Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସୁମଣ୍ଡଳ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ରେ ସାଧାରଣତନ୍ତ୍ର ଦିବସ ଓ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
ଆଞ୍ଚଳିକ

ସୁମଣ୍ଡଳ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ରେ ସାଧାରଣତନ୍ତ୍ର ଦିବସ ଓ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ

January 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବେଗୁନିଆପଡା (ଟୁକୁନା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ସୁମଣ୍ଡଳ ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ୭୫ ତମ ସାଧାରଣତନ୍ତ୍ର ଦିବସ ପାଳିତ ଓ ବାର୍ଷିକ କ୍ରୀଡା ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ଜୀବନ ଦ୍ୟୁତି ଏଜୁକେସନାଲ ଆଣ୍ଡ ଚାରିଟେବୁଲ ଟ୍ରଷ୍ଟ ର ସଭାପତି ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ ଛାତ୍ର ଛାତ୍ରୀ, ଗୁରୁଜୀ ଗୁରୁମା ଏବଂ ଅନ୍ୟାନ୍ୟ ଅତିଥି ମାନେ ଉପସ୍ଥିତ ଥିଲେ।

ଅନୁଷ୍ଠିତ ବାର୍ଷିକ କ୍ରୀଡା ଉତ୍ସବ କାର୍ଯ୍ୟକ୍ରମ ରେ ଟ୍ରଷ୍ଟ ସଭାପତି ସୁଶାନ୍ତ କୁମାର ବିଶ୍ବାଳ ସଭାପତିତ୍ବ କରିଥିବା ବେଳେ ମୁଖ୍ୟଅତିଥି ଭାବେ ସରପଞ୍ଚ ଶିବଶଙ୍କର ବାରିକ, ମୁଖ୍ୟ ବକ୍ତାଭାବେ ପ୍ରଦୀପ କୁମାର ବିଶ୍ଵାଳ, ସମ୍ମାନିତ ଅତିଥି ଭାବେ ସମିତିସଭ୍ଯ ସନ୍ତୋଷ କୁମାର ସାହୁ, ସୁଶିଲ୍ କୁମାର ବିଶ୍ଵାଳ, ଆରତ କୁମାର ବେହେରା, ବିନୋଦ କୁମାର ଗୌଡ,
ବି ଏଫ୍ ଟି ରବୀନ୍ଦ୍ରନାଥ ସାହୁ, ବିଷ୍ଣୁ ପ୍ରସାଦ କହର ସମେତ ଅନ୍ୟମାନେ ଉପସ୍ଥିତ ଥିଲେ।

ପ୍ରଥମେ ଅତିଥିମାନେ ପ୍ରଦୀପ ପ୍ରଜ୍ବଳନ କରି ସଭାକାର୍ଯ୍ୟ ଆରମ୍ଭ କରିଥିଲେ। ଉପସ୍ଥିତ ଅତିଥିମାନେ ନିଜ ନିଜର ବକ୍ତବ୍ୟରେ କ୍ରୀଡା ର ମହତ୍ତ୍ଵ ଏବଂ ସାଧାରଣତନ୍ତ୍ର ଦିବସର ମହତ୍ଵ ଆଦି ବିଷୟରେ ଛାତ୍ରଛାତ୍ରୀ ମାନଙ୍କୁ କହିଥିଲେ। ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା।

ବିଭିନ୍ନ କ୍ରୀଡା କ୍ଷେତ୍ରରେ କୃତିତ୍ବ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ସୁଶିଲ କୁମାର ବିଶ୍ଵାଳ ସଭାକାର୍ଯ୍ୟ ପରିଚାଳନା କରିଥିବା ବେଳେ ରଞ୍ଜୟ ପ୍ରଧାନ, ଗୋବିନ୍ଦ ସ୍ଵାଇଁ ପ୍ରମୂଖ ଉପସ୍ଥିତ ରହି ସହଯୋଗ କରିଥିଲେ।

ବାର୍ଷିକ କ୍ରୀଡା ଉତ୍ସବ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ସାଧାରଣତନ୍ତ୍ର ଦିବସ ସୁମଣ୍ଡଳ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟରେ ଏନଏସଏସ ଦିବସ ଅବସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 25, 2026

ତାଳପଦା ସମୁଦ୍ର କୂଳରୁ ମୃତ ଡଲଫିନ୍‌ ଉଦ୍ଧାର

September 23, 2026

ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସାତସମାରେ ସ୍ୱଚ୍ଛତା ପକ୍ଷ ପାଳିତ

September 23, 2026

୩ କିଲୋମିଟର ଭାରରେ ବୋହିବା ପରେ ଆମ୍ବୁଲାନ୍ସରେ ଜନ୍ମ ନେଲା ଶିଶୁକନ୍ୟା

September 22, 2026
Latest News

‘୪ ମାସ ମଧ୍ୟରେ ନିଷ୍ପତ୍ତି ନିଅନ୍ତୁ’: ଟିଏମସିର ନିର୍ବାଚନ ଚିହ୍ନ ଉପରେ ଇସିଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

September 28, 2026

ବାର୍ଦ୍ଧକ୍ୟ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

September 28, 2026

ପଦକ ବିନା ଫେରିବେ ମନୁ ଭାକର: ବିଶ୍ୱ ରେକର୍ଡଧାରୀ ଇଶା ସିଂହ ଜିତିଲେ ରୌପ୍ୟ

September 28, 2026

ଗେଷ୍ଟହାଉସରେ ମହିଳାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ: ୪ ଅଭିଯୁକ୍ତ ଗିରଫ

September 28, 2026

Maa Tara Tarini Temple: ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ ସିଂ

September 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.