
ଖୋର୍ଦ୍ଧା: ଖୋର୍ଦ୍ଧା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜିର ପ୍ରତ୍ୟେକ୍ଷ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜି ମୋଟ ୧୦୮ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୯୫ ଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି ୪ ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା। ଉକ୍ତ ଅଭିଯୋଗ ମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ ୫ ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା। ଜଣଙ୍କୁ ୨୦୦୦୦/-ଟଙ୍କା ରେଡକ୍ରସ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଥିବା ବେଳେ ଜଣଙ୍କୁ ୨୫୦୦୦ ଟଙ୍କା ଲେଖାଏ ସମୁଦାୟ ୩ ଜଣ ଙ୍କୁ CMRF ସହାୟତା ରାଶି ଯୋଗାଇ ଦିଆଯାଇଛି।
ଆଜିର ମିଳିତ ଜନଶୁଣାଣି ଅବସରରେ ଜିଲ୍ଲାପାଳ ଚଞ୍ଚଳ ରାଣା ଅଧ୍ୟକ୍ଷତା କରିଥିବାବେଳେ ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କାଟାରିଆ, ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ବେଉରା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ବାଦଲ କୁମାର ମହାନ୍ତି, ଉପ-ଜିଲ୍ଲାପାଳ ଖୋର୍ଦ୍ଧା ଦୀପ୍ତି ରଞ୍ଜନସେଠୀ, ସି ଡ଼ି ଏମ୍ ଓ ଡଃ ଆର୍ତ୍ତଵନ୍ଧୁ ନାୟକ, ବିଡିଓ ଓ ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ ତରାଇ ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।