ରଣପୁର: ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

Published: Mar 20, 2024, 5:19 pm IST

ରଣପୁର: ଆଜି ନୟାଗଡ ଜିଲ୍ଲା ରଣପୁର ବ୍ଲକ ନରସିଂହପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆ ଯାଇଛି। ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଶୋକ କୁମାର ଦାଶଙ୍କ ନେତୃତ୍ୱରେ ଏକ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଆୟୋଜିତ ହୋଇଥିଲା। ଏଥିରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସୁନୀଲ ମହାନ୍ତି ଓ ସି.ଆର.ସି.ସି. ସୁଶୀଲ କୁମାର ରଣା ଅତିଥି ଭାବେ ଯୋଗ ଦେଇଥିଲେ।

ଏଥିରେ ଗ୍ରାମାଞ୍ଚଳ ମେଧାବୃତ୍ତି ପରୀକ୍ଷାରେ କୃତିତ୍ୱ ଅର୍ଜନ କରିଥିବା ବିଦ୍ୟାଳୟର ଛାତ୍ର ଆଶିଷ ସୁନ୍ଦରାୟଙ୍କୁ ଉପଢୌକନ ଓ ଟ୍ରଫି ଦିଆଯାଇ ସମ୍ବର୍ଦ୍ଧନା କରାଯାଇ ଥିଲା। ଏହା ସହିତ ସମସ୍ତ ପିଲାମାନଙ୍କୁ ପୁଷ୍ପଗୁଛ ଓ ଉପହାର ଦିଆ ଯାଇ ବିଦାୟ ସମ୍ବର୍ଦ୍ଧନା ଦିଆ ଯାଇଥିଲା।  ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ଅଷ୍ଟମ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ମଧ୍ୟ ପୁରସ୍କାର ଦିଆଯାଇ ପୁରସ୍କୃତ କରାଯାଇଥିଲା।

ଏହି ଅବସରରେ ବିଦ୍ୟାଳୟରେ ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ଏପରିକି ପ୍ରଧାନ ଶିକ୍ଷକ ଅଶୋକ କୁମାର ଦାଶ ବକ୍ତବ୍ୟ ରଖିଲା ବେଳେ କାନ୍ଦି ପକାଇ ଥିଲେ।  ସମସ୍ତ ଛାତ୍ରଛାତ୍ରୀମାନେ କାନ୍ଦି କାନ୍ଦି ଅଶ୍ରୁ ଧାର ବୁହାଇ ଚାଲିଥିଲେ। ଶିକ୍ଷୟତ୍ରୀ ସରୋଜିନୀ ମଙ୍ଗରାଜ, ଶିକ୍ଷକ ଅଜୟ କୁମାର ସାହୁ, ରମେଶ ଚନ୍ଦ୍ର ନାୟକ, ଶରତ କୁମାର ନାୟକ, ବିଜୟ କୁମାର ଚମ୍ପତିଙ୍କ ସମେତ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଓ ପରିଚାଳନା କମିଟିର ସଦସ୍ୟସଦସ୍ୟା ପିଲାମାନଙ୍କୁ ବିଭିନ୍ନ ଉପଦେଶ ଦେଇ ସେମାନଙ୍କ ଉଜ୍ବଳମୟ ଭବିଷ୍ୟତ କାମନା କରିଥିଲେ।

Related posts