Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକାରେ ଭାରତୀୟ ଜନତା ପାର୍ଟିର ମିଶ୍ରଣ ପର୍ବ
ଆଞ୍ଚଳିକ

ଚିଲିକାରେ ଭାରତୀୟ ଜନତା ପାର୍ଟିର ମିଶ୍ରଣ ପର୍ବ

April 14, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଚ଼ିଲିକା (ସୀତାରାମ ଅଗ୍ରୱାଲ): ଆଜି ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀର ସୋରଣ ପଞ୍ଚାୟତର‌ ବିଜୁ ଜନତା ଦଳର ପୂର୍ବତନ ସରପଞ୍ଚ ରତିକାନ୍ତ ବୈରିଗଞ୍ଜନ (କୁଲୁ)ଙ୍କ ନେତୃତ୍ବରେ ଆଗଧାଡି଼ର ବିଜେଡ଼ି କର୍ମକର୍ତ୍ତା ଦିଲୀପ ବୈରିଗଞ୍ଜନ, ବିଜୟ ବରାଳ, ସୁକାନ୍ତ ମହାରଣା, ବିଭୂ ସାହୁ, ଅଖିଳ ମାଝୀ, ଲକ୍ଷ୍ମୀଧର ବେହେରା, ଧୂଶା ବେହେରା, ଉପେନ୍ଦ୍ର ଚ଼ମ୍ପତ୍ତି, ବିକାଶ ବେହେରା, ପାଣ୍ଡବ ବେହେରା, ଯୁଧିଷ୍ଠିର ଜେନା, ବିକ୍ରମ ନାୟକ ପ୍ରମୁଖ ଭାରତୀୟ ଜନତା ପାର୍ଟିର ନୀତି ଓ ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଦର୍ଶରେ ଅନୁପ୍ରାଣିତ‌ ହୋଇ ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀର ପୂର୍ବତନ ବିଧାୟକ ଡ଼ାଃ ବିଭୂତିଭୂଷଣ ହରିଚ଼ନ୍ଦନ, ବରିଷ୍ଠ ବିଜେପି ନେତା ତଥା ଚ଼ିଲିକା ବିଧାନସଭା କ୍ଷେତ୍ରର ଭାଜପା ବିଧାୟକ ପ୍ରାର୍ଥୀ ପୃଥ୍ୱୀରାଜ ହରିଚ଼ନ୍ଦନଙ୍କ ଉପସ୍ଥିତିରେ ବିଜୁ ଜନତା ଦଳ ପରିତ୍ୟାଗ କରି ଭାରତୀୟ ଜନତା ପାର୍ଟିରେ ଆନୁଷ୍ଠାନିକ ଭାବେ ସାମିଲ୍ ହୋଇଛନ୍ତି। ଦଳରେ ସାମିଲ୍ ହୋଇଥିବା ସମସ୍ତ କାର୍ଯ୍ୟକର୍ତ୍ତା ମାନଙ୍କୁ ଦଳୀୟ ଉତ୍ତରୀୟ ପିନ୍ଧାଇ ଭାଜପା ପରିବାରକୁ ସ୍ବାଗତ କରିଥିଲେ ଡ଼ାଃ ହରିଚ଼ନ୍ଦନ ଓ ଶ୍ରୀ ହରିଚ଼ନ୍ଦନ।

ଏହି ମିଶ୍ରଣ ପର୍ବରେ ଜିଲ୍ଲା ଭାଜପା ସାଧାରଣ ସମ୍ପାଦକ ତଥା ଚି଼ଲିକା ବିଧାନସଭା କ୍ଷେତ୍ରର ଭାଜପା ସଂଯୋଜକ ଦୁଷ୍ମନ୍ତ ହରିଚ଼ନ୍ଦନ, ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ଚ଼ିଲିକା ବ୍ଲକ ଉପାଧ୍ୟକ୍ଷ ଅରୁଣ ପଟ୍ଟନାୟକ, ଜିଲ୍ଲା ଭାଜପା ଉପସଭାପତି ସୁମନ୍ତ ପଟ୍ଟନାୟକ, ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ସର୍ବେଶ୍ଵର ପ୍ରଧାନ, ସୋରଣ ପଞ୍ଚାୟତ ସରପଞ୍ଚ ଶେଷଦେବ ବେହେରା, ମାନସିଂହପୁର ପଞ୍ଚାୟତ ସରପଞ୍ଚ ଙ୍କ ପ୍ରତିନିଧି ରତ୍ନାକର ବେହେରା, ସୋରଣ ପଞ୍ଚାୟତ ଭାଜପା ସଭାପତି ବିଦ୍ୟାଧର ପ୍ରଧାନ, ବାଲୁଗାଁ ନଗର ମଣ୍ଡଳ ଭାଜପା ପ୍ରଭାରୀ ଦୁଃଶାସନ ଜେନା, ଯୁବ ସଂଗଠକ ତପନ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।

ରତିକାନ୍ତ ବୈରିଗଞ୍ଜନ (କୁଲୁ) ଏବଂ ଅନ୍ୟ କାର୍ଯ୍ୟକର୍ତ୍ତା ମାନେ ଦଳରେ ସାମିଲ୍ ହେବା ଦ୍ବାରା ଦଳର ସଂଗଠନ ତୃଣମୂଳ ସ୍ତରରେ ଆହୁରି ଦୃଢ଼ ହେବ ବୋଲି ମତ ପ୍ରକାଶ କରିଥଲେ ଚିଲିକା ଭାଜପା ବିଧାୟକ ପ୍ରାର୍ଥୀ ପୃଥ୍ୱୀରାଜ ହରିଚ଼ନ୍ଦନ।

ଚିଲିକା ଭାରତୀୟ ଜନତା ପାର୍ଟି ମିଶ୍ରଣ ପର୍ବ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026

ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ ସାୟନାରା କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କୁ ସମ୍ବର୍ଦ୍ଧନା

May 5, 2026

ଗୋଦାବରୀଶ ମହାବିଦ୍ୟାଳୟରେ ୬ ଦିନିଆ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

May 5, 2026
Latest News

ପ୍ରଧାନମନ୍ତ୍ରୀଙ୍କ ସହ ୩୫ ବର୍ଷର ଅଭିଜ୍ଞତା ଆଧାରରେ ‘ଅପନାପନ’ ପୁସ୍ତକ ରଚନା କଲେ ଶିବରାଜ ସିଂହ ଚୌହାନ

May 15, 2026

ଆଜି ମଇ ୧୫ ତାରିଖ ଶୁକ୍ରବାରରେ ଏହି ଛଅଟି ରାଶି ପାଇଁ ରହିଛି ଶୁଭ ଖବର

May 15, 2026

ଆପାର୍ଟମେଣ୍ଟ ପଞ୍ଜୀକରଣ ସଂଶୋଧନ ଅଧ୍ୟାଦେଶ

May 14, 2026

ମ୍ୟାନେଜମେଣ୍ଟ ଶିକ୍ଷା କ୍ଷେତ୍ରରେ ଆଇଆଇଏମ ବିଶ୍ୱ ପାଇଁ ମଡେଲ – ଧର୍ମେନ୍ଦ୍ର ପ୍ରଧାନ

May 14, 2026

ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କଲେ ରୁଷବୈଦେଶିକ ମନ୍ତ୍ରୀ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.