Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆଦର୍ଶ ପ୍ରଧାନ ଶିକ୍ଷକ ବିଦାୟ ସମ୍ବର୍ଦ୍ଧନା ସଭା
ଆଞ୍ଚଳିକ

ଆଦର୍ଶ ପ୍ରଧାନ ଶିକ୍ଷକ ବିଦାୟ ସମ୍ବର୍ଦ୍ଧନା ସଭା

August 1, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରଣପୁର: ନୟାଗଡ ଜିଲ୍ଲା ରଣପୁର ବ୍ଲକ ନରସିଂହପୁର କ୍ଲଷ୍ଟର ଅଧିନସ୍ଥ ନରସିଂହପୁର ମଧ୍ୟ ଇଁରାଜୀ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଶୋକ କୁମାର ଦାଶଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ରଣପୁର ବ୍ଲକ ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ରସାନନ୍ଦ ପ୍ରଧାନ, ମୁଖ୍ୟ ବକ୍ତା ଭାବେ ଓଡଗାଁ ବ୍ଲକ ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ରବୀନ୍ଦ୍ର କୁମାର ନାୟକ, ସମ୍ମାନିତ ଅତିଥି ଭାବେ ସି.ସି.ଆର.ସି. ସୁଶୀଲ କୁମାର ରଣା, ଓଡିଶାର ପରିଚିତ ଶିକ୍ଷାବିତ ଗଦାଧର ବେହୁରା, ବରିଷ୍ଠ ଶିକ୍ଷକ ତଥା ରାମଚନ୍ଦ୍ରପୁର ମଧ୍ୟ ଇଁରାଜୀ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ନୀଳକଣ୍ଠ ରଥ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସୁନୀଲ କୁମାର ମହାନ୍ତି, ମୋ ସ୍କୁଲ ସଭାପତି ସୁଶୀଲ କୁମାର ମହାନ୍ତି, ନରସିଂହପୁର ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଗୋଦାବରୀ ନାୟକ, ପାମ୍ପଡା ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ନିରୁପମା ମହାନ୍ତି ପ୍ରମୁଖ ଯୋଗ ଦେଇଥିଲେ।

ସାମନ୍ତରାପୁର ପ୍ରାଥମିକ ବିଦ୍ୟାଳୟ ସଭାପତି ସୁକାନ୍ତ କୁମାର ବେହେରା ସଭାକାର୍ଯ୍ୟକୁ ପରିଚାଳନା କରିଥିଲେ। ଶିକ୍ଷକ ଅଜୟ କୁମାର ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ।  ଶିକ୍ଷୟତ୍ରୀ ସରୋଜିନୀ ମଙ୍ଗରାଜ ବିଦାୟୀ ସଙ୍ଗୀତ ଗାନ ସହ ସାଂସ୍କୃତିକ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଶିକ୍ଷକ ରମେଶ ଚନ୍ଦ୍ର ନାୟକ, ଶରତ କୁମାର ନାୟକ, ବିଜୟ କୁମାର ଚମ୍ପତ୍ତି, ସୁଷମା ପ୍ରଧାନ ଶାନ୍ତି ଶୃଙ୍ଖଳା ରକ୍ଷା କରିଥିଲେ।

ଅତିଥିମାନେ ବିଦାୟୀ ପ୍ରଧାନ ଶିକ୍ଷକ ଜଣେ କର୍ମନିଷ୍ଠ, ସମୟାନୁବର୍ତ୍ତିତା, ଛାତ୍ର ବତ୍ସଳ, ସ୍ନେହୀ, ପରୋପକାରୀ ଥିଲେ ବୋଲି ଅତିଥି ଓ ଉପସ୍ଥିତ ଶିକ୍ଷକ ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ, ଗ୍ରାମବାସୀମାନେ ମତ ପ୍ରକାଶ କରିଥିଲେ।

ବିଦାୟୀ ପ୍ରଧାନ ଶିକ୍ଷକ ଶ୍ରୀ ଦାଶ ଅଷ୍ଟମ ଶ୍ରେଣୀରେ ବାର୍ଷିକ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖିଥିବା ଛାତ୍ରଛାତ୍ରୀକୁ ୫ ଶହ ଟଙ୍କା ଅର୍ଥରାଶି ପ୍ରଦାନ କରିବେ ବୋଲି ଘୋଷଣା କରିଥିଲେ। ଏହା ସହ ଛାତ୍ରଛାତ୍ରୀଙ୍କ ଉନ୍ନତି ନିମନ୍ତେ ୧୦ ହଜାର ଟଙ୍କା ବିଦ୍ୟାଳୟକୁ ପ୍ରଦାନ କରିଛନ୍ତି।

ଏଥିରେ କ୍ଲଷ୍ଟରର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, ବ୍ଲକର ବହୁ ଶିକ୍ଷକଶିକ୍ଷୟତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, ପରିଚାଳନା କମିଟିର ସମସ୍ତ ସଦସ୍ୟସଦସ୍ୟା ଓ ଗ୍ରାମବାସୀ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

ଆଦର୍ଶ ପ୍ରଧାନ ଶିକ୍ଷକ ନୟାଗଡ଼ ଜିଲ୍ଲା ନରସିଂହପୁର କ୍ଲଷ୍ଟର ବିଦାୟ ସମ୍ବର୍ଦ୍ଧନା ସଭା ରଣପୁର ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026

୧୬ ଦାଦନ ଶ୍ରମିକ ଉଦ୍ଧାର

October 9, 2026
Latest News

ମିରଟରେ ନୀଳ ଡ୍ରମ୍ ହତ୍ୟାକାଣ୍ଡ ଘଟଣା: ସ୍ତ୍ରୀ ମୁସ୍କାନ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

October 14, 2026

ଶାନ୍ତିଶୃଙ୍ଖଳାର ସହ ମତଦାନ ପାଇଁ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ

October 14, 2026

ଓଡ଼ିଶାରେ ସୃଷ୍ଟି ହେବ ବ୍ୟାପକ ନିଯୁକ୍ତିର ନୂଆ ଦିଗନ୍ତ: ମୁଖ୍ୟମନ୍ତ୍ରୀ

October 14, 2026

ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଭୟଙ୍କର ଉତ୍ତେଜନା, ବିସିଜେଡି ଓ ଏବିଭିପି ଛାତ୍ରଗୋଷ୍ଠୀ ମୁହାଁମୁହିଁ

October 14, 2026

ନବୀନଙ୍କୁ ବିଜେପିର ପାଲଟା ଜବାବ: ଚବିଶ ବର୍ଷର ଶାସନରେ ଓଡ଼ିଶାର ଅର୍ଥନୀତି ତଳକୁ ଖସିଥିଲା

October 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.