Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ବିଜେଡ଼ି ର ବିରାଟ ଶୋଭାଯାତ୍ରା: ମା’ ଭଗବତୀଙ୍କ ଆଶୀର୍ବାଦ ନେଲେ ସାଂସଦ ଓ ବିଧାୟକ ପ୍ରାର୍ଥୀ
ଆଞ୍ଚଳିକ

ବାଣପୁରରେ ବିଜେଡ଼ି ର ବିରାଟ ଶୋଭାଯାତ୍ରା: ମା’ ଭଗବତୀଙ୍କ ଆଶୀର୍ବାଦ ନେଲେ ସାଂସଦ ଓ ବିଧାୟକ ପ୍ରାର୍ଥୀ

April 23, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଣପୁରସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ଭଗବତୀ ମନ୍ଦିର ଦର୍ଶନ କରିଛନ୍ତି ପୁରୀ ଲୋକସଭା ବିଜେଡି ପ୍ରାର୍ଥୀ ଅରୂପ ପଟ୍ଟନାୟକ ଏବଂ ଚିଲିକା ବିଜେଡି ବିଧାୟକ ପ୍ରାର୍ଥୀ ରଘୁନାଥ ସାହୁ। ଏହି ଅବସରରେ ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ମଧ୍ୟ ଉପସ୍ଥିତ ଥିଲେ। ରାଜ୍ୟସଭା ସାଂସଦ ତଥା ପୁରୀ ଲୋକସଭା ବିଜେଡି ସଂଯୋଜକ ସୁଭାଶିଷ ଖୁଣ୍ଟିଆ ମଧ୍ୟ ସାମିଲ ହୋଇଥିଲେ। ରଘୁନାଥ ସାହୁ ଏବଂ ଅନ୍ୟ ନେତା ମାନେ ଏକ ବିରାଟ ଶୋଭାଯାତ୍ରାରେ ବାଣପୁର ବିଷରପାଟଣା ଛକରୁ ବାହାରି ଚାଲିଚାଲି ମା’ ଭଗବତୀ ମନ୍ଦିର ପହଞ୍ଚିଥିଲେ ଏବଂ ମା’ଙ୍କ ପୂଜାର୍ଚ୍ଚନା କରିଥିଲେ।

ଏହି ଅବସରରେ ଚିଲିକା ବିଜେଡିର ସମସ୍ତ ଆଗଧାଡିର ନେତା ମାନେ ଉକ୍ତ ଶୋଭାଯାତ୍ରାରେ ଉପସ୍ଥିତ ଥାଇ ନବୀନ ପଟ୍ଟନାୟକ ଜିନ୍ଦାବାଦ, ରଘୁନାଥ ସାହୁ ଜିନ୍ଦାବାଦ, ମାନସ ମଙ୍ଗରାଜ ଜିନ୍ଦାବାଦ, ଅରୂପ ପଟ୍ଟନାୟକ ଜିନ୍ଦାବାଦ ଆଦି ସ୍ଲୋଗାନ ଦେଇଥିଲେ।

ସୂଚନା ଥାଉକି ବହୁ କସରତ ପରେ ଶେଷରେ ଚିଲିକା ବିଜେଡି ବିଧାୟକ ଟିକେଟ ହାତେଇବାକୁ ସକ୍ଷମ ହୋଇଛନ୍ତି ରଘୁନାଥ ସାହୁ। ଏହି ଅବସରରେ ରଘୁନାଥଙ୍କ ଶହ ଶହ ସମର୍ଥକ ମାନେ ଉକ୍ତ ଶୋଭାଯାତ୍ରାରେ ସାମିଲ ହୋଇଥିଲେ।

ତେବେ ଗତକାଲି ପିପିଲିରେ ପ୍ରଚାର ସମୟରେ ହଠାତ ଅସୁସ୍ଥ ହୋଇପଡ଼ିଥିଲେ ବିଜେଡି ପୁରୀ ସାଂସଦ ପ୍ରାର୍ଥୀ ଅରୂପ ପଟ୍ଟନାୟକ। କିନ୍ତୁ ଆଜି ମା’ଙ୍କ ଦର୍ଶନ କରିବା ପରେ ମା’ ଭଗବତୀଙ୍କ ଆଶୀର୍ବାଦରୁ ସେ ଶୀଘ୍ର ଆରୋଗ୍ୟଲାଭ କରିଥିବାର ଗଣମାଧ୍ୟମକୁ କହିଛନ୍ତି।

arup pattanaik BJD chilika election 2024
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ବାଧିନତା ଦିବସ ଏବଂ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ

August 15, 2026

ବାଣପୁରରେ ସାଇବର ସୁରକ୍ଷା ଅଭିଯାନ

August 15, 2026
Latest News

ପେଲେଟ୍ ଗନ୍ ମାମଲା: ପୋଲିସ ଷ୍ଟେସନ ବାହାରେ ଧାରଣାରେ ବସିଲେ ରାହୁଲ ଗାନ୍ଧୀ

August 21, 2026

୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବେ ଗୋବିନ୍ଦା!: ଜାଣନ୍ତୁ କିଏ ସେ ଅଭିନେତ୍ରୀ?

August 21, 2026

‘ଇଥାନଲ ଯୋଗୁଁ ମହଙ୍ଗା ହେଲା ଚିନି’: ମୋଦି ସରକାରଙ୍କୁ ଟାର୍ଗେଟ କଲା କଂଗ୍ରେସ

August 21, 2026

ଭିଜିଲାନ୍ସ ଜାଲରେ ତହସିଲଦାର, ୫ ଲକ୍ଷ ଟଙ୍କା ସହ ଧରାପଡ଼ିଲେ

August 21, 2026

ଭୟଙ୍କର ସଡ଼କ ଦୁର୍ଘଟଣା, ମହିଳାଙ୍କ ସମେତ ୨ ଶିଶୁ ମୃତ

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.