Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସ୍ୱାଧୀନତା ଦିବସରେ ଉପଲକ୍ଷେ ମଣ୍ଡଳ ସ୍ତରୀୟ ପ୍ରତିଯୋଗିତା
ଆଞ୍ଚଳିକ

ସ୍ୱାଧୀନତା ଦିବସରେ ଉପଲକ୍ଷେ ମଣ୍ଡଳ ସ୍ତରୀୟ ପ୍ରତିଯୋଗିତା

August 7, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଆଉ ମାତ୍ର କିଛି ଦିନ ୭୮ତମ ସ୍ୱାଧୀନତା ଦିବସ ପାଳନ। ଏହାକୁ ଧୂମଧାମ ସହ ପାଳନ ନିମନ୍ତେ ରଣପୁର ଶିକ୍ଷା ବିଭାଗ ତରଫରୁ ତପ୍ତରତା ପ୍ରକାଶ ପାଇଛି। ଏ ନେଇ ବିଭିନ୍ନ ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଓଡ଼ିଆ ବକ୍ତୃତା, ଇଁରାଜୀ ବକ୍ତୃତା, ଓଡ଼ିଆ ପ୍ରବନ୍ଧ, ଇଁରାଜୀ ପ୍ରବନ୍ଧ, ଚିତ୍ରାଙ୍କନ, ଦେଶାତ୍ମକବୋଧ ସଙ୍ଗୀତ ଆଦି ବିଭିନ୍ନ ପ୍ରତିଯୋଗିତା କରାଯାଇଛି।

ବିଦ୍ୟାଳୟ ସ୍ତରୀୟ ପ୍ରତିଯୋଗିତା ପରେ ଆଜି ମଣ୍ଡଳ ସ୍ତରୀୟ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ରଣପୁର ବ୍ଲକ ନରସିଂହପୁର କ୍ଲଷ୍ଟର ସାଧନ କେନ୍ଦ୍ର ସଂଯୋଜକ ସୁଶୀଲ କୁମାର ରଣାଙ୍କ ତତ୍ୱାବଧାନରେ ଓ ନରସିଂହପୁର ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଗୋଦାବରୀ ନାୟକଙ୍କ ସହଯୋଗରେ ନରସିଂହପୁର କ୍ଲଷ୍ଟରରେ ମଣ୍ଡଳ ସ୍ତରୀୟ ପ୍ରତିଯୋଗିତା ଆୟୋଜିତ ହୋଇଥିଲା।

ଏହି କାର୍ଯ୍ୟକ୍ରମ ନରସିଂହପୁର ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ସରକାରୀ ଓ ବେସରକାରୀ ସମସ୍ତ ବିଦ୍ୟାଳୟ ଯୋଗ ଦେଇଥିଲେ। ମଣ୍ଡଳ ସ୍ତରରେ ବିଭିନ୍ନ ବିଭାଗରେ ପ୍ରଥମ ସ୍ଥାନ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ବ୍ଲକ ସ୍ତରୀୟ କାର୍ଯ୍ୟକ୍ରମରେ ଭାଗ ନେବା ପାଇଁ ଚୟନ କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ବରିଷ୍ଠ ଶିକ୍ଷକ ମାଗିରାମ ମିଶ୍ର ପରିଚାଳନା କରିଥିଲେ।

ଅବସର ପ୍ରାପ୍ତ ଶିକ୍ଷକ ଫକୀର ଚରଣ ନାୟକ, ପ୍ରଶାନ୍ତ କୁମାର ରଥ, ବରିଷ୍ଠ ଶିକ୍ଷକ ପୁଷ୍କର ପ୍ରଧାନ, ନୀଳାଦ୍ରି ସୁବୁଦ୍ଧି, ଶିକ୍ଷୟତ୍ରୀ ମଧୁଛନ୍ଦା ମହାନ୍ତି, ଲକ୍ଷ୍ମୀ ଦେଇ, ଭାଗବତ ଜେନା, କବିତା ଜେନା, ଅଜୟ କୁମାର ସାହୁ, ସୁଷମା ପ୍ରଧାନ, ବିଜୟ କୁମାର ଚମ୍ପତ୍ତି ପ୍ରମୁଖ ମୂଲ୍ୟାୟନରେ ସହଯୋଗ କରିଥିଲେ। ବିଦ୍ୟାଳୟ କର୍ମଚାରୀ ମାଧବ ଚନ୍ଦ୍ର ପ୍ରଧାନଙ୍କ ସମେତ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଓ ବିଦ୍ୟାଳୟ କର୍ମଚାରୀମାନେ ଏହି କାର୍ଯ୍ୟକ୍ରମରେ ସହଯୋଗୀ କରିଥିଲେ।

ସେହିପରି ଗୌରାଙ୍ଗପୁର କ୍ଲଷ୍ଟରରେ ସାଧନ କେନ୍ଦ୍ର ସଂଯୋଜକ ସୁଧାକର ମିଶ୍ରଙ୍କ ତତ୍ତ୍ୱବଧାନରେ ଯଦୁପୁର ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ କିଶୋର ଚନ୍ଦ୍ର ମିଶ୍ର ଓ ଜୟ ମା ମଙ୍ଗଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ବ୍ରଜ କିଶୋର ପ୍ରଧାନଙ୍କ ସହଯୋଗରେ ଏହି କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା। ଏଥିରେ ଅତିଥି ଭାବେ ଗ୍ରାମ ସଭାପତି ରଙ୍ଗନାଥ ପ୍ରଧାନ , ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରଙ୍ଗନାଥ ନାୟକ, ସୁକାନ୍ତ କୁମାର ରାୟସିଂହ, ନରସିଂହପୁର କ୍ଲଷ୍ଟର ସାଧନ କେନ୍ଦ୍ର ସଂଯୋଜକ ସୁଶୀଲ କୁମାର ରଣା, ବରିଷ୍ଠ ଶିକ୍ଷକ ପବିତ୍ର ପ୍ରଧାନ, ନୃସିଂହ ଚରଣ ଚୌଧୁରୀ ପ୍ରମୁଖ ଯୋଗ ଦେଇଥିଲେ। ଅଜୟ କୁମାର ପ୍ରଧାନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। କ୍ଲଷ୍ଟରର ସମସ୍ତ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ଓ ଯଦୁପୁର ଗ୍ରାମର ସମସ୍ତ ଗ୍ରାମବାସୀ ଏଥିରେ ସହଯୋଗ କରିଥିଲେ।

ସ୍ୱାଧୀନତା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026

କଟକ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ମୃତ, ସଂଖ୍ୟା ବଢିବା ଆଶଙ୍କା

March 16, 2026

ଆଫଗାନିସ୍ତାନ ଉପରେ ପାକିସ୍ତାନୀର ବିମାନ ଆକ୍ରମଣ: କଡ଼ା ନିନ୍ଦା କଲା ଭାରତ

March 16, 2026

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.