ବାଣପୁରରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣୀ ଶିବିର: ବିଚାରକୁ ଆସିଲା ୬୩୨ ଟି ଦରଖାସ୍ତ

Published: Jul 9, 2024, 6:53 pm IST

ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ସାଫଲ୍ୟ ମଣ୍ଡିତ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଜିଲ୍ଲା ପରିଷଦ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡଃ ବାଦଲ ମହାନ୍ତି, ଉପଜିଲ୍ଲାପାଳ ଦିପ୍ତୀରଞ୍ଜନ ସେଠି,ବିଡ଼ିଓ ଶୀତଲ ଅଗ୍ରୱାଲ, ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ତହସିଲଦାର ଟି. ପଦ୍ମନାଭ ଦୋରା, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗୋପୀନାଥ ମହାରଣା, ବାଲୁଗାଁ ଏସଡ଼ିପିଓ ଶୁଭ୍ରାଂଶୁ ଶେଖର ମିଶ୍ର, ସିଡ଼ିଏମଓ ଡା ରାଜ୍ୟଶ୍ରୀ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।

ବାଣପୁର ବ୍ଲକ ଅନ୍ତର୍ଗତ ମୋଟ ୧୭ ଟି ପଞ୍ଚାୟତ ଓ ଏନଏସିର ବିଭିନ୍ନ ସ୍ଥାନରୁ ସମୁଦାୟ ୬୩୨ ଟି ଦରଖାସ୍ତ ବିଚାର ପାଇଁ ଆସିଥିବା ବେଳେ ତନ୍ମଧ୍ୟରୁ ୬୧୪ ଟି ବ୍ୟକ୍ତିଗତ ଓ ୯ ଗୋଟି ସାମୁହିକ ଦରଖାସ୍ତ ଥିଲା। ତତ୍କାଳ ୮ ଗୋଟି ଆବେଦନର ସମାଧାନ ହୋଇଥିଲା। ଜଣେ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୦ ହଜାର ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଥିଲା।

ଏହି ଅବସରରେ ବାଣପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀ, ଯନ୍ତ୍ରୀ, ସ୍ଵାସ୍ଥ୍ୟ ବିଭାଗ ଅଧିକାରୀ, ସିଡିପିଓ, ବିଭିନ୍ନ ପଦସ୍ଥ ଅଧିକାରୀ, ୧୭ଟି ପଞ୍ଚାୟତର ଜନ ପ୍ରତିନିଧିମାନେ ଉପସ୍ଥିତ ରହି ସମସ୍ୟା ସମାଧାନ ଦିଗରେ ସହଯୋଗ କରିଥିଲେ।

Related posts