Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର-ବାଲୁଗାଁ ଥାନା ଅଞ୍ଚଳରେ ନିର୍ବାଚନ ବ୍ୟବସ୍ଥା ପରଖିଲେ ଏସପି ଅବିନାଶ କୁମାର
ଆଞ୍ଚଳିକ

ବାଣପୁର-ବାଲୁଗାଁ ଥାନା ଅଞ୍ଚଳରେ ନିର୍ବାଚନ ବ୍ୟବସ୍ଥା ପରଖିଲେ ଏସପି ଅବିନାଶ କୁମାର

May 4, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚିଲିକା (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲାରେ ସାଧାରଣ ନିର୍ବାଚନ ମଇ ୨୫ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବେଳେ ପୋଲିସ ପକ୍ଷରୁ ଏଥିପାଇଁ ଏକାଧିକ ପଦକ୍ଷେପ ନିଆଯାଇଛି। ବିଭିନ୍ନ ସ୍ଥାନରେ ଅସ୍ଥାୟୀ ଚେକ ପୋଷ୍ଟ ନିର୍ମାଣ କରାଯାଇଥିବା ବେଳେ ଜିଲ୍ଲା ପୋଲିସ ପକ୍ଷରୁ ୨୪ ଘଣ୍ଟିଆ ଚେକିଙ୍ଗ ଓ ପାଟ୍ରୋଲିଂ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଆଜି ଖୋର୍ଦ୍ଧା ଏସପି ଅବିନାଶ କୁମାର ବାଣପୁର ଓ ବାଲୁଗାଁ ଥାନା ଅଞ୍ଚଳ ପରିଦର୍ଶନରେ ଆସି ସମସ୍ତ ଚେକ ପୋଷ୍ଟର ବ୍ୟବସ୍ଥା ପରଖିଛନ୍ତି।

ଉକ୍ତ ଚେକ ପୋଷ୍ଟ ଗୁଡିକରେ କିପରି ନାଗରିକ ମାନଙ୍କ ଯାନବାହାନ ତନଖି କରାଯାଇଛି ତାହା ଅନୁଧ୍ୟାନ କରିଥିଲେ ଏସପି। ତତସହିତ ବାଲୁଗାଁ ଓ ବାଣପୁର ଥାନାର ସୀମାନ୍ତବର୍ତ୍ତୀ ଅଞ୍ଚଳ ଯାହା ଗଞ୍ଜାମ ଜିଲ୍ଲାକୁ ସଂଯୋଗ କରୁଛି ଯଥା ଶାଳିଆ ଡ୍ୟାମ ଏବଂ ନାଭାଲ ଫାଣ୍ଡି ଅଞ୍ଚଳ ପରିଦର୍ଶନ କରିବା ସହ ସେଠାର ଏସପି ସୁରକ୍ଷା ବ୍ୟବସ୍ଥା ପରଖିଥିଲେ। ଏପରିକି ଏସପି ଏକାଧିକ ଚେକ ପୋଷ୍ଟରେ କିଛି କିଛି ସମୟ ଅତିବାହିତ କରିଥିଲେ। ଏହି ସମୟରେ ବାଲୁଗାଁ ଏସଡିପିଓ ଶୁଭ୍ରାଂଶୁ ଶେଖର ମିଶ୍ର, ବାଲୁଗାଁ ଆଇଆଇସି ଜୟପ୍ରକାଶ ପରିଡ଼ା ଓ ବାଣପୁର ଆଇଆଇସି ରମେଶ ଚନ୍ଦ୍ର ଦେବତା ଆଦି ଉପସ୍ଥିତ ଥିଲେ।

ଅବିନାଶ କୁମାର ଖୋର୍ଦ୍ଧା ଜିଲ୍ଲା ବାଣପୁର ବାଲୁଗାଁ ସାଧାରଣ ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.