀ ଅଧିକାରୀ ରାଜକିଶୋର ଖଟେଇ, ସିପି ସନ୍ଦୀପ ପାଇକରାୟ ସୁଚାରୁ ରୂପେ ପରିଚାଳନା କରିଥିଲେ।

କ୍ରୀଡ଼ା ପ୍ରତିଯୋଗିତା ଗୋଦାବରୀଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ନାଚୁଣୀ ନୂଆ- ଓ କାର୍ଯ୍ୟକ୍ରମ
Share. Facebook Twitter LinkedIn Email WhatsApp Copy Link

Related Posts

ରେଢ଼ାଖୋଲର ଜଙ୍ଗଲରେ ମିଳିଲା ପ୍ରାଚୀନ ଲୁହା ଶିଳ୍ପର ପ୍ରମାଣ, ଜିଏମ୍ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ସର୍ବେକ୍ଷଣ

October 5, 2026

ଦୁଇ ମାନସିକ ଅସୁସ୍ଥଙ୍କୁ ଉଦ୍ଧାର କରି ଥଇଥାନ କଲେ ଯୁବ ସମାଜସେବୀ

October 5, 2026

ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ

October 3, 2026

ଜିଲ୍ଲାପାଳ, ଏସ୍‌ପି ଓ ଡିଏଫ୍‌ଓଙ୍କ ବାସଭବନ ସମ୍ମୁଖରୁ ଷ୍ଟିଲ୍‌ ଗେଟ୍‌ ନେଇଗଲେ ଦୁର୍ବୃତ୍ତ

October 2, 2026
Latest News

ଟ୍ରେନ୍ ଯାତ୍ରୀଙ୍କୁ ବଡ଼ ଝଟକା! ଏକାଥରେ ୨୦ରୁ ଅଧିକ ଟ୍ରେନ୍ ବାତିଲ, ଜାଣନ୍ତୁ ପୂରା ତାଲିକା

October 6, 2026

CEC ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ମେଗା ମାର୍ଚ୍ଚ: ନବୀନଙ୍କ ନିର୍ଦ୍ଦେଶରେ ଦିଲ୍ଲୀରେ ସାମିଲ ହେବ BJD

October 6, 2026

ଠାକୁରମୁଣ୍ଡା ମେଡିକାଲରେ ଅମାନବୀୟ ଚିତ୍ର: ୩୬ ଘଣ୍ଟା ଧରି ପଡ଼ିରହିଲା ମୃତଦେହ

October 6, 2026

ବଲାଙ୍ଗୀରରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପଛରୁ ପିଟିଲା ମେଣ୍ଢା ବୋଝେଇ ପିକ୍‌ଅପ୍‌, ୨ ମୃତ

October 6, 2026

ପଶ୍ଚିମବଙ୍ଗରୁ ଆସାମ ଯାଏଁ ନିର୍ବାଚନୀ ତାତି; ୬ ଆସନରେ ଆଜି ମତଦାନ

October 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.