
ଭୁବନେଶ୍ୱର: ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଚିଲିକା ବିଧାନସଭା ମଣ୍ଡଳୀର ୨୦୧୯ର ସ୍ୱାଧୀନ ବିଧାୟକ ପ୍ରାର୍ଥୀ ଶ୍ରୀ ଶଶାଙ୍କ ଶେଖର ମହାପାତ୍ର ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗ ଦେଇଛନ୍ତି।
ଶ୍ରୀ ମହାପାତ୍ର କହିଛନ୍ତି ଯେ, ଯଶ୍ୱସୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ନୀତି, ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେପିରେ ଯୋଗ ଦେଲି ।ରାଜ୍ୟ ମୁଖପାତ୍ର ତପନ ଚାନ୍ଦ, ରାଜ୍ୟ ଗଣମାଧ୍ୟମ ମୁଖ୍ୟ ସୁଜିତ୍ କୁମାର ଦାସ, ରାଜ୍ୟ ପ୍ରବକ୍ତା ହିତେଶ ମହାପାତ୍ର ଉତରୀୟ ପିନ୍ଧାଇ ନୂତନ କାର୍ଯ୍ୟକର୍ତାଙ୍କୁ ସ୍ୱାଗତ ଜଣାଇଥିଲେ।