Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ତୃତୀୟ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ
ଆଞ୍ଚଳିକ

ତୃତୀୟ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ

August 24, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଗଣ ଶିକ୍ଷା ବିଭାଗର ଚିଠି ୭୭୨୬ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟର ସମସ୍ତ ବିଦ୍ୟାଳୟଗୁଡିକରେ ଆଜି ତୃତୀୟ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇ ଯାଇଛି। ଏହି ପରିପ୍ରେକ୍ଷୀରେ ନୟାଗଡ ଜିଲ୍ଲା ରଣପୁର ବ୍ଲକ ନରସିଂହପୁର କ୍ଲଷ୍ଟରରେ ସି.ଆର.ସି.ସି. ସୁଶୀଲ କୁମାର ରଣାଙ୍କ ତତ୍ୱାବଧାନରେ ଓ ହଂସରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ନୀଳାଦ୍ରି ସୁବୁଦ୍ଧି, ହଂସରା ପ୍ରାଥମିକ ବିଦ୍ୟାଳୟ ଶିକ୍ଷୟତ୍ରୀ ଲକ୍ଷ୍ମୀ ଦେଇଙ୍କ ସହଯୋଗରେ ଏହି ବୈଠକ ସଫଳତାର ସହ ସମାପ୍ତ ହୋଇଛି।

ଏହି ବୈଠକରେ ବିଲଡିଂ ଆପ ବ୍ୟବହାର, ଜାତୀୟ ଉପଲବ୍ଧି ପରୀକ୍ଷଣ ପାଇଁ ପ୍ରସ୍ତୁତି, ପାଠ ଯୋଜନା, ଟ୍ରାକର, ସ୍ଲାସ, ବିଦ୍ୟାଳୟ ନିରାପତ୍ତା, ଯାଦୁଇ ପିଟାରା ବ୍ୟବହାର ଆଦି ବିଷୟରେ ଆଲୋଚନା କରାଯାଇଥିଲା। ଏହା ସହିତ ବିଦ୍ୟା ପ୍ରବେଶ, ଏକକ ଶିକ୍ଷାଦାନ ପଦ୍ଧତି, ବହୁ ଶ୍ରେଣୀୟ ଶିକ୍ଷାଦାନ ପଦ୍ଧତିର ସୋପାନ ବିଷୟରେ ଆଲୋଚନା କରାଯାଇଥିଲା। ଏହା ସହ ବରିଷ୍ଠ ଶିକ୍ଷକ ଅଜୟ କୁମାର ସାହୁ, ଭଗବତ ଜେନା, ଉର୍ମିଳା ଦେଇ ଶିକ୍ଷାଦାନ ପଦ୍ଧତିର ନମୁନା ଶ୍ରେଣୀ ନେଇ ଶିକ୍ଷାଦାନ କରିଥିଲେ।

ଏହି ବୈଠକର ଆଲୋଚନା ବିଷୟ ବସ୍ତୁଗୁଡିକ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ଦୈନଦିନ ବିଦ୍ୟାଳୟ ପରିଚାଳନା, ଶ୍ରେଣୀରେ ଶୈକ୍ଷିକ କାର୍ଯ୍ୟ ପରିଚାଳନା ସହ ଛାତ୍ରଛାତ୍ରୀମାନଙ୍କ ଅସୁବିଧାକୁ ଚିହ୍ନଟ କରି ତାର ସମାଧାନରେ ସାହାଯ୍ୟ କରିବ। ଏହି ବୈଠକରେ ରଣପୁର ବ୍ଲକ ଶିକ୍ଷା ଅଧିକାରିଣୀ ବନଲତା ବେହେରା ଉପସ୍ଥିତ ରହି ପର୍ଯ୍ୟବେକ୍ଷଣର୍ଲା କରିଥିଲେ।

ଏହି ବୈଠକରେ କ୍ଲଷ୍ଟରର ୧୦ଟି ବିଦ୍ୟାଳୟରୁ ୧୦ ଜଣ ପ୍ରଧାନ ଶିକ୍ଷକ ଶିକ୍ଷୟତ୍ରୀଙ୍କ ସହ ୯ ଜଣ ଶିକ୍ଷକ ଶିକ୍ଷୟତ୍ରୀ ଯୋଗ ଦେଇଥିଲେ। ଶିକ୍ଷକ ସୁକାନ୍ତ କୁମାର ବେହେରା, ପୂର୍ଣ୍ଣଚନ୍ଦ୍ର ପତି, ପାଞ୍ଚାଳୀ ଦେଇ, ଅବସରପ୍ରାପ୍ତ ଶିକ୍ଷକ ମହେନ୍ଦ୍ର ସୁବୁଦ୍ଧି ପ୍ରମୁଖ ବୈଠକ ପରିଚାଳନାରେ ସହଯୋଗ କରିଥିଲେ।

ସେହିପରି ଗୌରାଙ୍ଗପୁର, ରଣପୁର, ଗୋପାଳପୁର, ମଝିଆଖଣ୍ଡ, ଚାନ୍ଦପୁର, କେରେଣ୍ଡାଟାଙ୍ଗୀ, ସୁନାଖଳା, କାସନ୍ଦା, କୁଳାସର, ଡମସାହି ସମେତ ରଣପୁର ବ୍ଲକର ସମସ୍ତ କ୍ଲଷ୍ଟରରେ ଏହି ବୈଠକ ଅନୁଷ୍ଠିତ ହୋଇଯାଇଛି।

କ୍ଲଷ୍ଟର ସ୍ତରୀୟ ବୈଠକ ଗଣ ଶିକ୍ଷା ବିଭାଗ ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ଗୋଦାବରୀଶ ବିଦ୍ୟାପୀଠର ୧୯୯୯ ବ୍ୟାଚ୍‌ର ବନ୍ଧୁମିଳନ ଉତ୍ସବ ସମ୍ପନ୍ନ

October 20, 2026

ବାଣପୁର ମାଁ ଭଗବତୀଙ୍କ ପୀଠରେ ‘ଜୟ ମାଁ ଭଗବତୀ’ ଗୀତ ରିଲିଜ

October 20, 2026

ରଣପୁରରେ ଧୁମ୍‌ଧାମ୍‌ରେ ପାଳିତ ହେଲା ମହାସପ୍ତମୀ

October 17, 2026

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026
Latest News

ମିଲାନ ହିଂସା: ମେଲୋନିଙ୍କ ଆକ୍ସନ୍‌, ୫୦୦ ସୈନିକ ମୁତୟନ!

October 21, 2026

ସୁନା ଦରରେ ହ୍ରାସ, ଦୀପାବଳି ସୁଦ୍ଧା ₹୧.୬୫ ଲକ୍ଷ ଛୁଇଁପାରେ!

October 21, 2026

ଘର ଅଗଣାରୁ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ପରକୀୟା ପ୍ରୀତିରୁ ହତ୍ୟା ସନ୍ଦେହ!

October 21, 2026

କିଡନୀ ଷ୍ଟୋନ୍ ସମସ୍ୟାରୁ ମୁକ୍ତି ପାଇଁ କିଛି ସହଜ ଘରୋଇ ଉପଚାର

October 21, 2026

ଭାରତ-ଆମେରିକା ଶୀଘ୍ର ହେବ ବାଣିଜ୍ୟ ଚୁକ୍ତି : ମାର୍କୋ ରୁବିଓ

October 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.