ଟାଙ୍ଗୀ ବ୍ଲକରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ

Published: Jul 15, 2024, 7:58 pm IST

ଖୋର୍ଦ୍ଧା: ଟାଙ୍ଗୀ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜିର ପ୍ରତ୍ୟେକ୍ଷ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜି ମୋଟ ୨୭୧ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୨୬୧ ଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି ୦୫ ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା। ଉକ୍ତ ଅଭିଯୋଗ ମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ ୨ ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା ଜଣଙ୍କୁ ୧୦,୦୦୦/ଟଙ୍କା ଲେଖାଏଁ ‌ ୩ ଜଣ ହିତାଧିକାରୀଙ୍କୁ ୩୦,୦୦୦/- ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି।

ଆଜିର ମିଳିତ ଜନଶୁଣାଣି ଅବସରରେ ଜିଲ୍ଲାପାଳ ଚଞ୍ଚଳ ରାଣା ଅଧ୍ୟକ୍ଷତା କରିଥିବାବେଳେ/ ଆରକ୍ଷୀ ଅଧିକ୍ଷକ, ଅବିନାଶ କୁମାର/ଅତିରିକ୍ତ ଜିଲ୍ଲାପାଳ( ପ୍ରଶାସନ ) ପ୍ରତାପ ଚନ୍ଦ୍ର ବେଉରା/ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ଃ ବାଦଲମହାନ୍ତି/ଉପ-ଜିଲ୍ଲାପାଳ, ଖୋର୍ଦ୍ଧା ଦୀପ୍ତି ରଞ୍ଜନସେଠୀ / ସି ଡ଼ି ଏମ୍ଓ, ଡଃ ରାଜଲକ୍ଷ୍ମୀ ପଟ୍ଟନାୟକ/ ଡେପୁଟି କଲେକ୍ଟର ଦେବଦତ୍ତ କର/ ବିଡିଓ, ଟାଙ୍ଗୀ ଓ ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ‌ ତରାଇ ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Related posts