Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ଜନ ପ୍ରତିନିଧି ପ୍ରଶାସନ ମୁହାଁମୁହିଁ, ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଏତଲା ଦେଲେ ବିଡିଓ
ଆଞ୍ଚଳିକ

ବାଣପୁରରେ ଜନ ପ୍ରତିନିଧି ପ୍ରଶାସନ ମୁହାଁମୁହିଁ, ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଏତଲା ଦେଲେ ବିଡିଓ

March 18, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବାଣପୁର ବ୍ଲକ
ବାଣପୁରରେ ଭିଜିଲାନ୍ସ ଚଢାଉ: ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଗ୍ରାମପଞ୍ଚାୟତ ଏଡିଇଓ

ବାଣପୁର( ସୀତାରାମ ଅଗ୍ରଲାୱ): ଶୀର୍ଷରେ ପହଁଚିଲା ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକରେ ଜନ ପ୍ରତିନିଧି ଓ ପ୍ରଶାସନ ମଧ୍ୟରେ କଳି। ଦୀର୍ଘ ମାସ ଧରି ବାଣପୁର ବିଡିଓ ଏବଂ ଅଧ୍ୟକ୍ଷଙ୍କ ମଧ୍ୟରେ ଜାରି ରହିଥିବା ଶୀତଳ ଯୁଦ୍ଧ ବିସ୍ଫୋରଣର ରୂପ ନେଇଛି। ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହଙ୍କ ବିରୁଦ୍ଧରେ ଥାନାରେ ଏତଲା ଦେଇଛନ୍ତି ବିଡ଼ିଓ ଶୀତଲ ଅଗ୍ରୱାଲ। ଏ ନେଇ କେସ ନମ୍ବର ୧୨୬/୨୪ ଆଇପିସି ଦଫା ୧୮୯/୩୪/୩୫୩ ରେ ବାଣପୁର ଥାନାରେ ମାମଲା ରୁଜୁ ହୋଇଛି।

ସୂଚନା ମୁତାବକ ନିକଟରେ ଚିଲିକା ବିଧାୟକଙ୍କ ଆଞ୍ଚଳିକ ପାଣ୍ଠି କାର୍ଯ୍ୟାଦେଶ ପାଇବା ଦାବିରେ ଏକାଧିକ ଆଶାୟୀମାନେ ବିଡ଼ିଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ। ତେବେ ବ୍ଲକ ଅଧ୍ୟକ୍ଷ ଶ୍ରୀ ରଣସିଂହ ଏହାକୁ ସମର୍ଥନ ଜଣାଇ ଆନ୍ଦୋଳନରତ ଆଶାୟୀଙ୍କ ସହ ଧାରଣା ଦେଇଥିଲେ ଏବଂ ବ୍ଲକ କାର୍ଯ୍ୟାଳୟରେ ତାଲା ପଡିଥିଲା।

ବିଡ଼ିଓ ବ୍ଲକରେ ସଦାବେଳେ ଅନୁପସ୍ଥିତ ରହୁଛନ୍ତି, ପାତର ଅନ୍ତର ନିତି ଆପଣଉଛନ୍ତି, ଜନପ୍ରତିନିଧି ଙ୍କୁ ଉପଯୁକ୍ତ ସମ୍ମାନ ଦେଉନାହାନ୍ତି ଏବଂ ଏକ ନିର୍ଦିଷ୍ଟ ଦଳର ହାତବାରିସୀ ସାଜିଥିବା ଅଭିଯୋଗ କରିଥିଲେ ଅଧ୍ୟକ୍ଷ ଓ ଉପସ୍ଥିତ ଜନ ପ୍ରତିନିଧି। ବ୍ଲକ କାର୍ଯ୍ୟାଳୟ ଅଚଳ ଦ୍ୱାରା ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା ।

ଏହି ପରିପ୍ରେକ୍ଷୀରେ ଚଳିତ ୧୬ ତାରିଖ ରାତିରେ ବାଣପୁର ବିଡିଓଙ୍କ ପକ୍ଷରୁ ଅଧ୍ୟକ୍ଷଙ୍କ ବିରୁଦ୍ଧରେ ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ସରକାରୀ ଅଧିକାରୀଙ୍କୁ ଧମକାଇବା ଆଦି ଅଭିଯୋଗରେ ଥାନାରେ ଏତଲା ଦିଆଯାଇଛି।  ପୁର୍ବରୁ ମଧ୍ୟ ବାଣପୁର ବ୍ଲକରେ ଅଧ୍ୟକ୍ଷ ଓ ବିଡିଓ ବିବାଦ ଲାଗି ରହିଥିଲେ ସୁଦ୍ଧା ଜିଲ୍ଲା ପ୍ରଶାସନ ଏହାକୁ ସମାଧାନ କରିବାରେ ଏକ ରକମର ବିଫଳ ହୋଇଛି। ଯାହାଫଳରେ ଆଜି ଉକ୍ତ କଳି ଚରମ ସୀମାରେ ପହଁଚିଛି।

ତେବେ ଏ ନେଇ ବ୍ଲକ ଅଧ୍ୟକ୍ଷ ଶ୍ରୀ ରଣସିଂହଙ୍କୁ ପଚାରିବାରୁ ଉକ୍ତ ଦିନ କାର୍ଯ୍ୟାଦେଶ ପାଇବା ଆଶାୟୀମାନେ ବିଡିଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିବା ବେଳେ ତାହାକୁ ନୈତିକତା ଦୃଷ୍ଟିରୁ ଏକାଧିକ ସରପଞ୍ଚ, ସମିତି ସଭ୍ୟଙ୍କ ସହ ଅଧ୍ୟକ୍ଷ ମଧ୍ୟ ସମର୍ଥନ କରିଥିଲେ। ଏପରିକି ପ୍ରଥମ ଦିନ ଅଧ୍ୟକ୍ଷ ବିଡିଓଙ୍କ ସହ ଫୋନରେ ଯୋଗାଯୋଗ କରି ଘଟଣାର ସମାଧାନ କରିବା ପାଇଁ ଚେଷ୍ଟା ମଧ୍ୟ କରିଥିଲେ। ତେବେ ବ୍ଲକ ତାଲା ପକେଇବା ବିଷୟରେ ସେ ଅବଗତ ନଥିବା କହିଛନ୍ତ।

banpur ବାଣପୁର ବ୍ଲକ ବାଣପୁର ବ୍ଲକ ଅଧ୍ୟକ୍ଷ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026
Latest News

ଇଞ୍ଜିନିୟରମାନଙ୍କ ପାଇଁ “ରାସାୟନିକ ପଦାର୍ଥ ପରିଚାଳନାରେ ସୁରକ୍ଷା” ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 14, 2026

ଦେଶରେ ପ୍ରଥମ ହେଲା ପୂର୍ବତଟ ରେଳପଥ: ବର୍ଷକରେ ପରିବହନ କଲା ୫୦୦ ମେଟ୍ରିକ ଟନ୍ ପଣ୍ୟ

March 14, 2026

ନୂଆଦିଲ୍ଲୀରେ ସମ୍ୱଲପୁରୀ ଗାୟକଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 14, 2026

ଓଡ଼ିଶାରେ ୩.୫ ଗୁଣରୁ ଅଧିକ ବେଗରେ କାର୍ଯ୍ୟକ୍ଷମ ହେଲା ନୂଆ ରେଳ ଟ୍ରାକ୍‌

March 14, 2026

କଟକ-ଭୁବନେଶ୍ୱର ମଧ୍ୟରେ ପ୍ରତି ଅଧଘଣ୍ଟାରେ ଚାଲିବ ନମୋ ଭାରତ ଟ୍ରେନ: ରେଳମନ୍ତ୍ରୀ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.