Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଓକିଲ ସଂଘର କର୍ମକର୍ତ୍ତା ନିର୍ବାଚନ: ଜାଣନ୍ତୁ ଜିତିଲେ କିଏ?
ଆଞ୍ଚଳିକ

ବାଣପୁର ଓକିଲ ସଂଘର କର୍ମକର୍ତ୍ତା ନିର୍ବାଚନ: ଜାଣନ୍ତୁ ଜିତିଲେ କିଏ?

March 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଓଡ଼ିଶା ଆଇନଜୀବୀ ପରିଷଦର ପ୍ରତ୍ୟକ୍ଷ ତତ୍ୱାବଧାନରେ ଆଜି ରାଜ୍ୟର ସମସ୍ତ ଅନୁବନ୍ଧିତ ଓକିଲ ସଂଘର କର୍ମକର୍ତ୍ତା ନିର୍ବାଚନ ଏକାକାଳୀନ ଭାବେ ଅନୁଷ୍ଠିତ ହେଇଛି। ଅନୁରୂପ ଭାବେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଓକିଲ ସଂଘର କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ସକାଳ ୮ ଘଟିକା ଠାରୁ ନିର୍ବାଚନ ଆରମ୍ଭ ହୋଇ ଅପରାହ୍ନ ୩ ଘଟିକାରେ ସମାପ୍ତ ହୋଇଥିଲା।

ଚଳିତ ନିର୍ବାଚନରେ ପ୍ରାର୍ଥୀମାନେ ଓକିଲ ବନ୍ଧୁମାନଙ୍କୁ ନିଜ ସପକ୍ଷରେ ମତ ଦେବାକୁ ଘରକୁ ଘର ବୁଲି ବିଭିନ୍ନ ପ୍ରକାର ପ୍ରୟାସ କରିଥିବା ଦେଖିବାକୁ ମିଳିଥିଲା। ଅପରାହ୍ନ ଚାରି ଘଟିକାରେ ଗଣତି ଆରମ୍ଭ କରାଯାଇ ଫଳ ପ୍ରକାଶ ପାଇଥିଲା। ଚଳିତ ନିର୍ବାଚନରେ ସଙ୍ଘର ସମୁଦାୟ ୧୨୬ ଜଣ ଆଇନଜୀବୀ ସେମାନଙ୍କର ଭୋଟ ଦେଇଥିବା ବେଳେ ସଭାପତି ଭାବରେ ବରିଷ୍ଠ ଆଇନଜୀବି ବୃନ୍ଦାବନ ପ୍ରଧାନ ୬୪ ଖଣ୍ଡ ଭୋଟ, ଉପ ସଭାପତି ଭାବରେ ରାମଚନ୍ଦ୍ର ପଲାଇ ୭୯ ଖଣ୍ଡ ଭୋଟ, ସାଧାରଣ ସମ୍ପାଦକ ଭାବରେ ରଞ୍ଜନ କୁମାର ବେଦମତ୍ତା ୭୩ ଖଣ୍ଡ ଭୋଟ, କାର୍ଯ୍ୟକାରୀ ସଭ୍ୟ ଭାବରେ ସନ୍ତୋଷ ମହାପାତ୍ର ୭୮ ଖଣ୍ଡ ଭୋଟ, ସୁପ୍ରଭା ସାମନ୍ତରାୟ ୭୦ ଖଣ୍ଡ ଭୋଟ ଏବଂ ଦେବବ୍ରତ ବଡ଼ଜେନା ୬୯ ଖଣ୍ଡ ଭୋଟ ପାଇ ବିଜୟୀ ହୋଇଛନ୍ତି। ସେହିଭଳି ଭାବେ ସଂଘର ସହ ସମ୍ପାଦକ ଭାବେ ନରେନ୍ଦ୍ର କୁମାର ନାୟକ ନିର୍ଦ୍ବନ୍ଦରେ ନିର୍ବାଚିତ ହୋଇଛନ୍ତି।

ଉକ୍ତ ନିର୍ବାଚନକୁ ନିର୍ବାଚନ ଅଧିକାରୀ ଭାବରେ ଆଇନଜୀବୀ ଶରତ କୁମାର ଲେଙ୍କା ଏବଂ ସହ ନିର୍ବାଚନ ଅଧିକାରୀ ଭାବେ ସୁନୀଲ ମହାପାତ୍ର ପରିଚାଳନା କରିଥିଲେ।

ଓକିଲ ସଂଘ କର୍ମକର୍ତ୍ତା ନିର୍ବାଚନ ବାଣପୁର ବାଣପୁର ଓକିଲ ସଂଘ
Share. Facebook Twitter LinkedIn Email WhatsApp Copy Link

Related Posts

ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସାତସମାରେ ସ୍ୱଚ୍ଛତା ପକ୍ଷ ପାଳିତ

September 23, 2026

୩ କିଲୋମିଟର ଭାରରେ ବୋହିବା ପରେ ଆମ୍ବୁଲାନ୍ସରେ ଜନ୍ମ ନେଲା ଶିଶୁକନ୍ୟା

September 22, 2026

ବ୍ରହ୍ମପୁର ବ୍ୟାଙ୍କ କଲୋନୀ ଉନ୍ନୟନ କମିଟି ବୈଠକ

September 21, 2026

ଚିଲିକା ବ୍ଲକରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

September 21, 2026
Latest News

ହାଇକୋର୍ଟରେ ବିଚାରପତି ସଙ୍କଟ: ଅକ୍ଟୋବର ୧ରୁ କୋର୍ଟ ବର୍ଜନ ନିଷ୍ପତ୍ତି ନେଲା ବାର୍ ଆସୋସିଏସନ୍

September 23, 2026

ଏସୀୟ କ୍ରୀଡ଼ା ଫାଇନାଲରେ ନିରାଶ କଲେ ମନୁ ଭାକର

September 23, 2026

ପ୍ରବଳ ବର୍ଷାରେ ମାଟି କାନ୍ଥ ଭୁଶୁଡ଼ି ବାପା ମୃତ, ପୁଅ ଗୁରୁତର

September 23, 2026

ଅଷ୍ଟ୍ରେଲିଆକୁ କ୍ଳିନ ସ୍ଵିପ କଲା ଭାରତ: ତୃତୀୟ ଦିନିକିଆ ଜିତି ୩-୦ ରେ କବଜା କଲା ସିରିଜ

September 23, 2026

‘ଦମନ’ ଅଭିଯାନ: ଓଡିଶା ପୋଲିସ ଦ୍ଵାରା ଅପରାଧୀ ଓ ଅସାମାଜିକଙ୍କ ବିରୋଧରେ କଡ଼ା ପଦକ୍ଷେପ

September 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.