Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ମହାବିଦ୍ୟାଳୟରେ ଶ୍ରୀ ଜଗନ୍ନାଥ ଓ ବିଶ୍ୱ ସଂସ୍କୃତି ଶୀର୍ଷକ ଆଲୋଚନାଚକ୍ର
ଆଞ୍ଚଳିକ

ବାଲୁଗାଁ ମହାବିଦ୍ୟାଳୟରେ ଶ୍ରୀ ଜଗନ୍ନାଥ ଓ ବିଶ୍ୱ ସଂସ୍କୃତି ଶୀର୍ଷକ ଆଲୋଚନାଚକ୍ର

January 22, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ରାଜ୍ୟ ସରକାରଙ୍କ ଆର୍ଥିକ ପ୍ରୋତ୍ସାହନରେ ନୂତନ ଉନ୍ନତ ଅଭିଳାଷ ଓଡିଶା ତଥା ଶ୍ରୀଜଗନ୍ନାଥ ପରିକ୍ରମା ପ୍ରକଳ୍ପ ଉଦ୍ଦେଶ୍ୟରେ ବାଲୁଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ବାଲୁଗାଁ ମହାବିଦ୍ୟାଳୟ ନୂଆ -ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା ଆନୁକୂଲ୍ୟରେ ଶ୍ରୀଜଗନ୍ନାଥ ଓ ବିଶ୍ୱ ସଂସ୍କୃତି ଶୀର୍ଷକ ଆଲୋଚନାଚକ୍ର ପ୍ରାଧ୍ୟାପିକା ଡକ୍ଟର କଳ୍ପନା ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ନିମନ୍ତ୍ରିତ ଅତିଥିମାନେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ପ୍ରଦୀପ ପ୍ରଜ୍ବଳନ କରି ଆଲୋଚନା ଚକ୍ରକୁ ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।

ଯୁକ୍ତ ଦୁଇ ଅଧ୍ୟକ୍ଷା ଡକ୍ଟର ଜୟନ୍ତୀ ସାମଲଙ୍କ ଅତିଥି ପରିଚୟ ପରେ ଡକ୍ଟର କଳ୍ପନା ଦାଶ ଅତିଥିମାନଙ୍କୁ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ କରିବା ପରେ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ଆଲୋଚନାଚକ୍ରର ମୁଖ୍ୟ ଅତିଥି ଡକ୍ଟର ଶାନ୍ତନୁ କୁମାର ରଥ ଯୋଗ ଦେଇ କହିଲେ ଯେ ଶ୍ରୀଜଗନ୍ନାଥ ହେଉଛନ୍ତି ପ୍ରତ୍ୟେକ ଓଡ଼ିଆର ପରିଚୟ। ଶ୍ରୀଜଗନ୍ନାଥ ହେଉଛନ୍ତି ବିଶ୍ୱ ସଂସ୍କୃତିର ପ୍ରତୀକ।  ମହାପ୍ରସାଦରେ ଜାତିଭେଦ ନାହିଁ, ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ସମଗ୍ର ବିଶ୍ୱଜନଙ୍କ ପାଇଁ ଉଦ୍ଦିଷ୍ଟ। ଏହା ସର୍ବ ଧର୍ମ ସମନ୍ୱୟର ଉତ୍ସ।

ମୁଖ୍ୟ ବକ୍ତା ଭାବେ ଯୋଗ ଦେଇ ବିଶିଷ୍ଟ ଗବେଷକ ଦେବେନ୍ଦ୍ରନାଥ ଦାଶ କହିଲେ ଯେ ଶ୍ରୀଜଗନ୍ନାଥଙ୍କ ସଂସ୍କୃତି ଓ ଚେତନା ବିଶ୍ୱରେ ସର୍ବତ୍ର ପ୍ରତିଫଳିତ ହେଇଛି। ଏହି ସଂସ୍କୃତି ବିଶ୍ୱର ସକଳ ଶୃଙ୍ଖଳାକୁ ପ୍ରତିଫଳିତ କରିଥାଏ। ସମ୍ମାନିତ ଅତିଥି ଅଧ୍ୟାପକ ପୁଣ୍ୟଦର୍ଶନ ସାହୁ କହିଲେ ଯେ ଶ୍ରୀଜଗନ୍ନାଥଙ୍କ ସଂସ୍କୃତି ହିଁ ପ୍ରାଚ୍ୟ ଓ ପାଶ୍ଚାତ୍ୟର ସମନ୍ୱୟ। ସେ ହିଁ ବିଶ୍ୱର ସର୍ବଶ୍ରେଷ୍ଠ ପ୍ରେରଣାଦାୟୀ ଠାକୁର ଓ ହଜାର ହଜାର ବିଶ୍ୱାସର ଦେବତା।

ଏହାପରେ ଡକ୍ଟର ପୂର୍ଣ୍ଣ ଚନ୍ଦ୍ର ସlମନ୍ତରାୟଙ୍କ ସଂଯୋଜନାରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ଅଧ୍ୟାପକ ଡକ୍ଟର କୈଳାଶ ଚନ୍ଦ୍ର ମହାରଣା, ସୁଧାକର ନାୟକ, କୀର୍ତ୍ତିମୟୀ ବାରିକ, ଡଃ ଲକ୍ଷ୍ମୀଧର ବିଶ୍ୱାଳ, ବିଦ୍ୟାଧର ଜୁଝାରସିଂହ, ସଂଗ୍ରାମ ବେହେରା, ଲକ୍ଷ୍ମୀପ୍ରିୟା ଶତୃଶଲ୍ୟ, ଶିବ ମହାରଣା, ସ୍ନେହା ନାୟକ, ସନ୍ତୋଷ ବାରିକ ପ୍ରମୁଖ ଅଂଶଗ୍ରହଣ କରିଥିଲେ।

ଅଧ୍ୟାପିକା ଶୁଭଦର୍ଶିନୀ ବିଶ୍ୱାଳ ମଞ୍ଚ ସଂଚାଳନ କରିଥିବା ବେଳେ ଅଧ୍ୟାପକ ଧୋବୀ ଚରଣ ପରିଡ଼ା ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମକୁ ନୋଡାଲ ଅଧିକାରୀ ଝରଣା ନାଥ ଓ ପୂର୍ଣଚନ୍ଦ୍ର ସାମନ୍ତରାୟ ପରିଚାଳନା କରିଥିଲେ।

ଆଲୋଚନାଚକ୍ର ବାଲୁଗାଁ ମହାବିଦ୍ୟାଳୟ ଶ୍ରୀ ଜଗନ୍ନାଥ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026

ବାଲୁଗାଁରେ ନାରୀ ଶକ୍ତି ବନ୍ଦନ ଅଧିନିୟମ ୨୦୨୩ ପଦଯାତ୍ରା

April 17, 2026

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026
Latest News

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.