Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସଜେଇ ହେଲାଣି ଐତିହାସିକ ପଡିଆ ପଲଟଣ: ରାତି ପାହିଲେ ବାଣପୁରରେ ଓଡ଼ିଶା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରା
ଆଞ୍ଚଳିକ

ସଜେଇ ହେଲାଣି ଐତିହାସିକ ପଡିଆ ପଲଟଣ: ରାତି ପାହିଲେ ବାଣପୁରରେ ଓଡ଼ିଶା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରା

March 29, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଆଉ କେତେ ଘଣ୍ଟାର ଅପେକ୍ଷା ମାତ୍ର। ରାତି ପାହିଲେ ଓଡ଼ିଶା ପ୍ରସିଦ୍ଧ ଐତିହାସିକ ବାଣପୁର ପଞ୍ଚୁଦୋଳ। ଏ ବର୍ଷ ଜମିବ ପଞ୍ଚୁଦୋଳ। ଗାଁ ଗଣ୍ଡା ପୁରପଲ୍ଲୀରେ ଘରେ ଘରେ ଜମିଲେଣି କୁଣିଆ। କାହିଁ କେତେ ବାଟରୁ ଆସିଲାଣି ରଂଗ ବେରଙ୍ଗର ପସରା। ରାସ୍ତାଘାଟରେ ବେଲୁନ୍‌ବାଲା ବଜେଇଲେଣି ଫେଁକାଳି। ଝିଅ ଶାଶୁ ଘରକୁ ଦେବା ପାଇଁ କାଠ ପଥର, କୁଲା ବାଉଂଶିଆ, କସାଂ ବାସନ, ଲୁହା ଲହୁରୁଣି, ଛାଞ୍ଚୁଣି, ପହଁରା, ମନୋହରୀରର ମନଲୋଭା ପସରାରେ ପୁରିଗଲାଣି ପଡ଼ିଆ।କୁନା କୁନି ପାଇଁ ଭଳିକି ଭଳି କଣ୍ଢେଇ, ଚକ୍ର ଦୋଳି, ଯାଦୁ ଖେଳ ପ୍ରସ୍ତୁତ ହେଲେଣି ସବୁ। ମଥୁରା କେକ୍ ଠାରୁ ଆରମ୍ଭ କରି କଟକର ଠୁଙ୍କାପରି, ଦହିବରା ଆଳୁ ଦମ୍, ଦୋସା ସାମ୍ବର, ପକଡ଼ି, ଆଳୁଚପ, ଗୁପଚୁପ ସହିତ ଆଇସକ୍ରିମ୍, ସାଲେପୁର ରସଗୋଲା ରମହ ମହବାସ୍ନା ମନ କିଣି ନେଲାଣି।

ଠାକୁର ଠାକୁରାଣିଙ୍କୁ ବୁକୁରେ ଧରିବାକୁ ଝୋଟି ଚିତାରେ ଚିତ୍ରିତ ହେଲାଣି ଦୋଳ ପିଣ୍ଡି। ମନ୍ଦିରମାନଙ୍କରେ ରଂଗ ବେରଙ୍ଗର ମଣ୍ଡଣି, ଆଲୁଅ ଫୁଲମାଳରେ ସଜେଇ ହେଲାଣି ଦୋଳବିମାନ, ଗରୁଡ଼, ହନୁମାନ ବାହାନ। ଯୋଡି ଶଙ୍ଖ, ଘଣ୍ଟ ବାଦ୍ୟ, ବଡ଼ ଢୋଲ, ମହୁରୀ, ସଂକୀର୍ତ୍ତନ, ପାଇକ ଆଖଡ଼ା ଢୋଲ, ଚାଙ୍ଗୁ, ବାଘ, ଘୋଡ଼ାଇ, କେଳା କେଳୁଣୀ, ରଜାରାଣି, ଷଣ୍ଢ ନୃତ୍ୟସବୁ ପଟୁଆରରେ ସାମିଲ ହେବାକୁ ଗାଁଗାଁରେ ଚାଲିଛିପ୍ରସ୍ତୁତି।ତେତିଶି କୋଟି ଦେବାଦେବୀଙ୍କୁ ନିମନ୍ତ୍ରଣ କରିସାରିଲେଣି ସ୍ଥାନାଧିପତି ଶ୍ରୀ ଶ୍ରୀ ଚରଣ ଚକାଦେଓ।

ଜଗତଜନନୀ ମା’ଭଗବତୀଙ୍କୁ ଖଣ୍ଡୁଆ ପାଟ ପତନୀରେ ବନ ଦୁର୍ଗା ବେଶରେ ପିନ୍ଧେଇ ଦେଲେଣୀ କାଠି ନାହାକ। ଅଗଣିତ ଭକ୍ତଙ୍କ ଠେଲା ପେଲା ଖାଇ ଯାତ୍ରାରେ ଦେବା ଦେବୀଙ୍କୁ ଭେଟିବାକୁ ବଢିଲାଣି ମନରେ ଉତ୍କଣ୍ଠ। ହରିବୋଲ ହୁଳହୁଳି ଧୂନୀରେ ପୁରି ଉଠିବ ମେଳଣ ପଡିଆ।ମା’ ଭଗବତୀଙ୍କ ସହିତ ପ୍ରଭୁ ଚନ୍ଦ୍ରଶେଖରଙ୍କ ମହାମିଳନର ମାହେନ୍ଦ୍ର ବେଳାକୁ ଦର୍ଶନ କରି ଅଶେଷ ପୂର୍ଣ୍ୟ ଅର୍ଜନ କରିବାକୁ ଶ୍ରଦ୍ଧାଳୁଙ୍କ ବଢିଲାଣି ଆବେଗ। ବସନ୍ତ ଋତୁର ଏହି ମହା ମିଳନ ମହୋତ୍ସବ ସମସ୍ତଙ୍କ ମନରେ ଭରିଦେବ ଅଶେଷ ଆନନ୍ଦ।

ବାଣପୁର ବାଣପୁର ପଞ୍ଚୁଦୋଳ
Share. Facebook Twitter LinkedIn Email WhatsApp Copy Link

Related Posts

ଜମି ପାଇଁ ହାଣିଲେ : ପରିବାରର ୬ ଆହତ

April 7, 2026

ହାଜତ ମୃତ୍ୟୁ : ୬ ଅବସରପ୍ରାପ୍ତ ପୋଲିସ୍ ଗିରଫ

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026

ଗୁଳିମାଡ଼ରେ ଯୁବକ ମୃତ

April 7, 2026
Latest News

KKR ନା LSG, ଆଜି କିଏ ମାରିବ ବାଜି, କୋଲକାତାରେ ବର୍ଷାର ସମ୍ଭାବନା କେତେ?

April 9, 2026

“ହୁମାୟୁନ୍ କବୀରଙ୍କ ସହିତ ବିଜେପି ର ୧ ହଜାର କୋଟିର ଡିଲ୍”: ଗମ୍ଭୀର ଅଭିଯୋଗ ଆଣିଲା ଟିଏମସି

April 9, 2026

୧୫,୦୦୦ ଟନ୍ ଏଲପିଜି ନେଇ ମୁମ୍ବାଇରେ ପହଞ୍ଚିଲା ଭାରତୀୟ ଜାହାଜ “ଗ୍ରୀନ୍ ଆଶା”

April 9, 2026

IPL 2026: କାହା ପାଖରେ ଅରେଞ୍ଜ ଏବଂ ପର୍ପଲ କ୍ୟାପ୍?

April 9, 2026

ହରମୁଜ୍ ପ୍ରଣାଳୀ ଖୋଲା ଅଛି, କିନ୍ତୁ ଏବେ ବି ଟଳିନି ବିପଦ: ଜାହାଜ ପଥ ପରିବର୍ତ୍ତନ କଲା ଇରାନ୍

April 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.