Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ବନ ମହୋତ୍ସବ ସପ୍ତାହ ପାଳନ
ଆଞ୍ଚଳିକ

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ବନ ମହୋତ୍ସବ ସପ୍ତାହ ପାଳନ

July 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ସ୍ଥାନୀୟ ଟିକିରାଇ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ଉକ୍ତ କାର୍ଯ୍ୟକ୍ରମ ତାଲୁକ ଆଇନ ସେବା ସମିତି ଅଧ୍ୟକ୍ଷ ତଥା ବାଣପୁର ଅଦାଲତର ବରିଷ୍ଠ ଦେୱାନୀ ବିଚାରପତି ଅମରେଶ ମହାପାତ୍ରଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି।

ଏହି ଅବସରରେ ବାଣପୁର ଜେଏମଏଫସି ସ୍ନାତକୀ ଦାସ ମଧ୍ୟ ଉକ୍ତ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ବିଭିନ୍ନ ପ୍ରକାରର ଔଷଧୀୟ ତଥା ଉପକାରୀ ଚାରା ଗୁଡିକ ବିଦ୍ୟାଳୟ ପରିସରରେ ରୋପଣ କରାଯାଇଥିଲା। ପରିଶେଷରେ ଚାରାଗୁଡିକୁ ପୂଜନ ମଧ୍ୟ କରାଯାଇଥିଲା।

ବିଦ୍ୟାଳୟର ଶିକ୍ଷକ, କୁନି ଛାତ୍ର ଛାତ୍ରୀ, କୋର୍ଟ କର୍ମଚାରୀ ଏବଂ ଓକିଲମାନେ ଏହି କାର୍ଯ୍ୟକ୍ରମରେ ଭାଗ ନେଇଥିଲେ। ସମ୍ପ୍ରତି ପରିସ୍ଥିତିରେ ବୃକ୍ଷରୋପଣ ଅପରିହାର୍ଯ୍ୟ ହୋଇପଡିଥିବା ବରିଷ୍ଠ ଦେୱାନୀ ବିଚାରପତି ଶ୍ରୀ ମହାପାତ୍ର ତାଙ୍କ ବକ୍ତବ୍ୟରେ କହିଥିଲେ।  ଦିନକୁଦିନ ପରିବେଶ ଭାରସାମ୍ୟ ସନ୍ତୁଳନ ହରାଉଥିବା ବେଳେ ତାପମାତ୍ରାରେ ପରିବର୍ତ୍ତନ ଘଟୁଛି। ତେଣୁ ଏହାର ଏକମାତ୍ର ବିକଳ୍ପ ହେଉଛି ବୃକ୍ଷରୋପଣ ଏବଂ ଆମ ଭବିଷ୍ୟତ ପିଢ଼ି ମଧ୍ୟ ବୃକ୍ଷରୋପଣ ପ୍ରତି ଯତ୍ନବାନ ହେବା ଦରକାର ବୋଲି କହିଥିଲେ ବିଚାରପତି ଶ୍ରୀ ମହାପାତ୍ର।

ଏହି ଅବସରରେ ବାଣପୁର ଓକିଲ ସଂଘର ବରିଷ୍ଠ ଆଇନଜୀବୀ ସନ୍ଦୀପ କୁମାର ମହାପାତ୍ର, ପୂର୍ବତନ ସମ୍ପାଦକ ଜଗନ୍ନାଥ ଭୋଳ, ମନୋଜ ମହାପାତ୍ର, କାର୍ଯ୍ୟକାରୀ ସଭ୍ୟ ସନ୍ତୋଷ ମହାପାତ୍ର, ଫ୍ରଣ୍ଟ ଅଫିସ ରିଟେନର ପ୍ରଦୀପ୍ତ ପ୍ରଧାନ ଆଦି ଉପସ୍ଥିତ ଥିଲେ।

ବନ ମହୋତ୍ସବ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ପଖାଳ ଦିବସରେ ବାଣପୁରରେ ପ୍ରଚଳିତ ମା’ଭଗବତୀଙ୍କ ଅତିପ୍ରିୟ ପଖାଳ ଭୋଗ ଲୋକକଥା

March 20, 2026

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026
Latest News

ପଶ୍ଚିମ ଏସିଆର ଗୁରୁତ୍ୱପୂର୍ଣ୍ଣ ଘଟଣାକ୍ରମ ସମ୍ପର୍କରେ କେନ୍ଦ୍ର ସରକାର ନେଲେ ଏହି ସବୁ ପଦକ୍ଷେପ: ଜାଣନ୍ତୁ

March 22, 2026

ସଂସଦୀୟ କ୍ଷେତ୍ରର ବିକାଶ କାର୍ଯ୍ୟର ସମୀକ୍ଷା କଲେ ଭୁବନେଶ୍ବର ସାଂସଦ ଅପରାଜିତା

March 22, 2026

ଖୁବଶୀଘ୍ର ସ୍ଥାପନ ହେବ ଚିନି କଳ: ନୟାଗଡ଼ରେ ପହଞ୍ଚିଲା କେନ୍ଦ୍ରୀୟ ଟିମ୍

March 22, 2026

ଆଜି ମାର୍ଚ୍ଚ ୨୩ ତାରିଖ ରବିବାରରେ ଏହି ରାଶିଗୁଡିକ ମଧ୍ୟାହ୍ନରେ ପାଇବେ ଖୁସି ଖବର

March 22, 2026

ମନୁଷ୍ୟକୃତ ଜଙ୍ଗଲ ନିଆଁ କ୍ଷେତ୍ରରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

March 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.