ଖୋର୍ଦ୍ଧା ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ

Published: Mar 4, 2024, 7:47 pm IST

ଖୋର୍ଦ୍ଧା: ଖୋର୍ଦ୍ଧା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜି ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଶିବିରରେ ମୋଟ ୧୦୯ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୯୩ ଗୋଟି ବ୍ୟକ୍ତିଗତ ଓ ୫ ଟି ବିଭିନ୍ନ ଗ୍ରାମର ସାମୁହିକ ଅଭିଯୋଗ ଥିଲା। ଅନୁରୂପ ଭାବେ ସ୍ଥଳବିଶେଷରେ ୬ ଗୋଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା। ସେହିପରି ଭାବେ ୨ ଜଣ ହିତାଧିକାରୀଙ୍କୁ ୧୫୦୦୦/- ଟଙ୍କା ‌ରେଡକ୍ରସ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଥିଲା ଵେଳେ ୩ ଜଣ ହିତାଧିକାରୀଙ୍କୁ ୩୦ ହଜାର ଟଙ୍କାର CMRF ଙ୍କ ପାଣ୍ଠି ରୁ ଆର୍ଥିକ ସାହାଯ୍ୟ ପ୍ରଦାନ କରାଯାଇଛି।

ଆଜିର ମିଳିତ ଜନଶୁଣାଣି ଶିବିରରେ ଜିଲ୍ଲାପାଳ ଚଞ୍ଚଳ ରାଣା ଅଧ୍ୟକ୍ଷତା କରିଥିବାବେଳେ, ଆରକ୍ଷୀ ଅଧିକ୍ଷକ ବି.ଯୁଗଳ କିଶୋର କୁମାର, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଡଃ ବାଦଲ କୁମାର ମହାନ୍ତି, ଉପ-ଜିଲ୍ଲାପାଳ ଦୀପ୍ତି ରଞ୍ଜନସେଠୀ, ସିଡ଼ିଏମ୍ଓ ଡା ରାଜ୍ୟଶ୍ରୀ ପଟ୍ଟନାୟକ, ବିଡିଓ, ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ‌ ତରାଇ ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Related posts