Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ବନ ମହୋତ୍ସବ ସପ୍ତାହ ପାଳନ
ଆଞ୍ଚଳିକ

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ବନ ମହୋତ୍ସବ ସପ୍ତାହ ପାଳନ

July 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ସ୍ଥାନୀୟ ଟିକିରାଇ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ଉକ୍ତ କାର୍ଯ୍ୟକ୍ରମ ତାଲୁକ ଆଇନ ସେବା ସମିତି ଅଧ୍ୟକ୍ଷ ତଥା ବାଣପୁର ଅଦାଲତର ବରିଷ୍ଠ ଦେୱାନୀ ବିଚାରପତି ଅମରେଶ ମହାପାତ୍ରଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି।

ଏହି ଅବସରରେ ବାଣପୁର ଜେଏମଏଫସି ସ୍ନାତକୀ ଦାସ ମଧ୍ୟ ଉକ୍ତ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ବିଭିନ୍ନ ପ୍ରକାରର ଔଷଧୀୟ ତଥା ଉପକାରୀ ଚାରା ଗୁଡିକ ବିଦ୍ୟାଳୟ ପରିସରରେ ରୋପଣ କରାଯାଇଥିଲା। ପରିଶେଷରେ ଚାରାଗୁଡିକୁ ପୂଜନ ମଧ୍ୟ କରାଯାଇଥିଲା।

ବିଦ୍ୟାଳୟର ଶିକ୍ଷକ, କୁନି ଛାତ୍ର ଛାତ୍ରୀ, କୋର୍ଟ କର୍ମଚାରୀ ଏବଂ ଓକିଲମାନେ ଏହି କାର୍ଯ୍ୟକ୍ରମରେ ଭାଗ ନେଇଥିଲେ। ସମ୍ପ୍ରତି ପରିସ୍ଥିତିରେ ବୃକ୍ଷରୋପଣ ଅପରିହାର୍ଯ୍ୟ ହୋଇପଡିଥିବା ବରିଷ୍ଠ ଦେୱାନୀ ବିଚାରପତି ଶ୍ରୀ ମହାପାତ୍ର ତାଙ୍କ ବକ୍ତବ୍ୟରେ କହିଥିଲେ।  ଦିନକୁଦିନ ପରିବେଶ ଭାରସାମ୍ୟ ସନ୍ତୁଳନ ହରାଉଥିବା ବେଳେ ତାପମାତ୍ରାରେ ପରିବର୍ତ୍ତନ ଘଟୁଛି। ତେଣୁ ଏହାର ଏକମାତ୍ର ବିକଳ୍ପ ହେଉଛି ବୃକ୍ଷରୋପଣ ଏବଂ ଆମ ଭବିଷ୍ୟତ ପିଢ଼ି ମଧ୍ୟ ବୃକ୍ଷରୋପଣ ପ୍ରତି ଯତ୍ନବାନ ହେବା ଦରକାର ବୋଲି କହିଥିଲେ ବିଚାରପତି ଶ୍ରୀ ମହାପାତ୍ର।

ଏହି ଅବସରରେ ବାଣପୁର ଓକିଲ ସଂଘର ବରିଷ୍ଠ ଆଇନଜୀବୀ ସନ୍ଦୀପ କୁମାର ମହାପାତ୍ର, ପୂର୍ବତନ ସମ୍ପାଦକ ଜଗନ୍ନାଥ ଭୋଳ, ମନୋଜ ମହାପାତ୍ର, କାର୍ଯ୍ୟକାରୀ ସଭ୍ୟ ସନ୍ତୋଷ ମହାପାତ୍ର, ଫ୍ରଣ୍ଟ ଅଫିସ ରିଟେନର ପ୍ରଦୀପ୍ତ ପ୍ରଧାନ ଆଦି ଉପସ୍ଥିତ ଥିଲେ।

ବନ ମହୋତ୍ସବ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ପାଇକ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ୧୧୫ତମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି

January 14, 2026

ବାଲୁଗାଁ: ଜାତୀୟ ଯୁବ ଦିବସ ଅବସରରେ ସ୍ବାମୀ ବିବେକାନନ୍ଦଙ୍କ ଚିନ୍ତନ ଓ ଦର୍ଶନ ସମ୍ପର୍କରେ ଆଲୋଚନା ଚକ୍ର

January 13, 2026

ଗୋଦାବରୀଶ ମହାବିଦ୍ୟାଳୟରେ ଜାତୀୟ ଯୁବ ଦିବସ କାର୍ଯ୍ୟକ୍ରମ ଆୟୋଜିତ

January 12, 2026

ଭେଟିନାଥଦେବ ପିଏମ୍. ଶ୍ରୀ ବିଦ୍ୟାଳୟରେ ପିଏମ୍.ଶ୍ରୀ ଉତ୍ସବ ତଥା ବାର୍ଷିକ ଉତ୍ସବ ସମାରୋହ

January 12, 2026
Latest News

ଅନ୍ତର୍ଜାତୀୟ ଗୁଡ଼ି ମହୋତ୍ସବ-୨୦୨୬କୁ ସମ୍ବୋଧିତ କଲେ ଅମିତ ଶାହ

January 16, 2026

ସିବିସି ଏବଂ ପିଆଇବି ଭୁବନେଶ୍ବର ପକ୍ଷରୁ ସ୍ୱଚ୍ଛତା ପଖୱାଡା ପାଳିତ

January 16, 2026

ଆଇଆଇଏମସି ଢେଙ୍କାନାଳ ପକ୍ଷରୁ ଦୁଇଟି ନୂଆ ସ୍ନାତକୋତ୍ତର ପାଠ୍ୟକ୍ରମ ଘୋଷଣା

January 16, 2026

ନୂତନ ବିହନ ଆଇନ ସଂକ୍ରାନ୍ତରେ ସୂଚନା ପ୍ରଦାନ କଲେ କେନ୍ଦ୍ର କୃଷିମନ୍ତ୍ରୀ

January 16, 2026

ଏବେ ବ୍ୟାଟସମ୍ୟାନ କରିବେ ନାହିଁ ଫିଲ୍ଡିଂ!: ବଦଳିଯିବ ଲିଗ୍ କ୍ରିକେଟର ଦୃଶ୍ୟପଟ

January 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.