Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁରେ ବିଜୁ ପଟ୍ଟନାୟକଙ୍କ ୧୦୮ ତମ ଜନ୍ମ ଜୟନ୍ତୀ ତଥା ପଞ୍ଚାୟତିରାଜ ଦିବସ ପାଳିତ
ଆଞ୍ଚଳିକ

ବାଲୁଗାଁରେ ବିଜୁ ପଟ୍ଟନାୟକଙ୍କ ୧୦୮ ତମ ଜନ୍ମ ଜୟନ୍ତୀ ତଥା ପଞ୍ଚାୟତିରାଜ ଦିବସ ପାଳିତ

March 5, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚିଲିକା (ସୀତାରାମ ଅଗ୍ରୱାଲ): ଆଜି ପ୍ରବାଦ ପୁରୁଷ, ମହାନ ଜନନାୟକ, କଳିଙ୍ଗର ବରପୁତ୍ର, ଓଡିଆ ଜାତିର ସ୍ୱାଭିମାନ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୮ ତମ ଜନ୍ମ ଜୟନ୍ତୀ। ଏହି ଦିନକୁ ସାରା ଓଡିଶାରେ ପଞ୍ଚାୟତିରାଜ ଦିବସ ଭାବେ ପାଳନ କରାଯାଏ। ଏହି ପ୍ରରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଏନଏସି ଠାରେ ବିଜୁ ଯୁବ ଜନତା ଦଳ ସଭାପତି ଶଶିକାନ୍ତ ପାଇକରାୟଙ୍କ ନେତୃତ୍ୱରେ ଏକ ପଦଯାତ୍ରା କରାଯାଇଥିଲା। ସରଳା ପଦର ଛକ ସ୍ଥିତ ମା’ ଉତ୍ତରାୟଣୀ ମନ୍ଦିର ଠାରୁ ଉକ୍ତ ପଦଯାତ୍ରା ଆରମ୍ଭ ହୋଇ ବାଲୁଗାଁ ବଜାରର ଗାନ୍ଧୀ ଛକ ଠାରେ ପହଞ୍ଚିଥିଲା। ଗାନ୍ଧୀ ଛକ ଠାରେ ଅବସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ରୋଗୀ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଫଳ ବଣ୍ଟନ କରାଯାଇଥିଲା। ଏହି ସମୟରେ କର୍ମୀମାନଙ୍କ ଦ୍ଵାରା ବିଜୁ ପଟ୍ଟନାୟକ ଅମର ରହେ ସ୍ଲୋଗାନରେ ବାଲୁଗାଁ ବଜାର ପ୍ରକମ୍ପିତ ହୋଇଥିଲା।

ଏହି କାର୍ଯ୍ୟକ୍ରମରେ ବାଲୁଗାଁ ଏନଏସି ବିଜୁ ଜନତା ଦଳ ସଭାପତି ଜୟନ୍ତ ସ୍ୱାଇଁ, ଉପାଧ୍ୟକ୍ଷ ଭଗବାନ ପ୍ରଧାନ, ପୂର୍ବତନ ଚିଲିକା ବ୍ଲକ ଅଧ୍ୟକ୍ଷ ଉତ୍ପଳ ପାଇକରାୟ, ବିଜୁ ଯୁବ ଜନତା ଦଳ ସଭାପତି ଆଲୋକ ନାୟକ, କାଉନସିଲର ଅଭିମନ୍ୟୁ ସ୍ୱାଇଁ, ଲକ୍ଷ୍ମୀଧର ସେଠି, ସୁଜାତା ପଣ୍ଡା, ଡିଜିଟାଲ ସେକ୍ରେଟାରୀ ଆରବ କୁମାର ଏବଂ ବିଜୁ ଜନତା ଦଳର ଯୁବଛାତ୍ର, କର୍ମୀ ବହୁଳ ମାତ୍ରରେ ଯୋଗ ଦେଇଥିଲେ।

ଜନ୍ମ ଜୟନ୍ତୀ ପଞ୍ଚାୟତିରାଜ ଦିବସ ବାଲୁଗାଁ ବିଜୁ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026

ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ବାଲୁଗାଁ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକଙ୍କ ନୂତନ କାର୍ଯ୍ୟାଳୟ ଉଦଘାଟିତ

June 4, 2026

ବାଲୁଗାଁରୁ ବ୍ରାଉନ ସୁଗାର ଜବତ: ଅଭିଯୁକ୍ତ ଗିରଫ

June 3, 2026
Latest News

ଭୁବନେଶ୍ବରରେ ନିର୍ମାଣ ହେବ ଜନାଶ୍ରୟ ଭବନ, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କଲେ ତଦାରଖ

June 10, 2026

ଭାରତର ଦୀର୍ଘକାଳୀନ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେଲେ ମୋଦୀ: ଅଭିନନ୍ଦନ ଜଣାଇଲେ ପ୍ରମୁଖ ବିଶ୍ୱ ନେତା

June 10, 2026

ଲ୍ୟାଣ୍ଡ ପୋର୍ଟ ମ୍ୟାନେଜମେଣ୍ଟ ସିଷ୍ଟମକୁ ଉଦଘାଟନ କଲେ ଅମିତ ଶାହ

June 10, 2026

ଗ୍ରାମୀଣ ବିକାଶ ପ୍ୟାକେଜ ପାଇଁ ୧.୨୫ ଲକ୍ଷ କୋଟି: ଜୁଲାଇ ୧ ରୁ କାର୍ଯ୍ୟକାରୀ ହେବ ନୂତନ ଢାଞ୍ଚା

June 10, 2026

ଓଡିଶା-ଛତିଶଗଡ ସୀମାରୁ ବିପୁଳ ପରିମାଣର ମାଓ ଅସ୍ତ୍ରଶସ୍ତ୍ର ଏବଂ ବିସ୍ପୋରକ ସାମଗ୍ରୀ ଜବତ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.