Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକାରେ ବିଜୁ ବାବୁଙ୍କ ଜନ୍ମ ଜୟନ୍ତୀ ଉତ୍ସବ ପାଳିତ: ସାଂସଦ ମାନସ ମଙ୍ଗରାଜଙ୍କୁ ବିଧାୟକ ପ୍ରାର୍ଥୀ କରିବାକୁ ଉଠିଲା ସ୍ଵର
ଆଞ୍ଚଳିକ

ଚିଲିକାରେ ବିଜୁ ବାବୁଙ୍କ ଜନ୍ମ ଜୟନ୍ତୀ ଉତ୍ସବ ପାଳିତ: ସାଂସଦ ମାନସ ମଙ୍ଗରାଜଙ୍କୁ ବିଧାୟକ ପ୍ରାର୍ଥୀ କରିବାକୁ ଉଠିଲା ସ୍ଵର

March 5, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚିଲିକା (ସୀତାରାମ ଅଗ୍ରୱାଲ): ଓଡ଼ିଶାର ପ୍ରବାଦ ପୁରୁଷ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କର ୧୦୮ତମ ଜନ୍ମ ଜୟନ୍ତୀ ଉତ୍ସବ ଚିଲିକା ନିର୍ବାଚନମଣ୍ଡଳି ଅନ୍ତର୍ଗତ ସୁନାଖଳା ଡାକବଙ୍ଗଳା ଠାରେ ଅନୁଷ୍ଠିତ ହୋଇଯାଇଛି। ଚିଲିକା ବ୍ଲକ ସଭାପତି ଦେବେନ୍ଦ୍ର ସାମନ୍ତସିଂହାରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉକ୍ତ ଜୟନ୍ତୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଜ୍ୟସଭା ସାଂସଦ ମାନସ ଚନ୍ଦ୍ର ମଙ୍ଗରାଜ ଯୋଗ ଦେଇଥିଲେ।

ସମ୍ମାନିତ ଅତିଥି ଭାବେ ପୂର୍ବତନ ମନ୍ତ୍ରୀ ଦେବେନ୍ଦ୍ର ନାଥ ମାନସିଂହ, ଜିଲ୍ଲାପରିଷଦ ଉପାଧ୍ୟକ୍ଷ ଗୋପୀନାଥ ମହାରଣା, ଜିଲ୍ଲା ପରିଷଦ ସଭ୍ୟା ମମତା ପାଇକରାୟ, ସାଧାରଣ ସମ୍ପାଦକ ମନୋଜ ପ୍ରଧାନ, ଚିଲିକା ସଂଯୋଜକ ମାନସ ପ୍ରଧାନ, ଜଗତବଲ୍ଲଭ ମହାରଥା ପ୍ରମୁଖଙ୍କ ସହ ବହୁ ବିଜୁ ପ୍ରେମୀ ଓ ସାଧାରଣ ଲୋକ ଉପସ୍ଥିତ ଥିଲେ।

ଅତିଥି ମାନେ ବିଜୁ ପଟ୍ଟନାୟକଙ୍କ ବ୍ୟକ୍ତିତ୍ୱ ଓ ରାଜନୈତିକ ଜୀବନରେ ତାଙ୍କର ଓଡ଼ିଶାରେ ଥିବା ଭୂମିକାକୁ ଲୋକଙ୍କ ପାଖରେ ବକ୍ତବ୍ୟ ରଖିଥିଲେ। ଏବଂ ବିଜୁବାବୁଙ୍କ ସ୍ବପ୍ନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୂପାନ୍ତରିତ କରିପାରିଥିବାରୁ ବିଜୁ ବାବୁଙ୍କ ଜନ୍ମ ଜୟନ୍ତୀରେ ପୁଣି ଏକ ହୋଇ ତାଙ୍କୁ ଷଷ୍ଠଥର ମୁଖ୍ୟମନ୍ତ୍ରୀ କରିବାକୁ ସଂକଳ୍ପ ନେବାକୁ ଅନୁରୋଧ କରିଥିଲେ।

ଅତିଥିମାନେ ସାଂସଦ ମାନସ ରଞ୍ଜନ ମଙ୍ଗରାଜଙ୍କୁ ଚିଲିକା ନିର୍ବାଚନମଣ୍ଡଳୀର ବିଧାୟକ ପ୍ରାର୍ଥୀ ହୋଇ ବିଜୁ ଜନତା ଦଳର ନେତୃତ୍ୱ ନେବାକୁ ଅନୁରୋଧ କରିଥିଲେ। ସାଂସଦ ମଙ୍ଗରାଜ ଉପସ୍ଥିତ ସମସ୍ତ ସଦସ୍ୟଙ୍କୁ ଏକାଠି କାର୍ଯ୍ୟ କରିବା ସହ ଦଳକୁ ମଜବୁତ କରିବା ଏବଂ ଓଡିଶାକୁ ଏକ ସଶକ୍ତ, ସମୃଦ୍ଧ ଓ ନବୀନ ଓଡିଶା ଗଠନ କରିବାକୁ ଶପଥ ପାଠ କରାଇଥିଲେ।

ଚିଲିକା ବିଜୁ ବାବୁଙ୍କ ଜନ୍ମ ଜୟନ୍ତୀ ସାଂସଦ ମାନସ ମଙ୍ଗରାଜ
Share. Facebook Twitter LinkedIn Email WhatsApp Copy Link

Related Posts

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026

ବାଣପୁର: ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

February 22, 2026

ଇଚ୍ଛାପୁରରେ ୨୨ତମ ବିଶ୍ୱଶାନ୍ତି ଶୈବଯାଗ ଓ ଏକଲକ୍ଷ ଆଠ ଦୀପ ମହାଯଜ୍ଞ 

February 22, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026
Latest News

ଆକ୍ସନ ମୋଡରେ ଟିମ ମ୍ୟାନଜମେଣ୍ଟ: ଖେଳାଳି ଏକାଦଶରେ ପରିବର୍ତ୍ତନ ସମ୍ଭବ

February 23, 2026

Konark Dance & Music Festival: ବେଶ ଆକର୍ଷଣୀୟ କାର୍ଯ୍ୟକ୍ରମ ସହ ଶେଷ ହୋଇଛି କୋଣାର୍କ ନୃତ୍ୟ ଉତ୍ସବ

February 23, 2026

ମଣିଶଙ୍କର ଆୟାରଙ୍କ ଉପରେ ବର୍ଷିଲେ ଉଦିତ ରାଜ: ଟିଏମସିରେ ଯୋଗଦେବା ପାଇଁ ଦେଲେ ପରାମର୍ଶ

February 23, 2026

ଦିଲ୍ଲୀର ଆର୍ମି ପବ୍ଲିକ୍ ସ୍କୁଲ୍ ଏବଂ ଏୟାର ଫୋର୍ସ ସ୍କୁଲ୍ କୁ ବୋମା ଧମକ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

February 23, 2026

“ଗାନ୍ଧୀ ଜୀ ଭାରତର ନୁହଁନ୍ତି, ବରଂ ପାକିସ୍ତାନର…”: ବିଜେପି ବିଧାୟକଙ୍କ ବିବାଦୀୟ ବିବୃତ୍ତି

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.