Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ବନ ମହୋତ୍ସବ ପାଳିତ
ଆଞ୍ଚଳିକ

ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ବନ ମହୋତ୍ସବ ପାଳିତ

July 3, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ନୟାଗଡ ଜିଲ୍ଲା ରଣପୁର ବ୍ଲକ ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଆଜି ୭୫ତମ ବନ ମହୋତ୍ସବ ସପ୍ତାହ ପାଳନ ହୋଇ ଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ରଣପୁର ବ୍ଲକ ଅତିରିକ୍ତ ଶିକ୍ଷା ଅଧିକାରୀ ରସାନନ୍ଦ ପ୍ରଧାନ, ମୁଖ୍ୟ ବକ୍ତା ଭାବେ ଶିକ୍ଷାବିତ ଲକ୍ଷ୍ମୀଧର ସାହୁ, ସମ୍ମାନିତ ଅତିଥି ଭାବେ ଫରେଷ୍ଟର ଅବିନାଶ ଖୁଣ୍ଟିଆ, ଫରେଷ୍ଟ ଗାର୍ଡ ରଞ୍ଜନା ପରିଡା,ସାଧନ କେନ୍ଦ୍ର କର୍ମୀ ସୁଧାକର ମିଶ୍ର, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅବକାଶ ସ୍ୱାଇଁ, ମୋ ସ୍କୁଲ କମିଟି ସଭାପତି ଗଣେଶ୍ୱର ପ୍ରଧାନ, ପରିଚାଳନା କମିଟି ସଦସ୍ୟ ଚନ୍ଦ୍ରକାନ୍ତ ମଙ୍ଗରାଜ, ରବୀନ୍ଦ୍ର କୁମାର ସଂଗ୍ରାମସିଂହ, ବନ ବିଭାଗ କର୍ମଚାରୀ ତପନ ପ୍ରଧାନ, ପଞ୍ଚାନନ ପ୍ରଧାନ, କୁମାର ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ।

ଏହି କାର୍ଯ୍ୟକ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶୀଲ କୁମାର ରଣାଙ୍କ ତତ୍ୱାବଧାନରେ ଆୟୋଜିତ ହୋଇଥିଲା।

ଏହି କାର୍ଯ୍ୟକ୍ରମ ପାଳନ ଅବସରରେ ପ୍ରଥମେ ଧୂପ ଦୀପ ପ୍ରଜ୍ବଳନ କରି ଗଛକୁ ପୂଜା କରାଯାଇ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା। ଏହି ଅବସରରେ ଆମ୍ବ, ପଣସ, ଝାଉଁ, ପେସ୍ତା ବାଦାମ ଗଛ ଲଗାଯାଇଥିଲା। ଏହା ପରେ ଏକ ସଭାକାର୍ଯ୍ୟ କରାଯାଇଥିଲା। ପ୍ରଭୁ ଗଜାନନଙ୍କୁ ପୁଷ୍ପ ଓ ଧୂପ ପ୍ରଦାନ ପୂର୍ବକ ସଭାକାର୍ଯ୍ୟ ଆରମ୍ଭ କରାଯାଇଥିଲା। ଏହାପରେ ପୁଷ୍ପ, ଚନ୍ଦନ ଦିଆ ଯାଇ ନୃତ୍ୟ ମାଧ୍ୟମରେ ଅତିଥିମାନଙ୍କୁ ସ୍ୱାଗତ କରାଯାଇଥିଲା। ପିଲାମାନଙ୍କୁ ଗଛର ଆବଶ୍ୟକତା ଓ ଉପକାରିତା ସମ୍ବନ୍ଧରେ ଉପସ୍ଥିତ ଅତିଥିମାନେ ବୁଝାଇଥିଲେ।

ବିଦ୍ୟାଳୟର ସହକାରୀ ଶିକ୍ଷୟତ୍ରୀ ପଦ୍ମାବତୀ ବେହେରା, ସହକାରୀ ଶିକ୍ଷକ ଦିଲ୍ଲୀପ କୁମାର ସାହୁ, ଅଙ୍ଗନବାଡି କର୍ମୀ ପୁଷ୍ପମଞ୍ଜରୀ ଦେଇଙ୍କ ସହଯୋଗରେ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା। ଗ୍ରାମବାସୀଙ୍କ ସମେତ ବିଦ୍ୟାଳୟର ପାଚିକା ଅହଲ୍ୟା ଦେଇ, ଟୁନି ସାହୁ, କୁନି ଖଟେଇ, ଯଦୁମଣି ବିଶ୍ୱାଳ ବୃକ୍ଷରୋପଣରେ ସହଯୋଗ କରିଥିଲେ।

ଜ୍ରକୋଟ ପ୍ରାଥମିକ ବିଦ୍ୟାଳୟ ବନ ମହୋତ୍ସବ ରଣପୁର ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ଏନଏସି ଇଓଙ୍କୁ ୫ ଲକ୍ଷର କ୍ଷତିପୂରଣ ନୋଟିସ ପଠାଇଲେ ଆଇନଜୀବୀ

August 18, 2025

ଗୋଦାବରୀଶ ମହାବିଦ୍ୟାଳୟରେ ପ୍ରତିଘରେ ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ

August 15, 2025

ଚିଲିକା ଅଞ୍ଚଳରୁ ୨୨୭ ଲିଟର ଦେଶୀମଦ ଜବତ,୩ ଗିରଫ

August 14, 2025

ଅର୍ଜୁନ ସ୍ନାତକ ମହାବିଦ୍ୟାଳୟରେ ଗଙ୍ଗାଧର ମେହେର ଜୟନ୍ତୀ ଓ ପୁସ୍ତକ ପାଠକାର୍ପଣ ଉତ୍ସବ

August 13, 2025
Latest News

ନମାଜ ପାଠ ବେଳେ ଆଖିବୁଜା ଗୁଳି ଚାଳନା: ୨୭ ମୃତ, ଅନେକ ଆହତ

August 20, 2025

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଆକ୍ରମଣ ଉଦ୍ୟମ, ପୋଲିସ ହେପାଜତରେ ଅଭିଯୁକ୍ତ

August 20, 2025

ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା ଆବେଦନ ଜାରି: ଶେଷ ତାରିଖ ସେପ୍ଟେମ୍ବର ୧

August 20, 2025

କପା ଉପରେ ଆମଦାନୀ ଶୁଳ୍କ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଛାଡ କଲେ ସରକାର

August 20, 2025

ଆଦି କର୍ମଯୋଗୀ ଅଭିଯାନ : ଉତ୍ତରଦାୟୀ ଶାସନ ବ୍ୟବସ୍ଥା

August 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.