Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ତୃତୀୟ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ
ଆଞ୍ଚଳିକ

ତୃତୀୟ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ

August 24, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଗଣ ଶିକ୍ଷା ବିଭାଗର ଚିଠି ୭୭୨୬ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟର ସମସ୍ତ ବିଦ୍ୟାଳୟଗୁଡିକରେ ଆଜି ତୃତୀୟ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇ ଯାଇଛି। ଏହି ପରିପ୍ରେକ୍ଷୀରେ ନୟାଗଡ ଜିଲ୍ଲା ରଣପୁର ବ୍ଲକ ନରସିଂହପୁର କ୍ଲଷ୍ଟରରେ ସି.ଆର.ସି.ସି. ସୁଶୀଲ କୁମାର ରଣାଙ୍କ ତତ୍ୱାବଧାନରେ ଓ ହଂସରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ନୀଳାଦ୍ରି ସୁବୁଦ୍ଧି, ହଂସରା ପ୍ରାଥମିକ ବିଦ୍ୟାଳୟ ଶିକ୍ଷୟତ୍ରୀ ଲକ୍ଷ୍ମୀ ଦେଇଙ୍କ ସହଯୋଗରେ ଏହି ବୈଠକ ସଫଳତାର ସହ ସମାପ୍ତ ହୋଇଛି।

ଏହି ବୈଠକରେ ବିଲଡିଂ ଆପ ବ୍ୟବହାର, ଜାତୀୟ ଉପଲବ୍ଧି ପରୀକ୍ଷଣ ପାଇଁ ପ୍ରସ୍ତୁତି, ପାଠ ଯୋଜନା, ଟ୍ରାକର, ସ୍ଲାସ, ବିଦ୍ୟାଳୟ ନିରାପତ୍ତା, ଯାଦୁଇ ପିଟାରା ବ୍ୟବହାର ଆଦି ବିଷୟରେ ଆଲୋଚନା କରାଯାଇଥିଲା। ଏହା ସହିତ ବିଦ୍ୟା ପ୍ରବେଶ, ଏକକ ଶିକ୍ଷାଦାନ ପଦ୍ଧତି, ବହୁ ଶ୍ରେଣୀୟ ଶିକ୍ଷାଦାନ ପଦ୍ଧତିର ସୋପାନ ବିଷୟରେ ଆଲୋଚନା କରାଯାଇଥିଲା। ଏହା ସହ ବରିଷ୍ଠ ଶିକ୍ଷକ ଅଜୟ କୁମାର ସାହୁ, ଭଗବତ ଜେନା, ଉର୍ମିଳା ଦେଇ ଶିକ୍ଷାଦାନ ପଦ୍ଧତିର ନମୁନା ଶ୍ରେଣୀ ନେଇ ଶିକ୍ଷାଦାନ କରିଥିଲେ।

ଏହି ବୈଠକର ଆଲୋଚନା ବିଷୟ ବସ୍ତୁଗୁଡିକ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ଦୈନଦିନ ବିଦ୍ୟାଳୟ ପରିଚାଳନା, ଶ୍ରେଣୀରେ ଶୈକ୍ଷିକ କାର୍ଯ୍ୟ ପରିଚାଳନା ସହ ଛାତ୍ରଛାତ୍ରୀମାନଙ୍କ ଅସୁବିଧାକୁ ଚିହ୍ନଟ କରି ତାର ସମାଧାନରେ ସାହାଯ୍ୟ କରିବ। ଏହି ବୈଠକରେ ରଣପୁର ବ୍ଲକ ଶିକ୍ଷା ଅଧିକାରିଣୀ ବନଲତା ବେହେରା ଉପସ୍ଥିତ ରହି ପର୍ଯ୍ୟବେକ୍ଷଣର୍ଲା କରିଥିଲେ।

ଏହି ବୈଠକରେ କ୍ଲଷ୍ଟରର ୧୦ଟି ବିଦ୍ୟାଳୟରୁ ୧୦ ଜଣ ପ୍ରଧାନ ଶିକ୍ଷକ ଶିକ୍ଷୟତ୍ରୀଙ୍କ ସହ ୯ ଜଣ ଶିକ୍ଷକ ଶିକ୍ଷୟତ୍ରୀ ଯୋଗ ଦେଇଥିଲେ। ଶିକ୍ଷକ ସୁକାନ୍ତ କୁମାର ବେହେରା, ପୂର୍ଣ୍ଣଚନ୍ଦ୍ର ପତି, ପାଞ୍ଚାଳୀ ଦେଇ, ଅବସରପ୍ରାପ୍ତ ଶିକ୍ଷକ ମହେନ୍ଦ୍ର ସୁବୁଦ୍ଧି ପ୍ରମୁଖ ବୈଠକ ପରିଚାଳନାରେ ସହଯୋଗ କରିଥିଲେ।

ସେହିପରି ଗୌରାଙ୍ଗପୁର, ରଣପୁର, ଗୋପାଳପୁର, ମଝିଆଖଣ୍ଡ, ଚାନ୍ଦପୁର, କେରେଣ୍ଡାଟାଙ୍ଗୀ, ସୁନାଖଳା, କାସନ୍ଦା, କୁଳାସର, ଡମସାହି ସମେତ ରଣପୁର ବ୍ଲକର ସମସ୍ତ କ୍ଲଷ୍ଟରରେ ଏହି ବୈଠକ ଅନୁଷ୍ଠିତ ହୋଇଯାଇଛି।

କ୍ଲଷ୍ଟର ସ୍ତରୀୟ ବୈଠକ ଗଣ ଶିକ୍ଷା ବିଭାଗ ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026
Latest News

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.