Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା: ଜାଣନ୍ତୁ ଚିଲିକାରେ ପ୍ରଥମ ଦିନରେ କେତେ ଛାତ୍ରଛାତ୍ରୀ ଦେଲେ ପରୀକ୍ଷା
ଆଞ୍ଚଳିକ

ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା: ଜାଣନ୍ତୁ ଚିଲିକାରେ ପ୍ରଥମ ଦିନରେ କେତେ ଛାତ୍ରଛାତ୍ରୀ ଦେଲେ ପରୀକ୍ଷା

February 20, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଚିଲିକା (ସୀତାରାମ ଅଗ୍ରୱାଲ): ମାଧ୍ୟମିକ ଶିକ୍ଷା ପରିଷଦ ତରଫରୁ ସାରା ରାଜ୍ୟରେ ମଙ୍ଗଳବାରଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଛି। ଫେବୃଆରୀ ୨୦ ତାରିଖରୁ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ଉକ୍ତ ପରୀକ୍ଷା ଜାରି ରହିବ।

ଏହି କ୍ରମରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଓ ଚିଲିକା ବ୍ଲକରେ ମଧ୍ୟ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା। ପରୀକ୍ଷା ସକାଳ ୯ ଟାରୁ ଆରମ୍ଭ ହୋଇ ୧୧. ୩୦ ଘଟିକାରେ ଶେଷ ହୋଇଛି।

ବାଣପୁର ଗୋଦାବରୀଶ ବିଦ୍ୟାପୀଠ ନୋଡାଲ ସେଣ୍ଟର ହୋଇଥିବା ବେଳେ ଏହା ଅଧୀନରେ ବାଣପୁର ବ୍ଲକର ୮ ଟି ସ୍କୁଲ ପରିଚାଳିତ ହେଉଅଛି। ସମୁଦାୟ ୮ ଟି ସ୍କୁଲର ୨୦୮୭ ଜଣ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଥିବା ବେଳେ ସେଥି ମଧ୍ୟରୁ ୨୦୬୪ ଜଣ ପରୀକ୍ଷା ଦେଇଛନ୍ତି ଓ ୨୩ ଜଣ ପରୀକ୍ଷା ଦେଇନାହାନ୍ତି ବୋଲି ଶିକ୍ଷା ଅଧିକାରୀ ସନାତନ ଜାଲି ପ୍ରକାଶ କରିଛନ୍ତି।

ସେହିପରି ଭାବେ ସରକାରୀ ବାଲୁଗାଁ ଉଚ୍ଚ ବିଦ୍ୟାଳୟ ନୋଡାଲ ସେଣ୍ଟର ହୋଇଥିବା ବେଳେ ଏହା ଅଧୀନରେ ଚିଲିକା ବ୍ଲକର ୯ ଟି ସ୍କୁଲ ପରିଚାଳିତ ହେଉଅଛି। ସମୁଦାୟ ୯ ଟି ସ୍କୁଲର ୧୫୬୫ ଜଣ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଥିବା ବେଳେ ସେଥି ମଧ୍ୟରୁ ୧୫୫୯ ଜଣ ପରୀକ୍ଷା ଦେଇଛନ୍ତି ଓ ୬ ଜଣ ପରୀକ୍ଷା ଦେଇନାହାନ୍ତି ବୋଲି ବ୍ଲକ ଶିକ୍ଷା ଅଧିକାରୀ କିଶୋର ଚନ୍ଦ୍ର ଦାସ ପ୍ରକାଶ କରିଛନ୍ତି।

ପ୍ରଶ୍ନପତ୍ର ପ୍ରଘଟ ପାଇଁ ବୋର୍ଡ଼ ନିଷ୍ପତି ଅନୁସାରେ ସମସ୍ତ ପ୍ରକାର ବନ୍ଦୋବ୍ୟସ୍ତ କରାଯାଇଥିବା ଶ୍ରୀଯୁକ୍ତ ଜାଲି ଓ ଶ୍ରୀଯୁକ୍ତ ଦାସ ପ୍ରକାଶ କରି କହିଛନ୍ତି ଯେ, ନୋଡାଲ ସ୍କୁଲ ଗୋଦାବରୀଶ ବିଦ୍ୟାପୀଠ ଓ ସରକାରୀ ବାଲୁଗାଁ ଉଚ୍ଚ ବିଦ୍ୟାଳୟରେ ପରୀକ୍ଷା ପର୍ଯ୍ୟବେକ୍ଷକ ଓ ପୋଲିସ ଉପସ୍ଥିତିରେ ପ୍ରଶ୍ନପତ୍ର ଓ ଖାତାଗୁଡିକ ପରୀକ୍ଷା ପୂର୍ବରୁ ପହଂଚିବାର ବ୍ୟବସ୍ଥା ଜିଲ୍ଲା ପ୍ରଶାସନ ତରଫରୁ କରାଯାଇଛି। ତତ ସହିତ ପରୀକ୍ଷା ହଲକୁ ମୋବାଇଲ ଯିବା ସମ୍ପୂର୍ଣ୍ଣ ଭାବେ ବାରଣ କରାଯଇଅଛି। ନକଲ ରୋକିବା ପାଇଁ ସ୍କ୍ୱାର୍ଡ ମଧ୍ୟ ଗଠନ କରାଯାଇଛି।

balugaon banpur chilika matric exam ମାଟ୍ରିକ ପରୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ସାଧାରଣ ସଭା: ସମବାୟର ବିକାଶ ଓ ବ୍ୟବସାୟିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ

September 30, 2026

କର୍ତ୍ତବ୍ୟନିଷ୍ଠ ଶିକ୍ଷୟିତ୍ରୀ ବିନୋଦିନୀ କୁଣ୍ଡୁଙ୍କୁ ଭାବବିହ୍ୱଳ ବିଦାୟ

September 30, 2026

ପଥୁରିଆ ଅଙ୍ଗନୱାଡି କେନ୍ଦ୍ରରେ ୯ମ ରାଷ୍ଟ୍ରୀୟ ପୋଷଣ ମାସ–୨୦୨୬

September 30, 2026

ଗୁରୁଜୀ ମହେଶ୍ୱର ମଲ୍ଲଙ୍କ ପଞ୍ଚମ ଶ୍ରାଦ୍ଧବାର୍ଷିକୀ ପାଳିତ 

September 29, 2026
Latest News

ସରକାର ଧାର୍ଯ୍ୟ କରନ୍ତୁ ଦୀପାବଳୀରେ ବାଣ ଫୁଟାଇବା ନିର୍ଦ୍ଦିଷ୍ଟ ସମୟ : ସୁପ୍ରିମକୋର୍ଟ

October 1, 2026

ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ

October 1, 2026

୫୫୪୮ କୋଟି ମୂଲ୍ୟର କୃଷିଜାତ ସାମଗ୍ରୀ କ୍ରୟକୁ କେନ୍ଦ୍ର କୃଷିମନ୍ତ୍ରୀଙ୍କ ଅନୁମୋଦନ

October 1, 2026

‘ଗ୍ରୀନ୍ ଏନର୍ଜି କରିଡର୍’ ତୃତୀୟ ପର୍ଯ୍ୟାୟକୁ କ୍ୟାବିନେଟ୍ ମଞ୍ଜୁରି

October 1, 2026

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଧୂମଧାମରେ ପାଳିତ ହେବ ଶହୀଦ ବାଜି ରାଉତଙ୍କ ଜନ୍ମ ଶତବାର୍ଷିକୀ

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.