ବ୍ରହ୍ମପୁର: ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

Published: Apr 19, 2024, 1:51 pm IST

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ବୈଦ୍ୟନାଥ ନଗର ପୋଲିସ ଥାନା ଅନ୍ତର୍ଗତ ବ୍ରହ୍ମା ନଗର ସାହି ଭିତରେ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପରିତ୍ୟକ୍ତ ଅବସ୍ଥାରେ ପଡ଼ିରହିଥିବା ଯୁବକଙ୍କ ମୃତଦେହ ଦେଖି ସ୍ଥାନୀୟ ଲୋକ କର୍ପୋରେଟର ପ୍ରଶାନ୍ତ କୁମାର ପଟ୍ଟନାୟକଙ୍କୁ ଖବର ଦେଇଥିଲେ। ଏହାପରେ କର୍ପୋରେଟର ପ୍ରଶାନ୍ତ ତୁରନ୍ତ ପୋଲିସକୁ ଏନେଇ ସୂଚନା ଦେଇଥିଲେ।

ପୋଲିସ ଘଟଣାସ୍ଥଳରେ ପହଞ୍ଚି ପଞ୍ଚନାମା କରିବା ପରେ ଶବ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

Related posts