Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗୋଦାବରୀଶ ମହାବିଦ୍ୟାଳୟରେ ଜାତୀୟ ଯୁବ ଦିବସ ଓ ସ୍ଵାମୀ ବିବେକାନନ୍ଦ ଜୟନ୍ତୀ ପାଳିତ
ଆଞ୍ଚଳିକ

ଗୋଦାବରୀଶ ମହାବିଦ୍ୟାଳୟରେ ଜାତୀୟ ଯୁବ ଦିବସ ଓ ସ୍ଵାମୀ ବିବେକାନନ୍ଦ ଜୟନ୍ତୀ ପାଳିତ

January 12, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଜାନୁଆରୀ ୧୨ ତାରିଖ ସ୍ଵାମୀ ବିବେକାନନ୍ଦଙ୍କ ଜନ୍ମ ଦିବସଟି ଜାତୀୟ ଯୁବ ଦିବସ ଭାବରେ ସରା ଭାରତରେ ପାଳିତ ହେଉଛି। ଗୋଦାବରୀଶ ମହାବିଦ୍ୟାଳୟର ଦର୍ଶନ ବିଭାଗ ଓ ବିବେକାନନ୍ଦ କେନ୍ଦ୍ର କନ୍ୟାକୁମାରୀ, ବାଣପୁର ବାଲୁଗାଁ ନଗର ଶାଖ ସୌଜନ୍ୟରେ ଏହି ଜୟନ୍ତୀ ଉତ୍ସବ ମହାବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି।

ଏହି ଉତ୍ସବରେ ମହାବିଦ୍ୟାଳୟର ଅଧ୍ୟକ୍ଷ ବିନାୟକ ହୋତା ସଭାପତିତ୍ୱ କରିଥିବା ବେଳେ ହିଞିଳିକାଟୁ ବିଜ୍ଞାନ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ତଥା ବିବେକାନନ୍ଦ କେନ୍ଦ୍ର ବ୍ରହ୍ମପୁର ଶାଖାର ପଦାଧିକାରୀ ଗୋପାଳ ଚନ୍ଦ୍ର ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଅନେକ ଅଜଣା ତଥ୍ୟ ଉପସ୍ଥାପନା କରିବା ସହ ସ୍ଵାମୀଜୀଙ୍କ ଆଦର୍ଶରେ ଅନୁପ୍ରଣିତହୋଇ ଏକ ସଫଳ ଜୀବନଯାପନ କରିବାପାଇଁ ସ୍ଵାମୀଜୀଙ୍କ ପ୍ରଦର୍ଶିତ ମାର୍ଗ ଅନୁକରଣ କରିବା ପାଇଁ ଉପଦେଶ ଦେଇଥିଲେ।

ଅନ୍ୟ ମାନଙ୍କ ମଧ୍ୟରେ ଯୁକ୍ତ ଦୁଇର ଭାରପ୍ରାପ୍ତ ଅଧ୍ୟକ୍ଷ ଲକ୍ଷ୍ମୀ ପ୍ରସାଦ ମିଶ୍ର, ପ୍ରଶାସନ ଅଧିକାରୀ ଡ଼ ଶୂର ପ୍ରତାପ ନରେନ୍ଦ୍ର ସିଂ ବର୍ମା, ସହ ପ୍ରଶାସନିକ ଅଧିକାରୀ ଡ଼ ସୁଜାତା ମିଶ୍ର ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ବିବେକାନନ୍ଦଙ୍କ ଆଦର୍ଶରେ ବ୍ରତୁ ହେବାପାଇଁ ଉପଦେଶ ଦେଇଥିଲେ।

ଦର୍ଶନ ବିଭାଗର ଅଧ୍ୟାପିକା ଅନୀତା ଦଳେଇ ସ୍ଵାଗତ ଭାଷଣ ପ୍ରଦାନ କରିଥିବାବେଳେ ବିଭାଗୀୟମୂଖ୍ୟ ରାଧାକାନ୍ତ ରାଉତ ଅତିଥି ପରିଚୟ ପ୍ରଦାନକରିଥିଲେ। ଅଧ୍ୟାପକ ହିଟଲର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।। ସଭାରେ ମହାବିଦ୍ୟାଳୟର ଅନେକ କର୍ମଚାରୀ , ଅବସରପ୍ରାପ୍ତ କ୍ରୀଡ଼ା ଶିକ୍ଷକ ବୈରାଗୀ ଚରଣ ବଳ ଓ ଛାତ୍ରଛାତ୍ରୀ ଉପସ୍ଥିତ ରହି ଏହାକୁ ସାଫଲ୍ୟ ମଣ୍ଡିତ କରିଥିଲେ।

ଗୋଦାବରୀଶ ମହାବିଦ୍ୟାଳୟ ଜାତୀୟ ଯୁବ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

March 5, 2026

ମହତପଲ୍ଲାରେ ବାର୍ଷିକ ଉତ୍ସବ: ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ

March 3, 2026

ଗୋଦାବରୀଶ ମହାବିଦ୍ୟାଳୟରେ ବିଜ୍ଞାନ ଦିବସ ଉପଲକ୍ଷେ ସଭା

February 28, 2026
Latest News

ଚଳନ୍ତା ବସରୁ ଖସି ଯୁବକଙ୍କ ମୃତ୍ୟୁ

March 10, 2026

ବିବାଦୀୟ ଅଧ୍ୟାୟ ପାଇଁ ସାର୍ବଜନୀନ ଭାବରେ କ୍ଷମା ମାଗିଲା NCERT

March 10, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ କୀର୍ତ୍ତି ଆଜାଦଙ୍କ ଟିମ୍ ଇଣ୍ଡିଆକୁ କଟାକ୍ଷ: ଜୟ ଶାହଙ୍କୁ କଲେ ଟାର୍ଗେଟ

March 10, 2026

ଗ୍ୟାସ୍ ଅଭାବ ହେଲେ କାହାକୁ ପ୍ରାଥମିକତା ଦେବେ ସରକାର?: ଦେଖନ୍ତୁ ତାଲିକା

March 10, 2026

ପରିବର୍ତ୍ତନଶୀଳ ବିଶ୍ୱ ବ୍ୟବସ୍ଥା: ଆନ୍ତର୍ଜାତୀୟ ରାଜନୀତିର ନୂଆ ପରିଦୃଶ୍ୟ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.