Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରଣପୁର: ଆଦର୍ଶ ପ୍ରଧାନ ଶିକ୍ଷକଙ୍କ ବିଦାୟ ସମ୍ବର୍ଦ୍ଧନା, ଭାବ ବିହ୍ଵଳ ହୋଇ ଉଠିଲା ସମଗ୍ର ଅଞ୍ଚଳ
ଆଞ୍ଚଳିକ

ରଣପୁର: ଆଦର୍ଶ ପ୍ରଧାନ ଶିକ୍ଷକଙ୍କ ବିଦାୟ ସମ୍ବର୍ଦ୍ଧନା, ଭାବ ବିହ୍ଵଳ ହୋଇ ଉଠିଲା ସମଗ୍ର ଅଞ୍ଚଳ

May 1, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରଣପୁର: ନୟାଗଡ ଜିଲ୍ଲା ରଣପୁର ବ୍ଲଳ ଗମ୍ଭାରୀଖୋଲ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବେଣୁଧର ଜେନାଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ମଣ୍ଡଳ ଶିକ୍ଷା ଅଧିକାରୀ ବସନ୍ତ କୁମାର ରାଉତ, ମୁଖ୍ୟ ବକ୍ତା ଭାବେ ନୟାଗଡ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଙ୍ଘ ତଥା ରାଜ୍ୟ ପ୍ରାଥମିକ ଶିକ୍ଷକ ସଙ୍ଘର ସଂଯୋଜକ ଜ୍ୟୋତି ରଞ୍ଜନ ଦାଶ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ରଣପୁର ମିଳିତ ପ୍ରାଥମିକ ଶିକ୍ଷକ ସଙ୍ଘର ସଭାପତି ପ୍ରଫୁଲ କୁମାର ବିଶ୍ୱାଳ, ସମ୍ପାଦକ ଜ୍ୟୋତି ରଞ୍ଜନ କର, ରଣପୁର ପ୍ରାଥମିକ ଶିକ୍ଷକ ସଙ୍ଘର ପୂର୍ବତନ ସମ୍ପାଦକ ଜଗନ୍ନାଥ ଦାଶ, ରଣପୁର ମିଳିତ ପ୍ରାଥମିକ ଶିକ୍ଷକ ସଙ୍ଘର ମିଡ଼ିଆ ସଂଯୋଜକ ସୁଶୀଲ କୁମାର ରଣା, ସୁର୍କବାଡି ପଞ୍ଚାୟତ ନୋଡାଲ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ବସନ୍ତ କୁମାର ନନ୍ଦ, ନଅପଲ୍ଲୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପ୍ରଦୀପ କୁମାର ସାହୁ, କାସନ୍ଦା ତୃତୀୟଦେବ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ରୀନାରାଣୀ ପ୍ରଧାନ, କାସନ୍ଦା କ୍ଲଷ୍ଟର ସାଧନ କେନ୍ଦ୍ର ସଂଯୋଜକ ସୁବାଷ ଚନ୍ଦ୍ର ମହାପାତ୍ର, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଭଗବାନ ସାହୁ, ବିନୋଦପଡା ପ୍ରାଥମିକ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବିରଞ୍ଚି ରଣା ପ୍ରମୁଖ ଯୋଗ ଦେଇଥିଲେ।

ସାହିତ୍ୟକ ତଥା କବି ମାନସ ରଞ୍ଜନ ପଟ୍ଟନାୟକ ଓ ପ୍ରଭାତ କୁମାର ପଣ୍ଡା ମଞ୍ଚ ପରିଚାଳନା କରିଥିଲେ। ଅତିଥିମାନେ ବିଦାୟୀ ପ୍ରଧାନ ଶିକ୍ଷକ ଶ୍ରୀ ଜେନାଙ୍କ ଗୁଣଗାନ କରିବା ସହ ସେ ଜଣ ଆଦର୍ଶବାନ, ଛାତ୍ରବତ୍ସଳ, ମେଳାପୀ, କର୍ମନିଷ୍ଠ, ସମୟାନୁବର୍ତ୍ତିତା ତଥା ଖୁବ ଲୋକ ପ୍ରିୟ ଥିଲେ ବୋଲି ମତ ପ୍ରକାଶ କରିଥିଲେ।

ଏହି ବିଦାୟ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ବିଦ୍ୟାଳୟର ଶିକ୍ଷୟତ୍ରୀ କ୍ଷଣପ୍ରଭା ସାହୁଙ୍କ ତତ୍ୱାବଧାନରେ ଆୟୋଜିତ ହୋଇଥିଲା। ଶ୍ରୀ ଜେନାଙ୍କ ବିଦାୟ ସମ୍ବର୍ଦ୍ଧନା ବେଳେ ଧର୍ମପତ୍ନୀ ସୁକାନ୍ତି ଜେନା ଏବଂ ପୁତ୍ର ଲଳିତ ମୋହନ ଜେନା ଓ ନିହାର ରଞ୍ଜନ ଜେନାଙ୍କ ସମେତ ପରିବାର ବର୍ଗ ଓ ବନ୍ଧୁବାନ୍ଧବ ଉପସ୍ଥିତ ଥିଲେ।

ସଭାକାର୍ଯ୍ୟ ଶେଷ ହେଲା ପରେ ଗ୍ରାମବାସୀ, ପରିଚାଳନା କମିଟି ସଭ୍ୟସଭ୍ୟାମାନେ ଖୋଳ, ଝାଞ୍ଜ, ଗିନି ବଜାଇ ସଂକୀର୍ତ୍ତନ ମାଧ୍ୟମରେ ଶ୍ରୀ ଜେନାଙ୍କୁ ଧରି ଗ୍ରାମ ପରିକ୍ରମା କରିଥିଲେ।

ଅତିଥି ପରିଚୟ ଠଣାପଲି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଫୁଲ କୁମାର ସାହୁ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଜାମୁସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ସେଠି ଧନ୍ୟବାଦ ଅର୍ପଣ କରିଥିବା ବେଳେ ସୁବାଷ ଚନ୍ଦ୍ର ବେହେରା ଫୋଟୋ ଉତ୍ତୋଳନ କରିଥିଲେ।

ଅବସରକାଳୀନ ସମ୍ବର୍ଦ୍ଧନା ଆଦର୍ଶ ପ୍ରଧାନ ଶିକ୍ଷକ ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026
Latest News

ଭାରତୀୟ ନୂତନ ଆଇନର ସଫଳ କାର୍ଯ୍ୟକାରିତା: ୨୮ ଦିନ ମଧ୍ୟରେ ଦୋଷୀକୁ ଦଣ୍ଡ ଦେଲେ ଅଦାଲତ

March 18, 2026

“ଏହା ଲଜ୍ଜାଜନକ”: ଆସାମରେ କଂଗ୍ରେସ ସାଂସଦ ଦଳ ଛାଡିବା ପରେ କହିଲା ଶିବସେନା

March 18, 2026

RCB କୁ କିଣିବା ଦୌଡ଼ରେ ଦୁଇ ପ୍ରତିଦ୍ୱନ୍ଦ୍ୱୀ: ୧୬ ହଜାର କୋଟି ଅତିକ୍ରମ କରିପାରେ ନିଲାମ

March 18, 2026

ଭାରତ ସହ ଘନିଷ୍ଠ ବନ୍ଧୁର ପରିଚୟ ଦେଲା ଏହି ମୁସଲିମ ଦେଶ: ପଠାଇଲା ଲକ୍ଷ ଲକ୍ଷ ବ୍ୟାରେଲ ତେଲ

March 18, 2026

ସ୍କୁଟିକୁ ଧକ୍କା ଦେଲା ଯୁବକଙ୍କୁ ଆକ୍ରମଣ ପାଇଁ ପିଛା କରୁଥିବା କାର: ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.