Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ରଥଯାତ୍ରା ପ୍ରସ୍ତୁତି ବୈଠକ ଶେଷ ମୁହୂର୍ତ୍ତରେ ବାତିଲ ନେଇ ବିଭିନ୍ନ ମହଲରେ ଅସନ୍ତୋଷ
ଆଞ୍ଚଳିକ

ବାଣପୁର ରଥଯାତ୍ରା ପ୍ରସ୍ତୁତି ବୈଠକ ଶେଷ ମୁହୂର୍ତ୍ତରେ ବାତିଲ ନେଇ ବିଭିନ୍ନ ମହଲରେ ଅସନ୍ତୋଷ

June 28, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଅଞ୍ଚଳରେ ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଅନୁଷ୍ଠିତ ହେବାକୁ ଯାଉଛି ପବିତ୍ର ରଥଯାତ୍ରା। ବାଣପୁର ସ୍ଥିତ ରଙ୍କନାଥ ଦେବ ଏବଂ ଚରଣ ଚକାଦେବଙ୍କ ପିଠରେ ଅନୁଷ୍ଠିତ ହେବ ରଥଯାତ୍ରା। ଏଥି ନିମନ୍ତେ ଆଜି ଏକ ପ୍ରସ୍ତୁତି ବୈଠକ ବାଣପୁର ଏନଏସି ପ୍ରଶାସନ ପକ୍ଷରୁ ଅନୁଷ୍ଠିତ ହେବାକୁ ଥିବା ବେଳେ ଶେଷ ମୁହୂର୍ତ୍ତରେ ତାହା ବାତିଲ ହୋଇଥିବା ଜଣାପଡିଛି।

ବାଣପୁର ଏନଏସି କାର୍ଯ୍ୟାଳୟ ପତ୍ର ସଂଖ୍ୟା ୧୨୯୩/୨୭.୦୬.୨୪ ରେ ଆଜି ରଥଯାତ୍ରା ପାଇଁ ପ୍ରଥମ ସମନ୍ୱୟ ବୈଠକ ଦିବା ୧୧.୩୦ ଘଟିକାରେ ଏନଏସି କାର୍ଯ୍ୟାଳୟ ସଭାଗୃହରେ ଅନୁଷ୍ଠିତ ହେବ ବୋଲି ଏନଏସି କାର୍ଯ୍ୟନିର୍ବାହୀ ଅଧିକାରିଣୀ କାଦମ୍ବିନୀ ଜେନାଙ୍କ ଜରିଆରେ ବିଭିନ୍ନ ପ୍ରଶାସନିକ ଅଧିକାରୀ, ବ୍ୟବସାୟୀ ସଂଘ, ଗଣମାଧ୍ୟମ ପ୍ରତିନିଧି ଏବଂ ଉଭୟ ମନ୍ଦିର କମିଟି ସଭାପତିଙ୍କୁ ନିମନ୍ତ୍ରଣ କରାଯାଇଥିଲା। ଏହାର ଏକ ନକଲ ଏନଏସି ଅଧ୍ୟକ୍ଷ, ଉପାଧ୍ୟକ୍ଷ, ସମସ୍ତ କାଉନସିଲର ଏବଂ ଖୋର୍ଦ୍ଧା ଉପଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଥିଲା।

ତେବେ ଶେଷ ମୁହୂର୍ତ୍ତରେ ଉକ୍ତ ବୈଠକ ବାତିଲ ହୋଇଥିବା ଦେଖିବାକୁ ମିଳିଛି। ପ୍ରଶାସନ ପକ୍ଷରୁ ଉକ୍ତ ବୈଠକରେ କେବଳ ଅଗ୍ନିଶମ ଅଧିକାରୀ ଯୋଗଦେବାକୁ ଆସିଥିବାବେଳେ ଅନ୍ୟ କେଉଁ ଅଧିକାରୀ ଯୋଗଦେଇନଥିଲେ।

ଅନୁରୂପଭାବେ ଏକାଧିକ ବ୍ୟବସାୟୀ ସଂଘର କର୍ମକର୍ତ୍ତା ଏବଂ ଉଭୟ ମନ୍ଦିର ପ୍ରଶାସନର କର୍ମକର୍ତ୍ତାମାନେ ମଧ୍ୟ ବୈଠକରେ ସାମିଲ ହେବା ପାଇଁ ଏନଏସି କାର୍ଯ୍ୟାଳୟକୁ ଆସିଥିଲେ।  ତେବେ ହଠାତ କାହିଁକି ବୈଠକକୁ ଶେଷ ମୁହୂର୍ତ୍ତରେ ସ୍ଥଗିତ ରଖାଗଲା, ତାହାର କୌଣସି କାରଣ ଜଣାପଡିନାହିଁ।

ସେପଟେ ବିଶେଷ ସୂତ୍ରରୁ ମିଳିଥିବା ସୂଚନା ମୁତାବକ ଉକ୍ତ ରଥଯାତ୍ରା ବୈଠକରେ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରିଣୀ ସ୍ଥାନୀୟ ଚିଲିକା ବିଧାୟକ ତଥା ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ନିମନ୍ତ୍ରଣ କରିନଥିଲେ। ଯାହାକୁ ନେଇ ବିଭିନ୍ନ ମହଲରେ କାର୍ଯ୍ୟନିର୍ବାହୀ ଅଧିକାରିଣୀଙ୍କ ଉକ୍ତ କାର୍ଯ୍ୟକୁ ଦୃଢ଼ ନିନ୍ଦା କରାଯାଇଛି ଏବଂ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ଦେଖାଯାଇଛି।

ଏ ନେଇ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରିଣୀ ଏବଂ ଖୋର୍ଦ୍ଧା ଉପ ଜିଲ୍ଲାପାଳଙ୍କୁ ଯୋଗାଯୋଗ କରାଯାଇଥିଲେ ସୁଦ୍ଧା ତାହା ସମ୍ଭବ ହୋଇପାରିନାହିଁ।

ବାଣପୁର ରଥଯାତ୍ରା ପ୍ରସ୍ତୁତି ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ପୋଖରୀରେ ବୁଡି ବରିଷ୍ଠ ନାଗରିକଙ୍କ ମୃତ୍ୟୁ

July 21, 2025

ନରସିଂହପୁର କ୍ଲଷ୍ଟରରେ ଅନୁଷ୍ଠିତ ହେଲା ପ୍ରଥମ ମାସିକ କ୍ଲଷ୍ଟର ବୈଠକ

July 19, 2025

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଦ୍ଵିତୀୟ ବନମହୋତ୍ସବ ପାଳିତ

July 18, 2025

ବାଣପୁର: ଦିବଂଗତ ଛାତ୍ରୀ ସୌମ୍ୟାଶ୍ରୀଙ୍କ ଅମର ଆତ୍ମାର ସଦଗତି ପାଇଁ ସାମୁହିକ ଦୀପ ଦାନ

July 17, 2025
Latest News

ବେଟିଂ ଆପ୍ସ ମାମଲା: ଇଡିରେ ହାଜର ହେବା ପାଇଁ ସମୟ ମାଗିଲେ ରାଣା ଦଗ୍ଗୁବତୀ

July 23, 2025

ପରିବର୍ତ୍ତିତ ଘଟଣାକ୍ରମରେ ମାଳଦ୍ୱୀପ ଏବଂ ଶ୍ରୀଲଙ୍କା ସହ ସମ୍ପର୍କକୁ ସୁଦୃଢ଼ ରଖିପାରିଛି ଭାରତ

July 23, 2025

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା, ଖୁବ୍ ଶୀଘ୍ର ଘୋଷଣା ହେବ ତାରିଖ

July 23, 2025

ଆଜି ମାଞ୍ଚେଷ୍ଟରରେ ବର୍ଷା ସମ୍ଭାବନା, ଗୁରୁତ୍ୱପୂର୍ଣ୍ଣ ହେବ ଟସ୍, ପଢ଼ନ୍ତୁ ପିଚ୍ ରିପୋର୍ଟ

July 23, 2025

ବିଫଳ ହେଲା ପାକିସ୍ତାନର ଶାହିନ-୩ କ୍ଷେପଣାସ୍ତ୍ର!: ପରୀକ୍ଷଣ ସମୟରେ ନିଜ ଦେଶରେ ହେଲା ବିସ୍ଫୋରଣ

July 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.