Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବ୍ଲକସ୍ତରୀୟ ବିଶ୍ୱ ଓଡ଼ିଆ ସାହିତ୍ୟ ଓ ଭାଷା ସମ୍ମିଳନୀ
ଆଞ୍ଚଳିକ

ବ୍ଲକସ୍ତରୀୟ ବିଶ୍ୱ ଓଡ଼ିଆ ସାହିତ୍ୟ ଓ ଭାଷା ସମ୍ମିଳନୀ

February 5, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଶନିବାର ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ମତେ ଗତକାଲି ବାଣପୁର ବ୍ଲକର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲରେ ବିଶ୍ୱ ଓଡ଼ିଆ ସାହିତ୍ୟ ଓ ଭାଷା ସମ୍ମିଳନୀ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଉକ୍ତ ବିଦ୍ୟାଳୟରେ ୪ର୍ଥ ରୁ ଷଷ୍ଠ ଏବଂ ୭ମ ରୁ ଅଷ୍ଟମ ଶ୍ରେଣୀର ଉଭୟ ବର୍ଗ ମଧ୍ୟରେ କୁଇଜ, ବକ୍ତୃତା, ରଚନା ଲିଖନ, ଚିତ୍ରାଙ୍କନ ଗଳ୍ପ କଥନ, ସୃଜନାତ୍ମକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ସେମାନଙ୍କ ଭିତରେ କୃତୀ ଛାତ୍ରଛାତ୍ରୀଙ୍କୁ ନେଇ ଆଜି ବ୍ଲକସ୍ତରୀୟ ବିଶ୍ୱ ଓଡ଼ିଆ ଓ ଭାଷା ସମ୍ମିଳନୀ ଗୋଦାବରୀଶ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକ ଶିକ୍ଷାଧିକାରୀ ସନାତନ ଜାଲିଙ୍କ ତତ୍ୱାବଧାନରେ ହୋଇଥିଲା।

ବିଦ୍ୟାଳୟ ସ୍ତରରୁ ଆସିଥିବା କୃତୀ ଛାତ୍ରଛାତ୍ରୀ ମାନେ ସେଠାରେ ବିଭିନ୍ନ ପ୍ରତିଯୋଗିତା ଓ ପ୍ରଦର୍ଶନୀରେ ଯୋଗ ଦେଇ ସେମାନଙ୍କର ପାରଦର୍ଶିତା ପରିପ୍ରକାଶ କରିଥିଲେ। ତନ୍ମଧ୍ୟରୁ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀଙ୍କୁ ଆସନ୍ତାକାଲି ଜିଲ୍ଲାସ୍ତରରେ ହେବାକୁଥିବା ପ୍ରତିଯୋଗିତା ପାଇଁ ଚୂଡାନ୍ତ କରାଯାଇଥିଲା। ବିଭିନ୍ନ ପ୍ରତିଯୋଗିତା ଗୁଡ଼ିକୁ ସମସ୍ତ ସିଆରସିସି, ଆରପି ଭିନକ୍ଷମ ସହଯୋଗ କରିଥିଲେ। ଅପରାହ୍ନରେ କୃତକାର୍ଯ୍ୟ ହୋଇଥିବା ପ୍ରତିଯୋଗୀ ମାନଙ୍କୁ ଶ୍ରୀଯୁକ୍ତ ଜାଲି ପୁରସ୍କାର ପ୍ରଦାନ କରିଥିଲେ।

ଏହି ଅବସରରେଜିଲ୍ଲାରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଥିବା ଏକମାତ୍ର ସିଆରସିସି କୈଳାସ ଚନ୍ଦ୍ର ହୋତାଙ୍କୁ ଗୋଷ୍ଠୀ ଶିକ୍ଷାଧିକାରୀ ଉତ୍ତରୀୟ ଓ ଟ୍ରଫି ଦେଇ ସମ୍ବର୍ଦ୍ଧନା କରିଥିଲେ। ସିଆରସିସି କୈଳାସ ହୋତା କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ପରିଶେଷରେ ୧୦ଟି ବିଦ୍ୟାଳୟରୁ ଆସିଥିବା ୧୦ଟି ସାଂସ୍କୃତିକ ଦଳ ସାଂସ୍କୃତିକ କାର୍ଯ୍ୟକ୍ରମ କରି ବିଜୟୀ ଦଳ ପୁରସ୍କୃତ ହୋଇଥିଲେ।

banpur
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ବଦଳିବ RCBର ନାମ?: ସ୍ପଷ୍ଟ କଲେ ଅନନ୍ୟା ବିର୍ଲା

March 26, 2026

ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ: ଇନ୍ଧନ ଯୋଗାଣକୁ ସୁନିଶ୍ଚିତ କରିବା ଉପରେ ଗୁରୁତ୍ଵ

March 26, 2026

ସତରେ କ’ଣ ଖୁବ୍ ଶୀଘ୍ର ଆସିବ ଲକଡାଉନ୍?: ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି ପରେ ବଢିଲା ଚର୍ଚ୍ଚା

March 26, 2026

ଆଜି ପ୍ରଭୃ ଲିଙ୍ଗରାଜଙ୍କ ରଥଯାତ୍ରା: ଜାଣନ୍ତୁ କେଉଁ ସମୟରେ ଆରମ୍ଭ ହେବ ରଥଟଣା?

March 26, 2026

ସେହି ପାଞ୍ଚ “ବନ୍ଧୁ” ଦେଶ କିଏ?: ଯାହାଙ୍କ ପାଇଁ ଖୋଲାଅଛି ହରମୁଜ୍

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.