Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଶ୍ରୀ ଜଗନ୍ନାଥ ସଂସ୍କୃତି ଉତ୍କଳୀୟ ଜନ ଜୀବନରେ ପ୍ରତିଫଳିତ
ଆଞ୍ଚଳିକ

ଶ୍ରୀ ଜଗନ୍ନାଥ ସଂସ୍କୃତି ଉତ୍କଳୀୟ ଜନ ଜୀବନରେ ପ୍ରତିଫଳିତ

January 31, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ପ୍ରୋତ୍ସାହନରେ ବାଲୁଗାଁ ମହାବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଦ୍ୱାରା ଚାଲିଥିବା ନୂତନ ଉନ୍ନତ ଅଭିଳାଷ ଓଡ଼ିଶା ଅନ୍ତର୍ଗତ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା କାର୍ଯ୍ୟକ୍ରମର ଆଜି ଉଦଯାପନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦଘାଟନୀ ଅବସରରେ ଚଳିତ ମାସ ଷୋହଳ ତାରିଖରେ ଉଦଘାଟିତ ହୋଇଥିବା ଏହି ସର୍ଜନାତ୍ମକ ଓ ସାଂସ୍କୃତିକ କାର୍ଯ୍ୟକ୍ରମର ଉଦଯାପନୀ ସମାରୋହରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଡକ୍ଟର କଳ୍ପନା ଦାଶ ସଭାପତିତ୍ୱ କରିବା ସହ ସ୍ୱାଗତ ସମ୍ଭାଷଣ ପ୍ରଦାନ କରିଥିଲେ।

ଆମନ୍ତ୍ରିତ ଅତିଥି ମାନେ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତିରେ ପ୍ରଦୀପ ପ୍ରଜ୍ବଳନ ଓ ପୁଷ୍ପମାଲ୍ୟ ଅର୍ପଣ କରିବାପରେ ଛାତ୍ରୀମାନେ ସ୍ୱାଗତ ସଂଗୀତ ଓ ସ୍ୱାଗତ ନୃତ୍ୟ ପରିବେଷଣ କରିଥିଲେ। ଯୁକ୍ତ ଦୁଇ ଅଧ୍ୟକ୍ଷା ଡକ୍ଟର ଜୟନ୍ତୀ ସାମଲ ନିଜ ବକ୍ତବ୍ୟରେ ସମଗ୍ର ବିଶ୍ୱକୁ ଓଡ଼ିଆ ଭାଷା, ଓଡ଼ିଆ ସଂସ୍କୃତି ଓ ଶ୍ରୀ ଜଗନ୍ନାଥଙ୍କ ସଂସ୍କୃତିର ମହାନ ଅବଦାନ ସମ୍ପର୍କରେ ବିଭିନ୍ନ ଆଲେଖ୍ୟ ପ୍ରଦାନ କରିଥିଲେ।

ଏହି ଅବସରରେ ଅଧ୍ୟାପକ ଡକ୍ଟର କୈଳାସ ଚନ୍ଦ୍ର ମହାରଣା ଅତିଥି ପରିଚୟ ପ୍ରଦାନ କରିଥିଲେ। ଉତ୍ସବରେ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷା ସୁକାନ୍ତି ପାଇକରାୟ ମୁଖ୍ୟ ଅତିଥି ଓ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପ୍ରାକ୍ତନ ବିଭାଗ ମୁଖ୍ୟ ଡକ୍ଟର ରଜନୀ ରାଣୀ ମିଶ୍ର ମୁଖ୍ୟ ବକ୍ତା ଭାବେ ଯୋଗଦେଇଥିବା ବେଳେ ପ୍ରାକ୍ତନ୍ ଅଧ୍ୟକ୍ଷା ବିନତି ମଞ୍ଜରୀ ରାଉତ ଓ କାଉନ ସିଲର ସୁଜାତା ପଣ୍ଡା ସମ୍ମାନିତ ଅତିଥିଭାବେ ଯୋଗ ଦେଇ ଶ୍ରୀଜଗନ୍ନାଥ ସକଳ ଓଡ଼ିଆଙ୍କ ବିଶ୍ୱାସର ଆଧାର ବୋଲି ମତବ୍ୟକ୍ତ କରିବା ସହ ପ୍ରତିଟି ଓଡ଼ିଆଙ୍କ ଜୀବନ ଶୈଳୀରେ କିପରି ଶ୍ରୀ ଜଗନ୍ନାଥଙ୍କ ସଂସ୍କୃତି ପ୍ରତିଫଳିତ ହୋଇଛି ତାହାର ଦୃଷ୍ଟାନ୍ତ ଉପସ୍ଥାପିତ କରିଥିଲେ।

ଏହି ଅବସରରେ ଅଧ୍ୟକ୍ଷା ଡକ୍ଟର ଦାଶ ସମସ୍ତ ଅତିଥି ମାନଙ୍କୁ ପ୍ରୀତି ଉପହାର ଓ ଉପଢୌକନ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ। ଏହାପରେ ଅଧ୍ୟାପକ ଧୋବୀ ଚରଣ ପରିଡ଼ା ଓ ଅଧ୍ୟାପିକା ଶୁଭଦର୍ଶିନୀ ବିଶ୍ୱାଳଙ୍କ ସଂଯୋଜନାରେ ଅତିଥିମାନେ କୃତୀ ଛାତ୍ର ଛାତ୍ରୀଙ୍କୁ ପୁରସ୍କାର ଓ ମାନପତ୍ର ପ୍ରଦାନ କରିଥିଲେ। ଧନ୍ୟବାଦ ପ୍ରଦାନ କରିଥିଲେ ଯୁକ୍ତ ତିନି ନୋଡାଲ ଅଧିକାରୀ ଝରଣା ନାଥ।

ଡକ୍ଟର କୈଳାସ ଚନ୍ଦ୍ର ମହାରଣା ମଞ୍ଚ ସଂଯୋଜନା କରିଥିବା ବେଳେ କାର୍ଯ୍ୟକ୍ରମକୁ ଯୁକ୍ତ ଦୁଇ ନୋଡାଲ ଅଧିକାରୀ ଡକ୍ଟର ପୂର୍ଣ୍ଣ ଚନ୍ଦ୍ର ସାମନ୍ତରାୟ,ଅଧ୍ୟାପକ ହିମାଂଶୁ ଶେଖର ଦାଶ, ପ୍ରବୀଣ କୁମାର ଜେନା,ସୁଧାକର ନାୟକ ପ୍ରମୁଖ ପରିଚାଳନା କରିଥିଲେ।

ବାଲୁଗାଁ ରାଜ୍ୟ ସରକାର ଶ୍ରୀ ଜଗନ୍ନାଥ ସଂସ୍କୃତି
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁରୁ ବ୍ରାଉନ ସୁଗାର ଜବତ: ଅଭିଯୁକ୍ତ ଗିରଫ

June 3, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026

ବାଣପୁର ବ୍ଲକ ପରିସରରେ ଆଇନ ସଚେତନତା ଶିବିର

May 27, 2026
Latest News

BRICS DRRG Meeting: ଟେକ୍ନିକାଲ ସେସନ୍ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

June 4, 2026

ତୈଳ ସଙ୍କଟ ମଧ୍ୟରେ ମୋଦି ସରକାର ବଡ଼ ନିଷ୍ପତ୍ତି: ଜାରି କଲେ ୧୦,୦୦୦ କୋଟିର ପାଣ୍ଠି

June 4, 2026

ଓଡ଼ିଶା ପୋଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026

ଅପେକ୍ଷାର ଅନ୍ତ!: କେରଳମରେ ପହଞ୍ଚିଲା ମୌସୁମୀ

June 4, 2026

ମୌଳିକ ସମସ୍ୟାର ସମାଧାନ ପାଇଁ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରାଉ

June 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.