Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କ୍ରାନ୍ତି, ବ୍ରହ୍ମପୁର ତରଫରୁ ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ “ମା’ ତୁଝେ ସଲାମ୍‌- ୨୦୨୪” ରେ ଆହ୍ୱାନ
ଆଞ୍ଚଳିକ

କ୍ରାନ୍ତି, ବ୍ରହ୍ମପୁର ତରଫରୁ ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ “ମା’ ତୁଝେ ସଲାମ୍‌- ୨୦୨୪” ରେ ଆହ୍ୱାନ

August 20, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ୭୮ତମ ସ୍ଵାଧୀନତା ଦିବସ ଅବସରରେ ସ୍ଥାନୀୟ ହିଲ୍‌ପାଟଣା ସ୍ଥିତ ବିଜୁ ପଟ୍ଟନାୟକ ସଂସ୍କୃତି ଭବନ ପରିସରରେ ରଙ୍ଗାରଙ୍ଗ ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ “ମା’ ତୁଝେ ସାଲାମ୍‌ – ୨୦୨୪” ରେ ଆହ୍ୱାନ ଦିଆଯାଇଛି। ସମସ୍ତ ଅତିଥି ପ୍ରଥମେ ପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମକୁ ଶୁଭ ଉଦଘାଟନ କରିଥିଲେ।

କ୍ରାନ୍ତି ଅନୁଷ୍ଠାନର କାର୍ଯ୍ୟ ନିର୍ବାହୀ ନିର୍ଦ୍ଦେଶକ ଡ଼ଃ ଦେବାନନ୍ଦ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥ ଭାବେ ବ୍ରହ୍ମପୁର ପୂର୍ବତନ ବିଧାୟକ ଡ଼ା ରମେଶଚନ୍ଦ୍ର ଚ୍ୟାଉପଟ୍ଟନାୟକ ଓ ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନସାମନ୍ତରାୟ, ବି ଏମ୍ ସି ମେୟର ସଂଘମିତ୍ରା ଦଳେଇ, ଆଇଏସ୍‌ରଡି ଡାଇରେକ୍ଟର ସୁଧୀର କୁମାର ସାବତ, ବ୍ରହ୍ମପୁର ଅର୍ବାନ ବ୍ୟାଙ୍କ ସଭାପତି ଆର. ମୁରଲୀ ମୋହନ, ବି ଏମ୍ ସି କର୍ପୋରେଟର ଆର. ପାୱନି, ଟି. ତିରୁପତି ପାତ୍ର ଓ ସମାଜସେବି ନିରଞ୍ଜନ ବେହେରା ପ୍ରମୁଖ ଅତିଥି ଭାବେ ଯୋଗଦେଇ ସ୍ଵାଧୀନତା ଦିବସର ମହତ୍ବ ଉପରେ ଆଲୋକ ପାତ କରିଥିଲେ।

ଆଜି ର ଏହି କାର୍ଯ୍ୟକ୍ରମରେ ବଳରାମ ଆନାଙ୍କ ବାନ୍ଦିଦେ ରାକ୍ଷୀର ଆଲବମ ଭିଡିଓ ଉଦଘାଟନ କରାଯାଇ ସମସ୍ତ କଳାକାର ମାନଙ୍କୁ ସମ୍ମାନିତ କରା ଯାଇଥିଲା। ଏହି ଭିଡିଓ ଦେଖି ଉପସ୍ଥିତ ଦର୍ଶକଙ୍କ ଆଖିରେ ଲୁହ ଦେଖିବାକୁ ମିଳିଥିଲା।

ଏତଦବ୍ୟତୀତ ଜିଲ୍ଲାର ୧୦ ଟି ସ୍କୁଲର ଛାତ୍ରଛାତ୍ରୀ ମାନେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେଇ ରଙ୍ଗାରଙ୍ଗ ଉତ୍ସବରେ ଅଭିନୟ କରି ଦର୍ଶକ ମାନଙ୍କର ମନମୁଗ୍ଧ କରିଥିଲେ।

ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ପ୍ରାୟ ୧୨୦୦ ଛାତ୍ରଛାତ୍ରୀଙ୍କୁ ମାନପତ୍ର ଦେଇ ଉତ୍ସାହିତ କରାଯାଇଥିଲା।

ଏହି ଆନୁଷ୍ଠାନିକ କାର୍ଯ୍ୟକ୍ରମ ରେ “କ୍ରାନ୍ତି ” ଅନୁଷ୍ଠାନ ର ସମସ୍ତ କର୍ମଚାରୀ ସହଯୋଗ କରିବା ସହ ଶେଷରେ ଅନୁଷ୍ଠାନ ପକ୍ଷରୁ ବିମଳା ଦାସ ଧନ୍ୟବାଦ ଅର୍ପଣ କରିଥିଲେ।

'କ୍ରାନ୍ତି' ଦେଶାତ୍ମବୋଧକ ବ୍ରହ୍ମପୁର ସାଂସ୍କୃତିକ କାର୍ଯ୍ୟକ୍ରମ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

January 31, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ

January 31, 2026

ଏମ.କେ.ସି.ଜି. ମେଡିକାଲ କଲେଜରେ ୧୦୦ଟି ସ୍ନାୟୁଶଲ୍ୟ ସଫଳ ଅସ୍ତ୍ରୋପଚାର

January 31, 2026
Latest News

Union Budget 2026: ଆସନ୍ତାକାଲି ସଂସଦରେ ବଜେଟ ଉପସ୍ଥାପନା କରିବେ ଅର୍ଥମନ୍ତ୍ରୀ

January 31, 2026

ଆରବ ବୈଦେଶିକ ମନ୍ତ୍ରୀଙ୍କ ପ୍ରତିନିଧି ଦଳକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

January 31, 2026

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମର୍ଥନରେ ଛାଡିଥିଲେ ପଦବୀ: ଏବେ ପ୍ରତ୍ୟାହାର କଲେ ଇସ୍ତଫା

January 31, 2026

ଡଃ ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ରଙ୍କ “ବୁଦ୍ଧ ସଂଘରେ ୪୦ ବର୍ଷ” ପୁସ୍ତକ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ

January 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.