Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କ୍ରାନ୍ତି ଅନୁଷ୍ଠାନ ପକ୍ଷରୁ ବିଶ୍ୱ ମହିଳା ଦିବସ ପାଳନ
ଆଞ୍ଚଳିକ

କ୍ରାନ୍ତି ଅନୁଷ୍ଠାନ ପକ୍ଷରୁ ବିଶ୍ୱ ମହିଳା ଦିବସ ପାଳନ

March 9, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ମହିଳାମାନଙ୍କର ତ୍ୟାଗ, ସେବା ଓ ବଳିଦାନକୁ ସମ୍ମାନ ଜଣାଇ ବ୍ରହ୍ମପୁର ସହରର ଅଗ୍ରଣୀ ଅନୁଷ୍ଠାନ “କ୍ରାନ୍ତି” ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ ହୋଇଛି।

ମହିଳାଙ୍କୁ ସମ୍ମାନ ଜଣାଇ ପ୍ରତିବର୍ଷ ମାର୍ଚ୍ଚ ମାସ ୮ ତାରିଖରକୁ ଆନ୍ତର୍ଜାତୀୟ ମହିଳା ଦିବସ ଭାବେ ପାଳନ କରାଯାଇଥାଏ। ପୁରା ବିଶ୍ୱରେ ମହିଳା ମାନଙ୍କର ଜୀବନରେ ସୁଧାର ଆଣିବା ପାଇଁ ଓ ସେମାନଙ୍କ ପ୍ରତି ବିଷୟକୁ ନେଇ ସଚେତନ ସୃଷ୍ଟି କରିବା ସହ ସମସ୍ତ ମହିଳାଙ୍କ ମୁହଁରେ ହସ ଫୁଟାଇବା ପାଇଁ ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ କ୍ରାନ୍ତି ବ୍ରହ୍ମପୁର ଓ ସରକାରୀ ଆଇ ଟି ଆଇ ମିଳିତ ସହଯୋଗରେ ଆନ୍ତର୍ଜାତୀୟ ମହିଳା ଦିବସ ମହା ଆଡ଼ମ୍ବରେ ପାଳିତ ହୋଇଯାଇଛି।

ବ୍ରହ୍ମପୁର ସରକାରୀ ଆଇ ଟି ଆଇ ଛାତ୍ରୀ ନିବାସ ଠାରେ ଅନୁଷ୍ଠିତ ଆନ୍ତର୍ଜାତୀୟ ମହିଳା ଦିବସରେ ସମସ୍ତ ଅତିଥି ମାନଙ୍କ ଗହଣରେ ଜଗତରନାଥ ଜଗନ୍ନାଥଙ୍କ ନିକଟରେ ଦୀପ ପ୍ରଜ୍ବଳନ କରି କାର୍ଯକ୍ରମକୁ ଶୁଭାରମ୍ଭ କରାଯାଇଥିଲା। ମୁଖ୍ୟଅତିଥି ରୁପେ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଅର୍ଥନୀତି ବିଭାଗ ଅବସରପ୍ରାପ୍ତ ପ୍ରଫେସର ଡ଼ଃ ସନ୍ଧ୍ୟାରାଣି ଦାସ ଯୋଗ ଦେଇଥିବା ବେଳେ, ସମ୍ମାନୀତ ଅତିଥି ରୂପେ ଏମ କେ ସି ଜି ମେଡିକାଲ କଲେଜ ଓ ହସପିଟାଲ ଚକ୍ଷୁ ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ଡ଼ାକ୍ତର ସୁଜାତା ପାଡୀ ଓ ଟାଟା ପାୱାର ନିର୍ବାହୀ ଯନ୍ତ୍ରୀ ଇଁ ସସ୍ମିତା ବିଶ୍ଵାଳ ପ୍ରମୁଖ ଯୋଗଦେଇ ମହିଳା ଦିବସର ଉଦ୍ଦେଶ୍ୟ ଓ ଆବଶ୍ୟକତା ସମ୍ପର୍କରେ ଉପସ୍ଥିତ ଛାତ୍ରୀମାନଙ୍କୁ ଅବଗତ କରାଇଥିଲେ।ସମସ୍ତ ମହିଳାଙ୍କୁ ସ୍ଵାଭିମାନୀ ହେବାକୁ ଗୁରୁତ୍ୱ ଦେବା ସହ ନିଷ୍ଠାପର ଉପଯୋଗ ଓ କାର୍ଯ୍ୟକାରିତା ଉପରେ ନିଜର ମତାମତ ରଖିଥିଲେ। କ୍ରାନ୍ତି ଅନୁଷ୍ଠାନର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ଼ଃ ଦେବାନନ୍ଦ ଦାଶ ଅଧ୍ୟକ୍ଷତା କରି ତାଙ୍କ ବକ୍ତବ୍ୟରେ କହିଥିଲେ ଆଜିର ଆନ୍ତର୍ଜାତୀୟ ମହିଳା ଦିବସରେ ନାରୀକୁ ସମ୍ମାନ ଦେଇ ବିଶ୍ୱରେ ନାରୀ ଶକ୍ତିକୁ ଦୃଢତାର ସହ ସହଯୋଗ କରିବା ପାଇଁ ଚେଷ୍ଟା କରିବା।

ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତା ରେ ଭାଗ ନେଇଥିବା ଆଇ ଟି ଆଇ ଛାତ୍ରୀ ପ୍ରତିଯୋଗୀ ମାନଙ୍କୁ ମାନପତ୍ର ସହ ପୁରସ୍କୃତ କରାଯାଇଥିଲା। କ୍ରାନ୍ତି ଅନୁଷ୍ଠାନର କୁନି କଳାକାର ସହ ମହିଳା ସଦସ୍ୟ ଓ ଅତିଥି ମାନଙ୍କ ଦ୍ଵାରା ଆକର୍ଷଣୀୟ ନୃତ୍ୟ ସହ ସଙ୍ଗୀତ ପରିବେଷଣ କରାଯାଇଥିଲା। ଏଥିରେ କ୍ରାନ୍ତି ଅନୁଷ୍ଠାନର ନିର୍ମଳା ଦାଶ, ସିଗ୍ନାଧରାନି ମହାରଣା,ଅରୁଣ ପଟ୍ଟନାୟକ, କଲ୍ୟାଣୀ ଦାସ, ଅନିଲ କୁମାର ସେଠୀ, ଧନଜୟ ପଣ୍ଡା, ଛବିରାଣି ପଟ୍ଟନାୟକ, ରାମହରି ପଣ୍ଡା ଓ ସଂଘମିତ୍ରା ବେହେରା ଓ ଆଇ ଟି ଆଇ ର ସଦସ୍ୟଙ୍କ ସମେତ କ୍ରାନ୍ତି ଅନୁଷ୍ଠାନର ସମସ୍ତ କାର୍ଯ୍ୟକର୍ତ୍ତା ସହଯୋଗ କରିଥିଲେ। ଶେଷରେ ନିର୍ମଳା ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।

କ୍ରାନ୍ତି ଅନୁଷ୍ଠାନ ବିଶ୍ୱ ମହିଳା ଦିବସ ବ୍ରହ୍ମପୁର
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026
Latest News

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଭାରତରେ ସ୍ୱାଭାବିକ ରହିଛି ତୈଳ ଓ ଗ୍ୟାସ ଯୋଗାଣ

April 27, 2026

ଜାପାନରେ ଭୂମିକମ୍ପ

April 27, 2026

ଆଜିର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.