Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ସମ୍ବନ୍ଧୀୟ ପାଠଚକ୍ର
ଆଞ୍ଚଳିକ

ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ସମ୍ବନ୍ଧୀୟ ପାଠଚକ୍ର

April 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ନୟାଗଡ ଜିଲ୍ଲା ରାଜସୁନାଖଳା ଠାରେ ଥିବା ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ସମ୍ବନ୍ଧୀୟ ଦୁଇ ଦିନିଆ ପାଠଚକ୍ର ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ୧୬ ଜଣ ଅଂଶ ଗ୍ରହଣକାରୀ, ୭୦ ଜଣ ଶିକ୍ଷକ ଶିକ୍ଷୟତ୍ରୀ, ଜିଲ୍ଲାର ବିଭିନ୍ନ ବ୍ଲକର ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ଓ ପ୍ରଶିକ୍ଷଣ କେନ୍ଦ୍ରର ୯୦ ଜଣ ଗୁରୁ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ।

ଏହି କାର୍ଯ୍ୟକ୍ରମର ପ୍ରଥମ ଦିବସରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଶିକ୍ଷା ଗବେଷଣା ପରିଷଦ ଓ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ମନୋଜ କୁମାର ପାଢ଼ୀ, ସ୍ୱତନ୍ତ୍ର ନିମନ୍ତ୍ରିତ ଅତିଥି ଭାବେ ନୟାଗଡ ଜିଲ୍ଲା ଶିକ୍ଷା ଅଧିକାରିଣୀ ରାଜଶ୍ରୀ ପଟ୍ଟନାୟକ, ମୁଖ୍ୟ ବକ୍ତା ଭାବେ ଫୁଲବାଣୀ ସରକାରୀ ଶିକ୍ଷକ ତାଲିମ କେନ୍ଦ୍ରର ସହକାରୀ ପ୍ରଫେସର ଡ଼. ଦୋଳଗୋବିନ୍ଦ ସାହୁ, ସମ୍ମାନିତ ଅତିଥି ଭାବେ ଶିକ୍ଷା ଗବେଷଣା ପରିଷଦ ଓ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟର ଉପଦେଷ୍ଟା ଜୟକୃଷ୍ଣ ପାତ୍ର, ଏଲ.ଏଲ.ଏଫ. ର ସନ୍ଦୀପ ବଳ, ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଶରତ କୁମାର ସାହୁ, ରଣପୁର ବ୍ଲକ ଶିକ୍ଷା ଅଧିକାରୀ ବନଲତା ବେହେରା ପ୍ରମୁଖ ଯୋଗ ଦେଇଥିଲେ।

ସେହିଭଳି ଦ୍ଵିତୀୟ ଦିବସରେ ମୁଖ୍ୟ ଅତିଥି ଭାବେ ଗଞ୍ଜାମ ଜିଲ୍ଲା ଖଲିକୋଟ ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ଅଧ୍ୟକ୍ଷ ଡ଼. ସନ୍ତୋଷ କୁମାର ପରିଡା, ସମ୍ମାନିତ ଅତିଥି ଭାବେ ଓଡଗାଁ ବ୍ଲକ ଶିକ୍ଷା ଅଧିକାରିଣୀ ଗୀତାଞ୍ଜଳି ସାହୁ, ନୟାଗଡ ସମଗ୍ର ଶିକ୍ଷା ବିଭାଗର ଶିକ୍ଷା ବିଜ୍ଞାନ ସଂଯୋଜିକା କ୍ରିଷ୍ଣାରାଣୀ ମାଝୀ ପ୍ରମୁଖ ଯୋଗ ଦେଇଥିଲେ।

ଅନୁଷ୍ଠାନର ଅଧ୍ୟକ୍ଷ ବିଜୟ କୁମାର ତ୍ରିପାଠୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ସଂଯୋଜକ ଶିକ୍ଷକ ପ୍ରଶିକ୍ଷକ ମନୋରଞ୍ଜନ ଦାଶ ମଞ୍ଚ ପରିଚାଳନା କରିଥିଲେ। ସେହିପରି ଶିକ୍ଷକ ପ୍ରଶିକ୍ଷକ ମାନସ କୁମାର ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ।

ନୟାଗଡ ମୌଳିକ ସାକ୍ଷରତା ରାଜସୁନାଖଳା
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026

ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ ସାୟନାରା କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କୁ ସମ୍ବର୍ଦ୍ଧନା

May 5, 2026

ଗୋଦାବରୀଶ ମହାବିଦ୍ୟାଳୟରେ ୬ ଦିନିଆ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

May 5, 2026
Latest News

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026

ବାରଙ୍ଗରେ ବୁଲିଲା ଖଣ୍ଡା; ୨ଜଣ ଆହତ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.