Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ମୃତ, ଗାଡି ଚାଳକ ଗୁରୁତର
ଆଞ୍ଚଳିକ

ବାଣପୁର: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ମୃତ, ଗାଡି ଚାଳକ ଗୁରୁତର

April 25, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ୧୬ ନଂ ଜାତୀୟ ରାଜପଥ ବେଲପଡା ଛକରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଟ୍ରକ୍କୁ ପଛରୁ ଆସୁଥିବା ଏକ ଟ୍ରକ୍ ପିଟିଛି। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ହେଲପରଙ୍କ ମୃତ୍ୟୁ ହୋଇଥିବା ବେଳେ ଡ୍ରାଇଭରଙ୍କ ଅବସ୍ଥା ଗୁରୁତର ରହିଛି। ବେଲପଡା ଛକରେ ଏକ ମାଲ ବୋଝେଇ ଟ୍ରକ ଛିଡ଼ା ହୋଇଥିଲା।

ଆଜି ଭୋରରୁ ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ଦ୍ରୁତ ଗତିରେ ଅନ୍ୟ ଏକ ଟ୍ରକ ଯାଉଥିଲା। ବେଲପଡା ଛକରେ ଟ୍ରକ୍ଟି ଭାରସାମ୍ୟ ହରାଇ ଛିଡ଼ା ହୋଇଥିବା ଟ୍ରକକୁ ପଛରୁ ପିଟିଥିଲା।

ଫଳରେ ଦୁର୍ଘଟଣା ଘଟାଇଥିବା ଟ୍ରକ୍ର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ଚୂରମାର ହୋଇ ଯାଇଥିବା ବେଳେ ଘଟଣାସ୍ଥଳରେ ହେଲପରଙ୍କ ମୃତ୍ୟୁ ଘଟିଥିଲା। ଡ୍ରାଇଭରଜଣକ ଫସି ରହିଥିବା ବେଳେ ଖବର ପାଇ ବାଲୁଗାଁ ଅଗ୍ନିଶମ ବାହିନୀ ଓ ବାଣପୁର ଥାନା ପୁଲିସ୍ ପହଞ୍ଚିଥିଲେ। ବହୁ ପରିଶ୍ରମ ପରେ କଟର ସାହାଯ୍ୟରେ ଟ୍ରକକୁ କାଟି ଗୁରୁତର ଡ୍ରାଇଭରଙ୍କୁ ବାହାର କରାଯାଇଛି।

ତାଙ୍କୁ ପ୍ରଥମେ ନିକଟସ୍ଥ ଡାକ୍ତରଖାନା ଓ ପରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ହେଲପରଙ୍କ ମୃତଦେହକୁ ଟ୍ରକ୍ରୁ ବାହାର କରାଯାଇ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ପୁଲିସ୍ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି।

ବାଣପୁର ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026

ଅଗ୍ନି ବିପନ୍ନଙ୍କୁ ରେଡ଼କ୍ରସ ପକ୍ଷରୁ ସହାୟତା

June 7, 2026

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026
Latest News

ମୁଦ୍ରା ଦୁର୍ବଳ, ଅର୍ଥନୀତି ମଜବୁତ: ଜାପାନର ଚମତ୍କାର କାହାଣୀ

June 10, 2026

ସ୍ୱତନ୍ତ୍ର ସଘନ ସଂଶୋଧନର ୧୧ତମ ଦିନ: ଓଡ଼ିଶାରେ ୮୭.୬୬% ଫର୍ମ ବଣ୍ଟନ ଶେଷ

June 10, 2026

ଭାରତରେ କେଉଁଠାରେ ଏବଂ କିପରି ଲାଇଭ୍ ଦେଖିବେ FIFA ବିଶ୍ୱକପ୍?: ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ 

June 10, 2026

ଆଜି ଦିଲ୍ଲୀରେ ଏନଡିଏ ବୈଠକ: ଯୋଗଦେବେ ମେଣ୍ଟ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ

June 10, 2026

କଣ୍ଟେନର ଧକ୍କାରେ ୨ ମୃତ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.