Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»“କ୍ରାନ୍ତି” ର ଶାଖା କାର୍ଯ୍ୟାଳୟ କୋମଳମତି ଶିଶୁଙ୍କ ଦ୍ଵାରା ଉଦଘାଟିତ
ଆଞ୍ଚଳିକ

“କ୍ରାନ୍ତି” ର ଶାଖା କାର୍ଯ୍ୟାଳୟ କୋମଳମତି ଶିଶୁଙ୍କ ଦ୍ଵାରା ଉଦଘାଟିତ

May 1, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଅଗ୍ରଣୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ “କ୍ରାନ୍ତି” ର ଶାଖା କାର୍ଯ୍ୟାଳୟ ଶ୍ରୀରାମନଗର ସ୍ଥିତ ଦି ଗ୍ରେଟ ଇଣ୍ଡିଆ ଇଣ୍ଟରନ୍ୟାସନାଲ୍ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ପରିସରରେ ଆରମ୍ଭ ହୋଇଛି। ତାହା ପୁଣି ଦୁଇଜଣ କୋମଳମତି ଶିଶୁ ଦ୍ଵାରା ଉଦଘାଟିତ ହୋଇଛି।

କ୍ରାନ୍ତି ଅନୁଷ୍ଠାନର ନିର୍ଦ୍ଦେଶକ ଡଃ ଦେବାନନ୍ଦ ଦାସଙ୍କ ଦ୍ଵାରା ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ଚେୟାରମେନ ନିରଞ୍ଜନ ଦାସ, ମହାସଂଘ ସଭାପତି ସୁଶାନ୍ତ କୁମାର ସାବତ, ପ୍ରଣବ କୁମାର ପଣ୍ଡା ପ୍ରମୁଖ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉତ୍ସାହିତ କରିଥିଲେ।

ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପ୍ରଥମେ ସମସ୍ତ ଅତିଥି ମାନଙ୍କୁ ସ୍ଵାଗତ କରାଯାଇଥିବା ସହ ଏହି ଶାଖାରେ ସମସ୍ତ ପ୍ରକାର ନୃତ୍ୟ, ସଙ୍ଗୀତ, ଚିତ୍ରାଙ୍କନ, ଆବକସ, ତାଇକୋଣ୍ଡ, ସହ ଅନ୍ୟାନ୍ୟ ବିଷୟରେ ଶିଶୁମାନଙ୍କୁ ଶିକ୍ଷା ଦିଆଯିବା ସହ ଏହି ଅଞ୍ଚଳର ଜନସାଧାରଣଙ୍କ ପାଇଁ ବିଭିନ୍ନ ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ କରାଯିବ ବୋଲି ମତ ପ୍ରକାଶ କରିଥଲେ।।

ଏହି ଉଦଘାଟନୀ ଉତ୍ସବରେ ଗ୍ରେଟ୍ ଇଣ୍ଡିଆ ଇଣ୍ଟରନେସନାଲ ସ୍କୁଲର ଚେୟାରମ୍ୟାନ ଚିତ ଦାଶ, ମହାନ ସଂଘ ସଭାପତି ସୁଶାନ୍ତ ସାବତ, କାଲାମ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ସମ୍ପାଦକ ସନ୍ତୋଷ କୁମାର ଜେନା,ବି ଏମ୍ ସି ର ପୂର୍ବତନ କର୍ପୋରେଟର ପି. ଆଶା ରାନୀ,ସମାଜସେବୀ ପ୍ରଣବ କୁମାର ପଣ୍ଡା, ଗ୍ରେଟ୍ ଇଣ୍ଡିଆ ଇଣ୍ଟରନେସନାଲ ସ୍କୁଲର ଅଧ୍ୟକ୍ଷ ନିରଞ୍ଜନ ଦାଶ, ସାବିତ୍ରୀ ପାତ୍ର ,ପି. ବଳରାମ, ପୁଷ୍ପଲତା ପାଣିଗ୍ରାହୀ, ଶ୍ରଦ୍ଧାଞ୍ଜଳି ପାଢ଼ୀ ଓ ଇଂ ଶିବରାମ ଚୌଧୁରୀଙ୍କ ସମେତ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଉପସ୍ଥିତ ରହି କ୍ରାନ୍ତି ଅନୁଷ୍ଠାନର କାର୍ଯ୍ୟକ୍ରମକୁ ପ୍ରଶଂସା କରିବା ସହ ସଫଳତା କାମନା କରିଥିଲେ।କ୍ରାନ୍ତି ଅନୁଷ୍ଠାନର ଶିଶୁ କଳାକାରଙ୍କ ଦ୍ୱାରା ପରିବେଷିତ ନୃତ୍ୟ ଉପସ୍ଥିତ ସମସ୍ତ ଜନସାଧାରଣଙ୍କୁ ହୃଦୟସ୍ୱର୍ଶି ହୋଇ ପାରିଥିଲା।କ୍ରାନ୍ତି ଅନୁଷ୍ଠାନର ଦେବରାଜ ରାଉତ, ନିର୍ମଳା ଦାଶ, ମନୋଜ ସାହୁ, ଗୀତା ସାହୁ, ଅନିଲ କୁମାର ସେଠୀ, ଲାବନ୍ୟା, ପ୍ରୀୟଂଶା ନାୟକ, ଧନଞ୍ଜୟ ପାଣିଗ୍ରାହୀ ,ଅରୁଣ ପଟ୍ଟନାୟକ, ପରମାନନ୍ଦ ପଣ୍ଡା, ଗୁପ୍ତେଶ୍ୱରୀ ପାତ୍ର, ଦିପ୍ତିମୟୀ ପଣ୍ଡା,ଲିଙ୍ଗରାଜ ପଟ୍ଟନାୟକ, ଚର୍ଚ୍ଚିକା ଦାଶ ଓ ଚିନ୍ମୟାନନ୍ଦ ଦାଶ ପ୍ରମୁଖ ଉପସ୍ଥିତି ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

ଶେଷରେ ଡ଼ଃ ଦେବାନନ୍ଦ ଦାଶ ସମସ୍ତଙ୍କୁ ସହଯୋଗ ପାଇଁ ହୃଦୟରୁ ଧନ୍ୟବାଦ ଦେଇଥିଲେ।

'କ୍ରାନ୍ତି' ଉଦଘାଟିତ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026
Latest News

ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ନିକଟରେ ହାତାହାତି

August 23, 2026

ନକଲି ଇ-ଚାଲାଣ ନାଁରେ ବଡ଼ ସାଇବର ଠକେଇ: ଖାଲି ହୋଇପାରେ ବ୍ୟାଙ୍କ ଖାତା

August 23, 2026

ଆସନ୍ତାକାଲି ନବରଙ୍ଗପୁରରେ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ

August 23, 2026

ସ୍ତ୍ରୀର ତଣ୍ଟି କାଟି ହତ୍ୟା କଲା ସ୍ବାମୀ

August 23, 2026

ତୁଳସୀକ୍ଷେତ୍ରରେ ରାଧାଗୋବିନ୍ଦଙ୍କ ଦିବ୍ୟ ଝୁଲଣ ଲୀଳା ଦର୍ଶନ ପାଇଁ ଭକ୍ତଙ୍କ ସମାଗମ

August 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.