Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ହଂସତୁଳିରେ ଅଗ୍ନିବିପନ୍ନ ପରିବାରଙ୍କୁ ସହାୟତା ପ୍ରଦାନ କଲେ ବିଜେପି ନେତା ପ୍ରତାପ ନାୟକ
ଆଞ୍ଚଳିକ

ହଂସତୁଳିରେ ଅଗ୍ନିବିପନ୍ନ ପରିବାରଙ୍କୁ ସହାୟତା ପ୍ରଦାନ କଲେ ବିଜେପି ନେତା ପ୍ରତାପ ନାୟକ

January 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବେଗୁନିଆପଡା: (ଟୁକୁନା ପ୍ରଧାନ) ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ତାଳସର ପଞ୍ଚାୟତର ହଂସତୁଳି ଗ୍ରାମରେ ଗତକାଲି ରାତିରେ କୌଣସି କାରଣରୁ ଭୟାଭୟ ଅଗ୍ନିକାଣ୍ଡ ଘଟି ଛକ ସାହିର ଛବିତା ଡାକୁଆ, ରଙ୍କ ଡାକୁଆ, ନାରାୟଣ ଡାକୁଆ, ଅଜୟ ନାୟକ, ପ୍ରଭାକର ନାୟକଙ୍କ ଘର ସଂପୂର୍ଣ୍ଣ ଜଳି ପୋଡ଼ି ନଷ୍ଟ ହୋଇଥିବା ବେଳେ ନିଆଁ ଲିଭାଇବା ବେଳେ ଏବଂ ଅଗ୍ନିକାଣ୍ଡ ର ପ୍ରଭାବରେ ତ୍ରିନାଥ ପାତ୍ରଙ୍କ ଆଜବେଷ୍ଟ ଘରଟି ମଧ୍ୟ ନଷ୍ଟ ହୋଇ ଯାଇଅଛି। ଏହି ସବୁ ପରିବାର ଗୁଡିକ ଦିନ ମଜୁରିଆ ଶ୍ରେଣୀର ହୋଇ ଥିବା ବେଳେ ସେମାନଙ୍କୁ ସରକାରୀ ସ୍ତରରୁ ହେଉ କିମ୍ବା ଯେ କୌଣସି ବଦାନ୍ୟ ବ୍ୟକ୍ତିବିଶେଷ ମାନେ ସହାୟତା ଯୋଗାଇଦେବା ପାଇଁ ଗ୍ରାମବାସୀ ମାନେ ଅନୁରୋଧ କରିଥିଲେ।

ଏହି ଦୁଃଖଦ ଖବର ପାଇ କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀର ବରିଷ୍ଠ ବିଜେପି ନେତା ପ୍ରତାପ ନାୟକ ଅଗ୍ନିବିପନ୍ନ ପରିବାରଙ୍କୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ରାଶି ଏବଂ ଖାଦ୍ୟ ସାମଗ୍ରୀ, ଲୁଗାପଟା ଆଦି ପ୍ରଦାନ କରିଛନ୍ତି। ଏଥିରେ ବିଜେପି ନେତା ନାରାୟଣ ସୁମନ୍ତରାୟ, ଶ୍ରୀକାନ୍ତ ପଣ୍ଡା, ସୂରିଆସୁଂ ବେହେରା, ପଙ୍କଜ ନାୟକ, ପ୍ରଭାତ ସ୍ଵାଇଁ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ। ଏହି ସମୟରେ ହଂସତୁଳି ଗ୍ରାମର ଶତାଧିକ ଗ୍ରାମବାସୀ ସମେତ ଆନନ୍ଦ ସ୍ଵାଇଁ, ଛଇଲ ସ୍ଵାଇଁ ପ୍ରମୁଖ ଉପସ୍ଥିତ ଥିଲେ।

ଅଗ୍ନିବିପନ୍ନ ପରିବାର ବିଜେପି ନେତା ହଂସତୁଳି
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ସାଧାରଣ ସଭା: ସମବାୟର ବିକାଶ ଓ ବ୍ୟବସାୟିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ

September 30, 2026

କର୍ତ୍ତବ୍ୟନିଷ୍ଠ ଶିକ୍ଷୟିତ୍ରୀ ବିନୋଦିନୀ କୁଣ୍ଡୁଙ୍କୁ ଭାବବିହ୍ୱଳ ବିଦାୟ

September 30, 2026

ପଥୁରିଆ ଅଙ୍ଗନୱାଡି କେନ୍ଦ୍ରରେ ୯ମ ରାଷ୍ଟ୍ରୀୟ ପୋଷଣ ମାସ–୨୦୨୬

September 30, 2026

ଗୁରୁଜୀ ମହେଶ୍ୱର ମଲ୍ଲଙ୍କ ପଞ୍ଚମ ଶ୍ରାଦ୍ଧବାର୍ଷିକୀ ପାଳିତ 

September 29, 2026
Latest News

ଭାରତର ସବୁଠାରୁ ଧନୀ ବ୍ୟକ୍ତି ହେଲେ ଗୌତମ ଆଦାନୀ: ଜାଣନ୍ତୁ ଦ୍ୱିତୀୟ ସ୍ଥାନରେ କିଏ?

October 1, 2026

“ନିର୍ଦ୍ଦେଶ କାହାର ଥିଲା?”: ଫର୍ମ-୬ ଉପରେ ନିର୍ବାଚନ କମିଶନଙ୍କୁ ପ୍ରଶ୍ନ କଲେ ରାହୁଲ ଗାନ୍ଧୀ

October 1, 2026

ଗଞ୍ଜାମରେ ଝାଡ଼ାବାନ୍ତି ଆତଙ୍କ: ୩ ମୃତ, ୫ରୁ ଅଧିକ ଆକ୍ରାନ୍ତ

October 1, 2026

କଂଗ୍ରେସ ଭବନ ବାହାରେ ଓକିଲଙ୍କ ମୃତଦେହ

October 1, 2026

ଧାରୁଆ ଅସ୍ତ୍ରରେ ଗଳା କାଟି ଯୁବତୀଙ୍କ ଆତ୍ମହତ୍ୟା

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.