ଖୋଲିଲା ମା’ ଭଗବତୀଙ୍କ ହୁଣ୍ଡୀ: ଜାଣନ୍ତୁ କେତେ ସଂଗ୍ରହ ହେଲା ଦାନ ରାଶି?

Published: Aug 14, 2024, 10:51 pm IST

ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ମା’ଭଗବତୀଙ୍କ ଭିତର ହୁଣ୍ଡି ଖୋଲାଯାଇଛି। ମାତ୍ର ଛଅ ମାସର ବ୍ୟବଧାନ ପରେ ମା’ ଭଗବତୀଙ୍କ ଭିତର କାଠହୁଣ୍ଡି ଖୋଲା ଯାଇଛି। ମନ୍ଦିର ପରିଚାଳନା କମିଟିର ସଭାପତି ତହସିଲଦାର, ଟି. ପଦ୍ମନାଭ ଦୋରା, ସଭ୍ୟ ମଣ୍ଡଳ ଉନ୍ନୟନ ଅଧିକାରୀ ଶୀତଲ ଅଗ୍ରୱାଲ, ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ କାଦମ୍ବିନୀ ଜେନା, ସ୍ଥାନୀୟ ଥାନା ଅଧିକାରୀ, ଏଣ୍ଡାଓମେଣ୍ଟ କାର୍ଯ୍ୟନିର୍ବାହୀ ଅଧିକାରୀ ବାଳମୁକୁନ୍ଦ ଦାସଙ୍କ ସମେତ, ଅକ୍ଷୟ ମିଶ୍ର, ଅଶ୍ଵିନୀ ମିଶ୍ର, ସେବାୟତ ସଞ୍ଜୟ ମହାପାତ୍ର ପ୍ରମୁଖଙ୍କ ଉପସ୍ଥିତିରେ ହୁଣ୍ଡି ଖୋଲାଯାଇଥିଲା।

ସମୁଦାୟ ଟ ୧,୪୭,୪୨୪/_(ଏକ ଲକ୍ଷ ଶତଚାଳିଶି ହଜାର ଚାରିଶହ ଚବିଶ) ଟଙ୍କା ମାତ୍ର ସଂଗ୍ରହ କରାଯାଇ ସ୍ଥାନୀୟ ୟୁକୋବ୍ୟାଙ୍କରେ ଜମା ରଖାଯାଇଥିଲା। ଶ୍ରଦ୍ଧାଳୁମାନଙ୍କର ମଙ୍ଗଳ କାମନା କରି ଏହି ଦାନ ଅର୍ଥ ମା’ ଙ୍କ ନୀତିକାନ୍ତି ସେବାରେ ଲାଗିବ ବୋଲି ନିର୍ବାହୀ ଅଧିକାରୀଙ୍କଠାରୁ ପ୍ରକାଶ।

Related posts