Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବିଦ୍ୟାଳୟ ସ୍ତରୀୟ ଭାଷା ସମ୍ମିଳନୀ ଅନୁଷ୍ଠିତ
ଆଞ୍ଚଳିକ

ବିଦ୍ୟାଳୟ ସ୍ତରୀୟ ଭାଷା ସମ୍ମିଳନୀ ଅନୁଷ୍ଠିତ

February 4, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରଣପୁର: ସାରା ରାଜ୍ୟରେ ଆରମ୍ଭ ହୋଇଛି ଓଡିଆ ଭାଷାର ମହାପର୍ବ। ସାରା ରାଜ୍ୟ ଆଜି ଏକ ସମୟରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରି ଏହି ମହୋତ୍ସବରେ ସାମିଲ ହୋଇଛନ୍ତି। ଏଥିରେ ସାରା ରାଜ୍ୟର ବିଦ୍ୟାଳୟଗୁଡିକ ମଧ୍ୟ ସାମିଲ ହୋଇଛନ୍ତି। ଏହି କାର୍ଯ୍ୟକ୍ରମରେ ରଣପୁର ବ୍ଲକ ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟ ମଧ୍ୟ ହୋଇଛି।

ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ଭାଷା ସମ୍ମିଳନୀ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ଜିଲ୍ଲା ଓୟୁଜେ ସଭାପତି ତଥା ଓୟୁଜେ ରାଜ୍ୟ କଲ୍ୟାଣ ବୋର୍ଡ ଅଧ୍ୟକ୍ଷ ଆଚାର୍ଯ୍ୟ ବିଶ୍ୱରଂଜନ, ମୁଖ୍ୟବକ୍ତା ଭାବେ ଶିକ୍ଷାବିତ ଲକ୍ଷ୍ମୀଧର ସାହୁ, ସମ୍ମାନିତ ଅତିଥି ଭାବେ ସାଧନ କେନ୍ଦ୍ର ସଂଯୋଜକ ସୁଧାକର ମିଶ୍ର, ସାହିତ୍ୟିକ ରମେଶ ଚନ୍ଦ୍ର ବଳିଆରସିଂହ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅବକାଶ ସ୍ୱାଇଁ, ମୋ ସ୍କୁଲ ସଭାପତି ଗଣେଶ୍ୱର ପ୍ରଧାନ, ୱାର୍ଡମେମ୍ବର ସରୋଜିନୀ ପ୍ରଧାନ, ଚନ୍ଦ୍ରକାନ୍ତ ମଙ୍ଗରାଜ, ରବିନ୍ଦ୍ର କୁମାର ସଂଗ୍ରାମସିଂହ, ଗଙ୍ଗାଧର ଷଣ୍ଢ ପ୍ରମୁଖ ଯୋଗ ଦେଇଥିଲେ। ସ୍ଥାନୀୟ ସରପଞ୍ଚ ବନିତା ବଳିଆରସିଂହଙ୍କ ସଭାପତିତ୍ୱରେ ଏହି କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା। ମୁଖ୍ୟ ଅତିଥି ଶ୍ରୀ ଆଚାର୍ଯ୍ୟ କହିଥିଲେ ଯେ ଆମେ ସମସ୍ତେ ଓଡ଼ିଆ, ଓଡ଼ିଆ ଭାଷା ଆମ ପରିଚୟ।  ଭାଷା ହିଁ ଭବିଷ୍ୟତ। ଭାଷାର ଉନ୍ନତି ପାଇଁ ପିଲାମାନେ ପ୍ରତ୍ୟେକ ଦିନ ବହି ପଢିବା, ଲେଖିବା କାର୍ଯ୍ୟ ସହିତ ଜଡିତ ହେବା ଉଚିତ।

ସେହିପରି ମୁଖ୍ୟ ବକ୍ତା ଶ୍ରୀ ସାହୁ କହିଥିଲେ ଯେ ଭାଷା ହେଉଛି ଗୋଟିଏ ଜାତିର ପରିଚୟ।  ଭାଷା ହିଁ ମନୁଷ୍ୟ ସମାଜ ଗଠନର ମୂଳଧାର । ତେଣୁ ଆମେ ଭାଷାକୁ ଗୁରୁତ୍ୱ ଦେଇ ଅଧ୍ୟୟନ କରିବାର ଆବଶ୍ୟକତା ରହିଛି।

ଏହି ଅବସରରେ ପିଲାମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା କରାଯାଇଥିଲା।  ପ୍ରତିଯୋଗିତାରେ ସଫଳତା ହାସଲ କରିଥିବା କୃତି ଛାତ୍ରଛାତ୍ରୀଙ୍କୁ ଅତିଥିମାନେ ମାନପତ୍ର ଓ ଟ୍ରଫି ଦେଇ ପୁରସ୍କୃତ କରିଥିଲେ। ଅତିଥିମାନଙ୍କୁ ସ୍ମୃତି ଫଳକ ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା। ବିଦ୍ୟାଳୟର ଏକ ଶ୍ରେଣୀଗୃହକୁ ବିଭିନ୍ନ ଓଡ଼ିଆ ଭାଷା ପୁସ୍ତକ, ପିଲାଙ୍କ ହାତ ତିଆରି ଚିତ୍ର, ଝୋଠି, ଗୀତ, ଗଳ୍ପରେ ଆକର୍ଷଣୀୟ ଭାବେ ସଜା ଯାଇ ପ୍ରଦର୍ଶନୀ କାର୍ଯ୍ୟକ୍ରମ କରାଯାଇଥିଲା।

ବିଦ୍ୟାଳୟ ଶିକ୍ଷକ ସୁଶୀଲ କୁମାର ରଣାଙ୍କ ତତ୍ୱାବଧାନରେ ସହକାରୀ ଶିକ୍ଷୟତ୍ରୀ ପଦ୍ମାବତୀ ବେହେରା, ଅଙ୍ଗନବାଡି କର୍ମୀ ପୁଷ୍ପମଞ୍ଜରୀ ଦେଇ, କାନନବାଳା ସାହୁ, କାଶୀନାଥ ଜୟସିଂହଙ୍କ ସହିତ ସମସ୍ତ ପରିଚାଳନା ସଦସ୍ୟ ଓ ଗ୍ରାମବାସୀ ଏଥିରେ ପୂର୍ଣ୍ଣ ସହଯୋଗ କରିଥିଲେ |

ସେହିପରି ମନ୍ଦାକିନୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସୁବାଷ ଚନ୍ଦ୍ର ବେହେରାଙ୍କ ତତ୍ୱାବଧାନରେ ମଧ୍ୟ ଏହି କାର୍ଯ୍ୟକ୍ରମ ଧୂମଧାମ ସହ ପାଳିତ ହୋଇଯାଇଛି | ସେହିପରି ପ୍ରଧାନ ଶିକ୍ଷକ ଅଶୋକ କୁମାର ଦାଶଙ୍କ ତତ୍ୱାବଧାନରେ ନରସିଂହପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏହି କାର୍ଯ୍ୟକ୍ରମ ପାଳିତ ହୋଇ ଯାଇଛି | ଏହା ସହ ବିଲଗାଡ଼ିଆ ପ୍ରାଥମିକ ବିଦ୍ୟାଳୟ, ଯଦୁପୁର ପ୍ରାଥମିକ ବିଦ୍ୟାଳୟ, ପିମ୍ପଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, କଙ୍କିଆ ପ୍ରାଥମିକ ବିଦ୍ୟାଳୟ, ଗୌରାଙ୍ଗପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସହ ବ୍ଲକର ସମସ୍ତ ବିଦ୍ୟାଳୟରେ ଏହି କାର୍ଯ୍ୟକ୍ରମ ପାଳିତ ହୋଇ ଯାଇଛି |

ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026
Latest News

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.