Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଟାଙ୍ଗୀ: ସ୍ଵାଧୀନତା ଦିବସରେ ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କଲେ ୧୯୯୭ ବ୍ୟାଚର ବିଦ୍ୟାର୍ଥୀ
ଆଞ୍ଚଳିକ

ଟାଙ୍ଗୀ: ସ୍ଵାଧୀନତା ଦିବସରେ ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କଲେ ୧୯୯୭ ବ୍ୟାଚର ବିଦ୍ୟାର୍ଥୀ

August 15, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଟାଙ୍ଗୀ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକ ଅନ୍ତର୍ଗତ ବଳରାମଦେବ ବିଦ୍ୟାପୀଠରେ ସ୍ଵାଧୀନତା ଦିବସ ପ୍ୟାରେଡ ଉତ୍ସବ ଧୂମଧାମରେ ପାଳିତ ହୋଇଯାଇଛି। ଏହି ଅବସରରେ ଉକ୍ତ ବିଦ୍ୟାଳୟର ପୁରାତନ (୧୯୯୭ ବ୍ୟାଚ) ବିଦ୍ୟାର୍ଥୀମାନଙ୍କ ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଛି। ଉକ୍ତ ଉତ୍ସବରେ ୨୦୨୩-୨୪ ଶିକ୍ଷା ବର୍ଷରେ ଷଷ୍ଠ ଶ୍ରେଣୀରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶ୍ରେଣୀରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଛି।

ତେବେ ଷଷ୍ଠ ଶ୍ରେଣୀର ସ୍ଵୟମ ବେହେରା, ସପ୍ତମ ଶ୍ରେଣୀର ଜସ୍ମିନ ପ୍ରଧାନ, ଅଷ୍ଟମ ଶ୍ରେଣୀର ଅଂଶୁମାନ ବେହେରା, ନବମ ଶ୍ରେଣୀର ଶୁଭଲକ୍ଷ୍ମୀ ସାମନ୍ତରାୟ ଏବଂ ଦଶମ ଶ୍ରେଣୀରେ ୫୫୨ ନମ୍ବର ସହ ଏ-୧ ଗ୍ରେଡ ହାସଲ କରି ବିଦ୍ୟାଳୟର ଦ୍ଵିତୀୟ ସ୍ଥାନ ଅଧିକାର କରିଥିବା ଦେବାଶିଷ ବେହେରାଙ୍କୁ ଟ୍ରଫି ପ୍ରଦାନ କରାଯାଇଥିବା ବେଳେ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ ୫୬୩ ନମ୍ବର ସହ ଏ-୧ ଗ୍ରେଡ ହାସଲ କରି ସମଗ୍ର ଟାଙ୍ଗୀ ବ୍ଲକରେ ପ୍ରଥମ ସ୍ଥାନ ହାସଲ କରିଥିବା ସ୍ୱୟମ୍ ପ୍ରକାଶ ମହାପାତ୍ରଙ୍କୁ ଟ୍ରଫି ସହ ୭ ହଜାର ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯାଇଛି।

ଉଲ୍ଲେଖ ଯୋଗ୍ୟ ଯେ, ଉକ୍ତ ବିଦ୍ୟାଳୟର ୧୯୯୭ ବ୍ୟାଚର ପୁରାତନ ବିଦ୍ୟାର୍ଥୀମାନେ ନିଜ ବିଦ୍ୟାଳୟର ଉନ୍ନତି ଏବଂ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିବା ପାଇଁ ଏକ ଅଭିନବ ପ୍ରୟାସ ଜାରି ରଖିଛନ୍ତି। କେବଳ ପାଠ ପଢାରେ ନୁହେଁ ପିଲାମାନଙ୍କର ଅନ୍ୟ ପ୍ରତିଭା ଯଥା- ଖେଳ, ସଙ୍ଗୀତ, କଳା ଇତ୍ୟାଦି କ୍ଷେତ୍ରରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି କରିବା ଓ ଦକ୍ଷତା ଥିବା ପିଲାମାନଙ୍କୁ ସମ୍ମାନିତ କରିବା ପାଇଁ ସେମାନେ ଗତ କିଛିବର୍ଷ ହେବ ପ୍ରୟାସ ଜାରି ରଖିଛନ୍ତି। ତେଣୁ ସେମାନେ ବିଦ୍ୟାଳୟର ମେଧାବୀ ଏବଂ ଅନନ୍ୟ ପ୍ରତିଭା ପ୍ରଦର୍ଶନ କରୁଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରିଆସୁଛନ୍ତି।

ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ବିଶ୍ୱଜିତ୍ ପଲେଇ, ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ତଥା ୧୯୭୮ ବ୍ୟାଚର ପୁରାତନ ଛାତ୍ର ରମେଶ କୁମାର ବଳବନ୍ତରାୟ ଏବଂ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଗଣେଶ ବାରିକ ଓ ଅନ୍ୟମାନେ ଯୋଗ ଦେଇଥିଲେ।

୧୯୯୭ ବ୍ୟାଚର ପୁରାତନ ବିଦ୍ୟାର୍ଥୀମାନେ ପ୍ୟାରେଡ୍ ପରିଦର୍ଶନ କରିବା ସହିତ ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିବା ଉଦ୍ଦେଶ୍ୟରେ ପୁରସ୍କାର ବିତରଣ ଉତ୍ସବରେ ସହଯୋଗ କରିଥିଲେ।

indipendence day khordha ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକ ବଳରାମଦେବ ବିଦ୍ୟାପୀଠ ସ୍ଵାଧୀନତା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା: ପୁରୁଷୋତ୍ତମ ଧାମ ଯାତ୍ରା କଲେ ଖୋର୍ଦ୍ଧା ଜିଲ୍ଲାର ୨୨୨ ତୀର୍ଥ ଯାତ୍ରୀ

March 17, 2026
Latest News

ସଂସଦରେ ଉଠିଲା ପିତୃତ୍ୱ ଛୁଟି ପ୍ରସଙ୍ଗ: ଆଉ ଏକ ସାମାଜିକ ଅଧିକାର ଦାବି କଲେ ରାଘବ ଚଢା

March 31, 2026

ବାଲୁଗାଁ ମହାବିଦ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରକୃତି ଶିବିର

March 31, 2026

୩୦୦୦ ଟଙ୍କା ଭତ୍ତା, ମହିଳାଙ୍କ ପାଇଁ ଖାଦ୍ୟ ସୁରକ୍ଷା କାର୍ଡ: କେରଳରେ ବିଜେପି ର ଘୋଷଣାପତ୍ର

March 31, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ମା’ଙ୍କ ବିରୋଧରେ ଆପତ୍ତିଜନକ ଭାଷା ମାମଲା: ଗିରଫ ହେଲେ ମୌଲାନା

March 31, 2026

ସାବଧାନ!: ଏପ୍ରିଲ ୧ ରୁ ପରିବର୍ତ୍ତନ ହେବ UPI ପଦ୍ଧତି, ଜାଣିବା ଜରୁରୀ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.