Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଭେଟିନାଥ ଦେବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୁଆ- ଓ ଓଡ଼ିଆ ଭାଷା ପ୍ରତିଯୋଗିତାର ଉଦଯାପନି ଉତ୍ସବ
ଆଞ୍ଚଳିକ

ବାଣପୁର: ଭେଟିନାଥ ଦେବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୁଆ- ଓ ଓଡ଼ିଆ ଭାଷା ପ୍ରତିଯୋଗିତାର ଉଦଯାପନି ଉତ୍ସବ

February 7, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଭେଟିନାଥ ଦେବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (ଭେଟେଶ୍ୱର) ଆନୁକୂଲ୍ୟରେ ନୁଆ- ଓ ଓଡ଼ିଆ ଭାଷା ପ୍ରତିଯୋଗିତାର ଉଦଯାପନି ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ ଉତ୍ସବରେ ଲୋକନୃତ୍ୟ ଓ ଗୀତିନାଟ୍ୟ ପରିବେଷଣ କରାଯାଇଥିଲା। ଏ ଅବସରରେ ମୁଖ୍ୟ ଅତିଥି ରୂପେ ବିଶିଷ୍ଟ ଆଧ୍ୟାତ୍ମିକବାଦୀ ଓ ଶିକ୍ଷାବିତ ରାଜେନ୍ଦ୍ର କୁମାର ରଥ ଯୋଗ ଦେଇ ଥିବା ବେଳେ ମୁଖ୍ୟ ବକ୍ତା ଭାବେ ଜଗନ୍ନାଥ ସଂସ୍କୃତି ଗବେଷକ ଓ ଲେଖକ ମଦନ ମୋହନ ମହାପାତ୍ର, ସମ୍ମାନିତ ଅତିଥି ରୂପେ ବିଦ୍ୟାଳ ର ପୁରାତନ ଛାତ୍ର ସଂଗଠନ ସଭାପତି ଶଶିକାନ୍ତ ସୁବୁଦ୍ଧି ଯୋଗ ଦେଇ ଓଡ଼ିଆ ଭାଷା ସାହିତ୍ୟ ଉପରେ ସମସ୍ତେ ନିଜ ନିଜର ଅମୃତ ବାଣୀ ପ୍ରଦାନ କରିଥିଲେ।

ଉକ୍ତ ଉଦଯାପନି ଉତ୍ସବ କାର୍ଯ୍ୟକ୍ରମ ସଭାରେ ସଭାପତି ଭାବେ କାର୍ଯ୍ୟ ପରିଚାଳନା କରିଥିଲେ ବିଦ୍ୟାଳୟର ଅଧ୍ୟକ୍ଷ ଗଜେନ୍ଦ୍ର ପ୍ରସାଦ ଜେନା। ଏ ଅବସରରେ ଏକାଦଶ ଶ୍ରେଣୀର ଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଲୋକନୃତ୍ୟ ପରିବେଷଣ କରାଯାଇଥିଲା। ଏବଂ ପରିଶେଷରେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ଜଗନ୍ନାଥ ସଂସ୍କୃତି ଉପରେ ଆଧାରିତ ଏବଂ ଯୋଗାଚାର୍ଯ୍ୟ ପ୍ରସନ୍ନ କୁମାର ମିଶ୍ରଙ୍କ ଦ୍ଵାରା ନିର୍ଦ୍ଦେଶିତ ଗୀତିନାଟ୍ୟ ଭକ୍ତ ବନ୍ଧୁ ମହାନ୍ତି ପରିବେଷଣ ହୋଇଥିଲା।

ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀଙ୍କ ଅକ୍ଲାନ୍ତ ପରିଶ୍ରମ ଦ୍ଵାରା ଏହି ଉତ୍ସବ ସାଫଲ୍ୟ ମଣ୍ଡିତ ହୋଇଥିବାବେଳେ, ସମସ୍ତ ଅଭିଭାବକ ମାନେ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀ ମାନଙ୍କୁ ଉତ୍ସାହିତ କରିଥିଲେ।

ଗୀତିନାଟ୍ୟ ବାଣପୁର ଭେଟେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବ୍ଲକ୍ ସ୍ତରୀୟ ଉଲ୍ଲାସ ପାସ ସାର୍ଟିଫିକେଟ ବଣ୍ଟନ

August 7, 2026

Banapur News: ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ସ୍ୱାଗତ ଉତ୍ସବ

August 6, 2026

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026
Latest News

ଶେଷ ହେବ କି ସଂସଦର ଅଚଳାବସ୍ଥା?: ବିରୋଧୀଙ୍କୁ ଏହା କରିବା ପାଇଁ ନିବେଦନ କଲେ କିରେନ ରିଜିଜୁ

August 10, 2026

୫ ଦଫା ଦାବିକୁ ନେଇ ନଳକୂପ ମିସ୍ତ୍ରୀ ଓ ପମ୍ପ ଚାଳକମାନଙ୍କର ବିଧାନସଭା ସମ୍ମୁଖରେ ଗଣଧାରଣା

August 10, 2026

ଆଜିଠାରୁ ୧୬ ତାରିଖ ମଧ୍ୟରେ ସବୁଠାରୁ ଶସ୍ତା ବିମାନ ଟିକେଟ୍ କ’ଣ?: ଜାଣନ୍ତୁ ତାଲିକା

August 10, 2026

ନବୋଦୟ ବିଦ୍ୟାଳୟ ଷଷ୍ଠ ଶ୍ରେଣୀରେ ନାମ ଲେଖା ପାଇଁ ଆଜି ଶେଷ ସୁଯୋଗ: ଶୀଘ୍ର କରନ୍ତୁ ଆବେଦନ

August 10, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଶରଦ ପାୱାରଙ୍କ ସାଂସଦ: ସୁପ୍ରିୟା ସୁଲେ ମଧ୍ୟ ସାମିଲ

August 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.