Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା: ଭାଜପା ସାଂସଦ ପ୍ରାର୍ଥୀ ଓ ବିଧାୟକ ପ୍ରାର୍ଥୀଙ୍କ ବାଇକ ରାଲି
ଆଞ୍ଚଳିକ

ଚିଲିକା: ଭାଜପା ସାଂସଦ ପ୍ରାର୍ଥୀ ଓ ବିଧାୟକ ପ୍ରାର୍ଥୀଙ୍କ ବାଇକ ରାଲି

May 14, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଚିଲିକା (ସୀତାରାମ ଅଗ୍ରୱାଲ): ଆଜି ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀର ଅଠରବାଟିଆ, ବଡ଼କୂଳ, ଡ଼ୁଙ୍ଗମାଳ ପଞ୍ଚାୟତ ଓ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରେ ହଜାରରୁ ଉର୍ଦ୍ଧ୍ବ ସମର୍ଥକଙ୍କ ସହ ବାଇକ ରାଲି କରିଥିଲେ ପୁରୀ ଲୋକସଭା କ୍ଷେତ୍ରର ଭାଜପା ସାଂସଦ ପ୍ରାର୍ଥୀ ଡ଼ାଃ ସମ୍ବିତ ପାତ୍ର, ଚ଼ିଲିକା ବିଧାନସଭା କ୍ଷେତ୍ରର ଭାଜପା ବିଧାୟକ ପ୍ରାର୍ଥୀ ପୃଥ୍ୱୀରାଜ ହରିଚ଼ନ୍ଦନ।

ଭାଜପା ସାଂସଦ ପ୍ରାର୍ଥୀ ଡ଼ାଃ ପାତ୍ର କହିଥିଲେ ଯେ, ପୁରୀ ଲୋକସଭା କ୍ଷେତ୍ର ତଥା ଚ଼ିଲିକା ବିଧାନସଭା କ୍ଷେତ୍ରର ବିକାଶ ପାଇଁ ମୁଁ ପ୍ରତିଶ୍ରୁତିବଦ୍ଧ ଏବଂ ଚ଼ିଲିକାର ପୁନରୁଦ୍ଧାର ଓ ମତ୍ସ୍ୟ ଉତ୍ପାଦନକୁ ବହୁ ଗୁଣିତ କରିବା ପାଇଁ ପ୍ରତିଶ୍ରୁତି ଦେବା ସହ ବାଲୁଗାଁର ସାମଗ୍ରିକ ଉନ୍ନତି କରିବା ପାଇଁ କହିଥିଲେ। ଏଥିପାଇଁ ଚ଼ିଲିକାକୁ କେନ୍ଦ୍ର ସହିତ ସିଧାସଳଖ ଯୋଡ଼ି ଡ଼ବଲ ଇଞ୍ଜିନର ପ୍ରଗତିଶୀଳ ସରକାର ଗଠନ କରିବା ପାଇଁ ଅଞ୍ଚଳବାସୀଙ୍କୁ ଆହ୍ବାନ ଦେଇଥିଲେ।

ଭାଜପା ବିଧାୟକ ପ୍ରାର୍ଥୀ‌ ଶ୍ରୀ ହରିଚ଼ନ୍ଦନ କହିଥିଲେ ଯେ, ଦାଦନ ସମସ୍ୟାର ମୂଳୋତ୍ପାଟନ କରି ପ୍ରତି କ୍ଷେତକୁ ପାଣି, ପ୍ରତି ହାତକୁ କାମର ସଂକଳ୍ପ ନେଇ ଏକ ସଶକ୍ତ, ସମୃଦ୍ଧ, ବିକଶିତ ଚ଼ିଲିକା ଗଠନ କରିବା ପାଇଁ ପ୍ରତିଶ୍ରୁତି ଦେବା ସହ ମତ୍ସ୍ୟଜୀବୀଙ୍କ ମାନଙ୍କ ବିକାଶ ପାଇଁ ମତ୍ସ୍ୟ ପ୍ରକିୟାକରଣ ଶିଳ୍ପ ପ୍ରତିଷ୍ଠା ଓ ପର୍ଯ୍ୟଟନର କ୍ଷେତ୍ରର ବିକାଶ କରିବା ପାଇଁ କହିବା ସହ ବାଲୁଗାଁକୁ ଏକ ନୂତନ ବିକାଶର ଦିଗ ଦେଇ ସମସ୍ତେ ଯେପରି ନିଜ ଘର‌ ପାଖେ ରହି ରୋଜଗାରକ୍ଷମ ହୋଇପାରିବେ,ତାହା ପାଇଁ ମୁଁ ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ।

ଏହି ରାଲିରେ ଚ଼ିଲିକା ଭାଜପା ପ୍ରଭାରୀ ବିକାଶ ପଟ୍ଟନାୟକ, ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ଚ଼ିଲିକା ବ୍ଲକ ଉପାଧ୍ୟକ୍ଷ ଅରୁଣ ପଟ୍ଟନାୟକ, ବଡ଼କୂଳ ମଣ୍ଡଳ ଭାଜପା ସଭାପତି ଦିଲ୍ଲିପ ମହାନ୍ତି, ବାଲୁଗାଁ ନଗର ମଣ୍ଡଳ ଭାଜପା ସଭାପତି ନିରଞ୍ଜନ ସେଠୀ, ବିଜେପି ନେତ୍ରୀ ସ୍ବପ୍ନା ବଡ଼ଜେନା, ସଂଗଠକ ରଞ୍ଜିତ କୁମାର ବଡ଼ଜେନା, କାଉନସିଲର ବିପ୍ଲବ ରବିଶଙ୍କର ସାହୁ, ପ୍ରଶାନ୍ତ ବେହେରା‌, ମିନତୀ ବେହେରା, ବାଲୁଗାଁ ନଗର ମଣ୍ଡଳ ପ୍ରଭାରୀ ଦୁଃଶାସନ ଜେନା ବିଜେପି ନେତା ମହାଦେବ ପଲାଇ, ଅର୍ଜୁନ ସାହୁ, ଲକ୍ଷ୍ମଣ ସାହୁ, ରାମଚ଼ନ୍ଦ୍ର ପଲାଇ, ଅଜୟ ତରାଇ, ସୁର ବେହେରାଙ୍କ ସମେତ ସମସ୍ତ ବିଜେପି କାଉନସିଲର ଏବଂ ବରିଷ୍ଠ କାର୍ଯ୍ୟକର୍ତ୍ତା ମାନେ ଉପସ୍ଥିତ ଥିଲେ।

ଚିଲିକା ଡ଼ା ସମ୍ବିତ ପାତ୍ର ବିଧାୟକ ପ୍ରାର୍ଥୀ ସାଂସଦ ପ୍ରାର୍ଥୀ
Share. Facebook Twitter LinkedIn Email WhatsApp Copy Link

Related Posts

ପୃଥ୍ୱୀରାଜ ହରିଚନ୍ଦନଙ୍କ ଉପସ୍ଥିତିରେ ବିଜେପି ରେ ଯୋଗଦେଲେ ଅନେକ ବିଜେଡି କର୍ମକର୍ତ୍ତା

August 24, 2026

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

August 24, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026
Latest News

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ସାମିଲ ହେଲେ ୧୦ଜଣ ମନ୍ତ୍ରୀ,୯୫ ପ୍ରତିଶତ ସମାଧାନ

August 24, 2026

ଏମଏମଡିଆର ବିଲକୁ ପ୍ରତ୍ୟାହାର ଦାବିରେ ଇଣ୍ଡିଆମେଣ୍ଟ ତରଫରୁ ମଶାଲ ଯାତ୍ରା

August 24, 2026

ପାନୀୟ ଜଳ ଟାଙ୍କି ଓ ଫିଲ୍ଟରର ସ୍ୱଚ୍ଛତା ଓ ଜୀବାଣୁମୁକ୍ତି ପାଇଁ ଭାରତୀୟ ରେଳବାଇର ସ୍ୱତନ୍ତ୍ର ଅଭିଯାନ

August 24, 2026

ଏମ୍ସ ଭୁବନେଶ୍ବର ବର୍ଣ୍ଣସ୍ ଏବଂ ପ୍ଲାଷ୍ଟିକ୍ ସର୍ଜରୀ ବିଭାଗର ଏକ ଦଶନ୍ଧିର ସଫଳ ଯାତ୍ରା

August 24, 2026

ଆଇନ ମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା “ଓଡ଼ିଶା ସରକାରୀ ମିଳିତ କର୍ମଚାରୀ ମହାସଂଘ”

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.