Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନାକଟିଦେଉଳ: ଭୋଟର୍ ସଚେତନତା ଅଭିଯାନ
ଆଞ୍ଚଳିକ

ନାକଟିଦେଉଳ: ଭୋଟର୍ ସଚେତନତା ଅଭିଯାନ

February 21, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
JioAirFiber_Retailstore_Poster_Odisha_14x19

କନ୍ଦର୍ପ ବେହେରା
ରେଢାଖୋଲ: ଭାରତ ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ଅଧିନସ୍ଥ ନେହେରୁ ଯୁବ କେନ୍ଦ୍ର, ସମ୍ବଲପୁର ପକ୍ଷରୁ ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ପରିସରରେ ଭୋଟର୍ ସଚେତନତା ଅଭିଯାନ ଅନୁଷ୍ଠିତ ହୋଇ ଯାଇଛି।

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟର ଅଧ୍ୟକ୍ଷ ସୁଧୀର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଚେତନତା ଶିବିର କାର୍ଯ୍ୟକ୍ରମରେ ନାକଟିଦେଉଳ ବ୍ଲକର ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଦ୍ୟାଧର ରାଉତରାୟ ମୂଖ୍ୟ ଅତିଥି ଭାବରେ ଯୋଗଦେଇ ଗଣତନ୍ତ୍ର କୁ ସୁଦୃଢ଼ କରିବା ପାଇଁ ସମସ୍ତେ ମତଦାନ କରି ନିଜର ଅଧିକାର ସାବ୍ୟସ୍ତ କରିବାକୁ ଆହ୍ବାନ ଦେଇଥିଲେ।

ନେହେରୁ ଯୁବ କେନ୍ଦ୍ର ର ସ୍ଵେଚ୍ଛାସବୀ ପ୍ରଦୀପ କୁମାର ବିଶ୍ଵାଳ କାର୍ଯକ୍ରମର ଉଦ୍ଦେଶ୍ୟ ଜ୍ଞାପନ କରିବା ସହ ନୂତନ ଭୋଟର୍ ମାନଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜ୍ଞାପନ କରିଥଲେ।

ସମ୍ମାନିତ ଅତିଥି ଭାବରେ ଅଧ୍ୟାପକ ବିନୋଦ ବିହାରୀ ପ୍ରଧାନ, ଶେଷଦେବ ବିଶ୍ଵାଳ ପ୍ରମୁଖ ଯୋଗ ଦେଇ ନିଜ ନିଜର ମନ୍ତବ୍ୟ ଉପସ୍ଥାପନା କରିଥିଲେ।

ଏହି ଅବସରରେ ଆୟୋଜିତ ଜଣା ଅଜଣା ପ୍ରତିଯୋଗିତାରେ ଶୁଭ୍ର ଜିତ୍ ଦେହୁରୀ, ମାନସ୍ ମହାପାତ୍ର ଓ ତେଜସ୍ମିତା ସାହୁ ଯଥାକ୍ରମେ ପ୍ରଥମ, ଦ୍ବିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିଲେ। କୃତୀ ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ଟ୍ରଫି ପ୍ରଦାନ କରାଯାଇଥିଲା।

ନାକଟିଦେଉଳ ରେଢାଖୋଲ
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026
Latest News

ଜିଓ ପକ୍ଷରୁ ସାରା ଓଡ଼ିଶାରେ ସଚେତନତା ଅଭିଯାନ ସହିତ ଜାତୀୟ ସୁରକ୍ଷା ମାସ ପାଳନ

March 30, 2026

ଏମଏଲସି ପଦରୁ ନୀତିଶ କୁମାରଙ୍କ ଇସ୍ତଫା ପରେ କିଏ ହେବ ବିହାରର ମୁଖ୍ୟମନ୍ତ୍ରୀ?: ଚର୍ଚ୍ଚାରେ ଏହି ସବୁ ନାମ

March 30, 2026

ସ୍ୱାସ୍ଥ୍ୟସେବାରେ କୃତ୍ରିମ ବୁଦ୍ଧିମତ୍ତାର ଉପଯୋଗ ସମ୍ପର୍କିତ ଆଞ୍ଚଳିକ କର୍ମଶାଳା ଆୟୋଜିତ

March 30, 2026

ବ୍ଲକ ପ୍ରଶାସନ ତରଫରୁ ମଧୁବାବୁ ପେନସନ, ଦିବ୍ୟାଙ୍ଗ ପ୍ରମାଣ ପତ୍ର ଓ ସହାୟକ ଉପକରଣ ବଣ୍ଟନ

March 30, 2026

ଓଡ଼ିଶା ମାନବ ଅଧିକାର ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ବିଚାରପତି ଶତ୍ରୁଘନ ପୂଜାହାରୀ 

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.