Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରଣପୁର ବ୍ଲକରେ ପୁଣି ୩ ଜଣ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ମିଳିଲା ଫାଇନାଲ ପେନସନ
ଆଞ୍ଚଳିକ

ରଣପୁର ବ୍ଲକରେ ପୁଣି ୩ ଜଣ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ମିଳିଲା ଫାଇନାଲ ପେନସନ

June 2, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଜନ୍ମ ମୃତ୍ୟୁ ଯେପରି ମୁଦ୍ରାର ଦୁଇଟି ପାର୍ଶ୍ୱ, ଠିକ ସେହିପରି ଚାକିରୀରେ ଯୋଗ ଦେବା ଓ ବିଦାୟ ନେବା ମଧ୍ୟ ମୁଦ୍ରାର ଦୁଇଟି ପାର୍ଶ୍ୱ ସଦୃଶ। ଅର୍ଥାତ ଚାକିରୀରୁ କ୍ଷେତ୍ରରୁ ଦିନେ ସମସ୍ତଙ୍କୁ ଅବସରର ନେବାକୁ ପଡିଥାଏ। ଗତ ଅପ୍ରେଲ ମାସରେ ନୟାଗଡ ଜିଲ୍ଲା ରଣପୁର ବ୍ଲକର ୧୦ ଶିକ୍ଷକ ଶିକ୍ଷୟତ୍ରୀ ଅବସର ନେଇଥିଲା ବେଳେ ପୁଣି ମେ ମାସରେ ୩ ଜଣ ଅବସର ନେଇଛନ୍ତି। ଅପ୍ରେଲ ମାସରେ ଅବସର ନେଇଥିବା ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ଫାଇନାଲ ପେନସନ ପ୍ରଦାନ କରାଯାଇଥିଲା। ମେ ମାସ ୩୧ ତାରିଖରେ ବିଦାୟ ନେଇଥିବା ୩ ଜଣ ଶିକ୍ଷକଶିକ୍ଷୟତ୍ରୀଙ୍କୁ ପୁଣି ଫାଇନାଲ ଫାଇନାଲ ପେନସନ ପ୍ରଦାନ କରାଯାଇଛି।

ବେଣ୍ଟ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ରବୀନ୍ଦ୍ର କୁମାର ପଣ୍ଡା, ଏକତାଳ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟତ୍ରୀ ଜୟନ୍ତୀ ବେହେରା ଓ ଫତେପୁର ବେଗୁନିଆପାଟଣା ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟତ୍ରୀ ସ୍ବର୍ଣ୍ଣପ୍ରଭା ମହାପାତ୍ରଙ୍କୁ ରଣପୁର ବ୍ଲକ ଶିକ୍ଷା ଅଧିକାରିଣୀ ବନଲତା ବେହେରା ବିଦାୟ ସମ୍ବର୍ଦ୍ଧନା ସହ ଫାଇନାଲ ପେନସନ ପ୍ରଦାନ କରିଛନ୍ତି।

ଏହି ବିଦାୟ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମ ରଣପୁର ବ୍ଲକ ଶିକ୍ଷା ଅଧିକାରିଣୀ ବନଲତା ବେହେରାଙ୍କ ତତ୍ୱାବଧାନରେ ଆୟୋଜିତ ହୋଇଥିଲା। ଅନ୍ୟମାନଙ୍କ ମଧ୍ୟରେ ସହକାରୀ ବ୍ଲକ ଶିକ୍ଷା ଅଧିକାରିଣୀ ଶାନ୍ତିଲତା ଦେଇ, ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ରସାନନ୍ଦ ପ୍ରଧାନଙ୍କ ସମେତ ରାଜ୍ୟ ପ୍ରାଥମିକ ଶିକ୍ଷକ ସଙ୍ଘ ସଂଯୋଜକ ଜ୍ୟୋତି ରଂଜନ ଦାଶ, ରଣପୁର ବ୍ଲକ ସମନ୍ୱୟ ସମିତି ସଙ୍ଘ ସମ୍ପାଦକ ଜ୍ୟୋତି ରଞ୍ଜନ କର, ମିଡ଼ିଆ ସଂଯୋଜକ ସୁଶୀଲ କୁମାର ରଣା ପ୍ରମୁଖ ଉପସ୍ଥିତ ଥିଲେ। ଫାଇନାଲ ପେନସନ ପ୍ରଦାନ କରିବାରେ ଧନେଶ୍ୱର ପ୍ରଧାନ, ବିରେନ ଜେନା, କୃଷ୍ଣଚନ୍ଦ୍ର ରାଉତରାୟ, ଜତିନ କୁମାର ସାହୁ, ଗୁଣନିଧି ମିଶ୍ର, କୈଳାଶ ଚନ୍ଦ୍ର ମାଝୀ, ଦେବୀପ୍ରସାଦ ରାଉତରାୟଙ୍କ ସମେତ ସମସ୍ତ କର୍ମଚାରୀ ପୂର୍ଣ୍ଣ ସହଯୋଗ କରିଥିଲେ।

ବିଦାୟୀ ଶିକ୍ଷକ ଶିକ୍ଷୟତ୍ରୀମାନେ ଅବସର ଗ୍ରହଣ କରିବା ଦିନ ଫାଇନାଲ ପେନସନ କାଗଜପତ୍ର ପାଇ ଖୁସିରେ ବ୍ଲକ ଶିକ୍ଷା ଅଧିକାରିଣୀ ଓ ଜିଲ୍ଲା ଶିକ୍ଷା ଅଧିକାରିଣୀଙ୍କୁ ଭୁରି ଭୁରି ପ୍ରଂଶସା କରିଥିଲେ। ଅବସର ଦିନ ଫାଇନାଲ ପେନସନ ପ୍ରଦାନ କରିବାରେ ରଣପୁର ବ୍ଲକ ଶିକ୍ଷା ଅଧିକାରୀ ପ୍ରଥମ ବୋଲି ଶିକ୍ଷକ ଶିକ୍ଷୟିତ୍ରୀମାନେ କହିଥିଲେ।

ଫାଇନାଲ ପେନସନ ରଣପୁର ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ସାଧାରଣ ସଭା: ସମବାୟର ବିକାଶ ଓ ବ୍ୟବସାୟିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ

September 30, 2026

କର୍ତ୍ତବ୍ୟନିଷ୍ଠ ଶିକ୍ଷୟିତ୍ରୀ ବିନୋଦିନୀ କୁଣ୍ଡୁଙ୍କୁ ଭାବବିହ୍ୱଳ ବିଦାୟ

September 30, 2026

ପଥୁରିଆ ଅଙ୍ଗନୱାଡି କେନ୍ଦ୍ରରେ ୯ମ ରାଷ୍ଟ୍ରୀୟ ପୋଷଣ ମାସ–୨୦୨୬

September 30, 2026

ଗୁରୁଜୀ ମହେଶ୍ୱର ମଲ୍ଲଙ୍କ ପଞ୍ଚମ ଶ୍ରାଦ୍ଧବାର୍ଷିକୀ ପାଳିତ 

September 29, 2026
Latest News

୫୫୪୮ କୋଟି ମୂଲ୍ୟର କୃଷିଜାତ ସାମଗ୍ରୀ କ୍ରୟକୁ କେନ୍ଦ୍ର କୃଷିମନ୍ତ୍ରୀଙ୍କ ଅନୁମୋଦନ

October 1, 2026

‘ଗ୍ରୀନ୍ ଏନର୍ଜି କରିଡର୍’ ତୃତୀୟ ପର୍ଯ୍ୟାୟକୁ କ୍ୟାବିନେଟ୍ ମଞ୍ଜୁରି

October 1, 2026

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଧୂମଧାମରେ ପାଳିତ ହେବ ଶହୀଦ ବାଜି ରାଉତଙ୍କ ଜନ୍ମ ଶତବାର୍ଷିକୀ

October 1, 2026

ଆଜି ଅକ୍ଟୋବର ୧ ତାରିଖରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

October 1, 2026

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.