Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ମେଧାବୀ ଅଭିନନ୍ଦନ ଉତ୍ସବରେ ଯୋଗ ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
ଆଞ୍ଚଳିକ

ବାଣପୁର: ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ମେଧାବୀ ଅଭିନନ୍ଦନ ଉତ୍ସବରେ ଯୋଗ ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

June 24, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ରବିବାର ସନ୍ଧ୍ୟାରେ ବାଣପୁର ଭଗବତୀ ବିହାର ଠାରେ ଅବସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ସମ୍ମିଳନୀ କକ୍ଷରେ ଶିକ୍ଷା ବିକାଶ ସମିତି, ଓଡିଶା ତରଫରୁ ଛାତ୍ରଛାତ୍ରୀ ମାନଙ୍କୁ ମେଧାବୀ ଅଭିନନ୍ଦନ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଉକ୍ତ ଉତ୍ସବରେ ବିଦ୍ୟାମନ୍ଦିର ପରିଚାଳନା ସଭାପତି ରାଜକିଶୋର ଭୋପା ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କ ଆଇନ, ଅବକାରୀ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଯୋଗ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ସମ୍ପାଦକ ଆଇନଜୀବୀ ଶ୍ୟାମପ୍ରସାଦ ମିଶ୍ର, ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ ଏବଂ ବୈରାଗୀ ଚନ୍ଦ୍ର ବଳ ଯୋଗ ଦେଇଥିଲେ।

ବିଦ୍ୟାଳୟ ପ୍ରଧାନ ଆଚାର୍ଯ୍ୟ ଅବିନାଶ ପଟ୍ଟନାୟକ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସମ୍ପାଦକ ଶ୍ରୀଯୁକ୍ତ ମିଶ୍ର ମେଧାବୀ ଛାତ୍ରଛାତ୍ରୀ ମାନଙ୍କର ସଫଳତା ପାଇଁ ଅନୁଷ୍ଠାନର ଗୁରୁଜୀ ଗୁରୁମା ଏବଂ ଅଭିଭାବକ ମାନଙ୍କୁ ଶ୍ରେୟ ଦେଇଥିଲେ। ସମୁଦାୟ ୮୪ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୯୦ପ୍ରତିଶତରୁ ଅଧିକ ୬ଜଣ, ୮୦ପ୍ରତିଶତରୁ ଅଧିକ ୧୬ ଜଣ ଏଆବ୍ମ ସମସ୍ତ ଛାତ୍ରଛାତ୍ରୀ କୃତ୍ତକାର୍ଯ୍ୟ ହୋଇଥିବାରୁ ଆଗାମୀ ଦିନରେ ଦ୍ୱାଦଶ ଶ୍ରେଣୀ ଖୋଲିବାକୁ ମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ।

ମୁଖ୍ୟ ଅତିଥି ଶ୍ରୀଯୁକ୍ତ ହରିଚନ୍ଦନ ବିଦ୍ୟାଳୟର ଭଲ ଫଳାଫଳ କରିଥିବା ଛାତ୍ରଛାତ୍ରୀ ଏବଂ ଆଚାର୍ଯ୍ୟ ଓ ଆଚାର୍ଯ୍ୟାମାନଙ୍କୁ ଅଭିନନ୍ଦନ କରିବା ସହ କୃତି ଛାତ୍ରଛାତ୍ରୀ ମାନଙ୍କୁ ଅଭିନନ୍ଦନ ଓ ପୁରସ୍କାର ବିତରଣ କରିଥିଲେ। ଏ ଅନୁଷ୍ଠାନକୁ ଆଗକୁ ନେବାକୁ ସମ୍ପୂର୍ଣ୍ଣ ସହଯୋଗ କରିବାକୁ ପ୍ରତିଶୃତି ଦେବା ସହ ଅନୁଷ୍ଠାନର ଉତ୍ତୋରତ୍ତର ଉନ୍ନତି କାମନା କରିଥିଲେ।

ପୃଥ୍ୱୀରାଜ ହରିଚନ୍ଦନ ବାଣପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

February 2, 2026

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

January 31, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ

January 31, 2026
Latest News

ଆଜି ଫେବୃୟାରୀ ୪ ତାରିଖ ବୁଧବାରରେ ଛଅଟି ରାଶିର ଧନ ବୃଦ୍ଧି

February 4, 2026

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.